ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ପୁଣି ବର୍ଷେ ପର୍ଯ୍ୟନ୍ତ ମିଳିବ ମାଗଣା ଚାଉଳ

0

ଭୁବନେଶ୍ବର; ରାଜ୍ୟବାସୀଙ୍କୁ ଭେଟି ଦେଲେ ମୁଖ୍ୟମନ୍ତ୍ରୀ । ବର୍ଷେ ବୃଦ୍ଧି ପାଇଲା ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ଅବଧି । ରାସନକାର୍ଡ ହିତାଧିକାରୀଙ୍କୁ ବର୍ଷେ ପର୍ଯ୍ୟନ୍ତ ମାଗଣା ଚାଉଳ ଦେବା ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମାସିକ ମୁଣ୍ଡପିଛା ୫ କେଜି ଚାଉଳ ମିଳିବ । ଏଥିପାଇଁ ରାଜକୋଷରୁ ଖର୍ଚ୍ଚ ହେବ ପ୍ରାୟ ୧୮୫ କୋଟି । ୨୦୧୮ରୁ ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀଙ୍କୁ ମିଳୁଛି ମାଗଣା ଚାଉଳ ।

କୋଭିଡ ସମୟରେ ହିତାଧିକାରୀଙ୍କୁ ଚାଉଳ ସହ ମିଳୁଥିଲା ମାଗଣା ଡାଲି । ୨୮ମାସ ଧରି ମହାମାରୀ ସମୟରେ ରାଜ୍ୟ ସରକାର ହିତାଧିକାରୀଙ୍କୁ ସହାୟତା ଯୋଗାଉଥିଲେ । ଦୁଇଥର ହିତାଧିକାରୀଙ୍କୁ ଆର୍ଥିକ ସହାୟତା ମଧ୍ୟ ପ୍ରଦାନ କରାଯାଇଛି । କିନ୍ତୁ କୋଭିଡ ପରବର୍ତ୍ତୀ ସ୍ଥିତିରେ ମଧ୍ୟ ସାଧାରଣ ଗରିବ ଲୋକଙ୍କ ପାଇଁ ଏହି ସହାୟତା ଜାରି ରଖିଛନ୍ତି ମୁଖ୍ୟମନ୍ତ୍ରୀ ।

ଏହା ପୂର୍ବରୁ ଡିସେମ୍ବର ୨୩ରେ କେନ୍ଦ୍ର ସରକାର ମାଗଣା ରାସନର ଅବଧି ବୃଦ୍ଧି କରିଥିଲେ । ଗରିବ ଲୋକଙ୍କୁ ବର୍ଷେ ଯାଏ ଅର୍ଥାତ୍‌ ୨୦୨୩ ମସିହା ଡିସେମ୍ବର ଯାଏ ମାଗଣାରେ ରାସନ୍‌ ପ୍ରଦାନ କରାଯିବ ।

Leave A Reply

Your email address will not be published.