ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଆଳୟ ମହାନ୍ତିଙ୍କ ବିୟୋଗ ରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

0

ଭୁବନେଶ୍ୱର; ବିଶିଷ୍ଟ ସାମ୍ବାଦିକ ଆଳୟ ମହାନ୍ତି ଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ବାର୍ତ୍ତା ରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ବର୍ଗତ ମହାନ୍ତି ଜଣେ ବରିଷ୍ଠ ସାମ୍ବାଦିକ ଭାବରେ ଭୁବନେଶ୍ୱର ଓ ସାରା ଓଡ଼ିଶାରେ ଜଣାଶୁଣା ଥିଲେ। ସାମ୍ବାଦିକ ମାନଙ୍କ ସମସ୍ୟା ସମାଧନ ପାଇଁ ସେ ସବୁବେଳେ ପ୍ରଯତ୍ନ କରୁଥିଲେ।

ଏହା ସହିତ ସମାଜ ସେବା ଓ ଚଳଚ୍ଚିତ୍ର ପ୍ରଯୋଜନା କ୍ଷେତ୍ରରେ ମଧ୍ୟ ସେ ଅନେକ କାମ କରିଛନ୍ତି। ରୋଗୀ ଓ ଗରୀବ ଲୋକଙ୍କୁ ସହାୟତା କ୍ଷେତ୍ରରେ ସେ ସବୁ ସମୟରେ ଆଗୁଆ ଥିଲେ। ତାଙ୍କ ବିୟୋଗ ସାମ୍ବାଦିକତା ଓ ସମାଜ ସେବା କ୍ଷେତ୍ରରେ ଏକ ଶୂନ୍ୟ ସ୍ଥାନ ସୃଷ୍ଟି କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ପରଲୋକ ଗତ ଆତ୍ମାରସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକ ସନ୍ତପ୍ତ ପରିବାର ବର୍ଗ ଙ୍କୁ ଗଭୀର ସମ ବେଦନା ଜଣାଇଛନ୍ତି ।

Leave A Reply

Your email address will not be published.