ପ୍ରମୁଖ ଖବର

କମନୱେଲଥ୍ ଗେମ୍ସ: ଅଷ୍ଟମ ଦିନରେ ଭାରତର ୬ ପଦକ, ମୋଟ ସଂଖ୍ୟା ୨୩
ରାଜ୍ୟ କ୍ୟାବିନେଟରେ ୧୧ ପ୍ରସ୍ତାବକୁ ମଞ୍ଜୁରି
ସୁନ୍ଦରଗଡ଼ରେ ହାତୀ ଆତଙ୍କ: ଦନ୍ତା ଆକ୍ରମଣରେ ୨ ମୃତ
ଭୋଗପୁରମରେ ଆଲୁରି ସୀତାରାମ ରାଜୁ ଅନ୍ତର୍ଜାତୀୟ ବିମାନବନ୍ଦର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ
ଆକାଶମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
୧୯ ବର୍ଷ ପରେ କଲକାତା ଫେରିଲେ ତସଲିମା ନସରିନ୍
ରାଷ୍ଟ୍ରପତି ଭବନରେ ଚମକିଲା ଓଡ଼ିଶାର ୩ ଷ୍ଟାର୍ଟଅପ୍
ଶସ୍ତା ହେଲା କମର୍ସିଆଲ ଗ୍ୟାସ ସିଲିଣ୍ଡର, ବଢ଼ିଲା ବିମାନ ଇନ୍ଧନ ଦର

ସ୍କ୍ରାପ ନୀତିରେ ପୁରୁଣା ଗାଡ଼ିର ବ୍ୟବହାର ବନ୍ଦ

0

ଭୁବନେଶ୍ବର : ପ୍ରଥମ ରାଜ୍ୟ ଭାବେ ଓଡ଼ିଶା, ସ୍କ୍ରାପ ନୀତିରେ ପୁରୁଣା ଗାଡ଼ିର ବ୍ୟବହାରକୁ ବନ୍ଦ କରିଛି । ତେବେ ପୁରୁଣା ଯାନଗୁଡ଼ିକର ଐତିହ୍ୟ ସଂରକ୍ଷଣ ଏବଂ ଏହାକୁ ପ୍ରୋତ୍ସାହିତ କରିବାକୁ ରାଜ୍ୟ ସରକାର ନୂଆ ପଦକ୍ଷେପ ନେଇଛନ୍ତି । ଏଣିକି ସ୍କ୍ରାପ ହେବନି ୫୦ବର୍ଷରୁ ଅଧିକ ବର୍ଷର ଭିଣ୍ଟେଜ ଗାଡି । ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରାଳୟ ଓଡ଼ିଶାରେ ଭିଣ୍ଟେଜ ଗାଡ଼ି ରେଜିଷ୍ଟ୍ରେସନ ପାଇଁ କରିଛି ସ୍ୱତନ୍ତ୍ର ବ୍ୟବସ୍ଥା । ୫୦ ବର୍ଷରୁ ଅଧିକ ହୋଇଥିବା ଗାଡ଼ିର ପଂଜୀକରଣ ସହ ନମ୍ବର ଆରମ୍ଭରୁ VA ରହିବ । ଗାଡି ଯାଞ୍ଚ ପରେ ଫିଟନେସ ଏବଂ ବୈଧ ପିୟୁସି ଥିଲେ ରାଜ୍ୟ ପଞ୍ଜୀକରଣ ପ୍ରାଧିକରଣ ଦ୍ୱାରା ରେଜିଷ୍ଟ୍ରେସନ ସାର୍ଟିଫିକେଟ୍ ଦିଆଯିବ ।

ନୂତନ ନିୟମ ଅନୁଯାୟୀ ନୂଆ ସାର୍ଟିଫିକେଟ୍ ପାଇଁ ୨୦ ହଜାର ଟଙ୍କା ଖର୍ଚ୍ଚ ହେବ । ଏହା ୧୦ ବର୍ଷ ଯାଏଁ ବୈଧ ରହିବ । ପରବର୍ତ୍ତୀ ସମୟରେ ପଂଜୀକରଣର ନବୀକରଣ ପାଇଁ ଅତିରିକ୍ତ ୫ ହଜାର ଟଙ୍କା ଖର୍ଚ୍ଚ ହେବ ଏବଂ ତାର ବୈଧତା ୫ ବର୍ଷ ଯାଏଁ ରହିବ । ଭିଣ୍ଟେଜ୍ ମୋଟର ଯାନ ଗୁଡିକ ନିୟମିତ କିମ୍ବା ବାଣିଜ୍ୟିକ ଉଦ୍ଦେଶ୍ୟରେ ରାସ୍ତାରେ ଚାଲିପାରିବ ନାହିଁ । ଏହା କେବଳ ପ୍ରଦର୍ଶନୀ ଏବଂ ରାଲି ଉଦ୍ଦେଶ୍ୟରେ ବ୍ୟବହାର କରାଯାଇପାରିବ । ଭିଣ୍ଟେଜ ନମ୍ବର ଦିଆଯିବା ପରେ ଗାଡି ମାଲିକ ମାଲିକାନା ସ୍ଥାନାନ୍ତର ପାଇଁ ଆବେଦନ କରିପାରିବେ । ଗାଡି ବିକ୍ରି କରିପାରିବେ ଏବଂ ଠିକଣା ପରିବର୍ତ୍ତନ ମଧ୍ୟ କରିପାରିବେ ।

ନିୟମ ଅନୁସାରେ ଗାଡ଼ିର ପ୍ରଥମ ପଞ୍ଜିକରଣର ୫୦ବର୍ଷରୁ ଅଧିକ ପୁରୁଣା ଗାଡ଼ି ଭିଣ୍ଟେଜ ଭାବେ ଗ୍ରହଣ କରାଯିବ । ଏହାର ଚେଚିସ, ବଡିସେଲରରେ କୌଣସି ପରିବର୍ତ୍ତନ ହୋଇନଥିବ । ଇଞ୍ଜିନରେ କୌଣସି ପ୍ରମୁଖ ମରାମତି ହୋଇନଥିଲେ ତାହା ଭିଣ୍ଟେଜ ଭାବେ ଗ୍ରହଣ ହେବ । ଏହାକୁ ପୁନଃ ପଞ୍ଜିକରଣ ପାଇଁ ଆବେଦନ କରାଯିବ । ଗାଡ଼ିର ଫିଟନେସ ବୈଧ ଥିଲେ ପଞ୍ଜିକରଣ ପ୍ରମାଣପତ୍ର ପ୍ରଦାନ କରାଯିବ । ଭିଣ୍ଟେଜ ଯାନ ଅନୁମୋଦିତ ହେଲେ ଏହାକୁ ଏକ ନୂତନ ପଞ୍ଜିକରଣ ଚିହ୍ନ ଦିଆଯିବ ।

Leave A Reply

Your email address will not be published.