ପ୍ରମୁଖ ଖବର

ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍‌ ସ୍ମିତ୍‌ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ

ସ୍ୱାଭାବିକ ହେଲା ଲିଙ୍ଗରାଜଙ୍କ ନୀତିକାନ୍ତି

0

ଭୁବନେଶ୍ବର; ସ୍ୱାଭାବିକ ହେଲା ଲିଙ୍ଗରାଜ ମନ୍ଦିରର ନୀତିକାନ୍ତି । ମନ୍ଦିରରେ ଅଚଳାବସ୍ଥା ଲାଗି ରହିଥିବା କାରଣରୁ ଲଗାତାର ତିନି ଦିନ ହେଲା ଉପାସରେ ରହିଥିଲେ ପ୍ରଭୁ ଲିଙ୍ଗରାଜ । ସର୍କିଟ ହାଉସ ବୈଠକରେ ଜିଲ୍ଲାପାଳଙ୍କ ପ୍ରତିଶ୍ରୁତି ପରେ ବ୍ରାହ୍ମଣ ନିଯୋଗ ଓ ପୂଜାପଣ୍ଡା ନିଯୋଗ ପକ୍ଷରୁ ନିତିକାନ୍ତି ଆରମ୍ଭ କରାଯାଇଛି ।

ଖବର ଅନୁଯାୟୀ, ନୂଆ ବର୍ଷ ଦିନ ଦୁଇ ସେବାୟତ ଗୋଷ୍ଠୀଙ୍କ ମଧ୍ୟରେ ଭୋଗ ମାରା ହେବାକୁ ନେଇ ଦେଖା ଦେଇଥିଲା ବିବାଦ । ଏହାପରେ ମହାପ୍ରଭୁଙ୍କ ୩ ଦିନ ଧରି ନୀତିକାନ୍ତି ବନ୍ଦ ରହିଥିଲା । ଜିଲ୍ଲା ପ୍ରଶାସନର ହସ୍ତକ୍ଷେପ ଦାବି କରି ସେବା ପ୍ରତିନିଧି ଧାରଣା ଦେଇଥିଲେ । ବଡୁ ନିଯୋଗର କହିବା କଥା ହେଲା ନୂଆବର୍ଷ ଦିନ ଲିଙ୍ଗରାଜଙ୍କ ଭୋଗମଣ୍ଡପକୁ ଜଣେ ଅଣସେବାୟତ ପଶିଯିବାରୁ ଭୋଗ ମାରା ହୋଇଥିଲା ।

ମାରା ହୋଇଥିବା ସମ୍ପୂର୍ଣ୍ଣ ଭୋଗକୁ ଅମଣିଆ କୂଅରେ ପକାଯିବା ପରମ୍ପରା ରହିଛି । କିନ୍ତୁ ଏହା କରାନଯାଇ ଭୋଗକୁ ଭକ୍ତଙ୍କୁ ବଂଟାଯାଇଥିବା ଅଭିଯୋଗ ହୋଇଥିଲା । ସେପଟେ ଭୋଗ ବିକ୍ରୀ କରୁଥିବା ବ୍ରାହ୍ମଣ ନିଯୋଗ ଓ ମହାସୁଆର ନିଯୋଗ କହିଛି, ସମସ୍ତ ଭୋଗକୁ ପୋତାଯାଇଛି । ଆବଶ୍ୟକ ହେଲେ ସିସିଟିଭି ଯାଂଚ କରାଯାଉ । ଏହି ବିବାଦରୁ ନୀତିକାନ୍ତି ବନ୍ଦ ରହିଥିଲା ଓ ଦୁଇ ନିଯୋଗ ପରସ୍ପରକୁ ଦୋଷ ଦେଉଥିଲେ ।

Leave A Reply

Your email address will not be published.