ପ୍ରମୁଖ ଖବର

ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ରେ ଏଆରଟି ସେଂଟର ଉଦ୍‌ଘାଟିତ
ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପାଇଁ ୧୭ଟି ନୂତନ ପାଠ୍ୟପୁସ୍ତକକୁ ମିଳିଲା ଅନୁମୋଦନ
କ୍ୟାବିନେଟରେ ୫ବିଭାଗର ୬ପ୍ରସ୍ତାବକୁ ମଞ୍ଜୁରୀ
ବିନା ଅନୁମତିରେ ବିଡିଓ ଓ ତହସିଲଦାର ଛୁଟିରେ ରହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
ଯାତ୍ରୀଙ୍କ ପାଇଁ ଆଡଭାଇଜରି ଜାରି କଲା ଦିଲ୍ଲୀ ବିମାନବନ୍ଦର
ବାଲେଶ୍ବର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଅଗ୍ନିକାଣ୍ଡ

ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ରାଉରକେଲା ଗସ୍ତ

0

ରାଉରକେଲା: ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ଯିବେ । ଅନ୍ତର୍ଜାତୀୟ ସ୍ତରର ସର୍ବ ବୃହତ ବିର୍ସା ମୁଣ୍ଡା ହକି ଷ୍ଟାଡିୟମ୍ ଉଦଘାଟନ କରିବେ । ସୁନ୍ଦରଗଡ଼ରେ ନିର୍ମିତ ହୋଇଥିବା ମେଡିକାଲ କଲେଜ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ । ରାଉରକେଲା ସହରରେ ମୋ ବସ ସେବା ମଧ୍ୟ ଶୁଭାରମ୍ଭ କରିବେ ନବୀନ ପଟ୍ଟନାୟକ । ଦିନ ୧୨ଟା ୧୫ରେ ରାଉରକେଲାରେ ପହଞ୍ଚିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିମାନବନ୍ଦରରୁ ହକି ଷ୍ଟାଡିୟମ୍ ଯିବେ ମୁଖ୍ୟମନ୍ତ୍ରୀ । ଷ୍ଟାଡିୟମରେ ରହୁଥିବା ଖେଳାଳିଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ । ପରେ ଅପରାହ୍ନର ୪ଟା ସମୟରେ ଡି ଏ ଭି ପୋଖରୀ ନିକଟରେ ରାଉରକେଲା ସହର ତଥା ସୁନ୍ଦରଗଡ଼ ଜିଲ୍ଲାର  ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିବେ ।

୧୧ ଶହ କୋଟି ଟଙ୍କାରୁ ଅଧିକ ଟଙ୍କା ବ୍ୟୟ ଅଟକଳରେ ନିର୍ମିତ ହୋଇଥିବା ବିଭିନ୍ନ ପ୍ରକଳ୍ପ ଉଦଘାଟନ କରିବେ । ପରେ ଅପରାହ୍ନ ୪ ଟା ୨୫ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିର୍ସା ମୁଣ୍ଡା ହକି ଷ୍ଟାଡିୟମ୍ ଉଦଘାଟନ କରିବେ । ମୁଖ୍ୟମନ୍ତ୍ରୀ ଷ୍ଟାଡିୟମରେ ୧୫ ମିନିଟ ରହିବେ । ଉଦଘାଟନ ଉତ୍ସବରେ ସୁନ୍ଦରଗଡ଼ ଜିଲ୍ଲାର ହଜାର ହଜାର ଖେଳାଳୀ, ବରିଷ୍ଠ ଖେଳାଳି ଉପସ୍ଥିତ ରହିବେ । ରାଜ୍ୟ କ୍ରୀଡ଼ା ମନ୍ତ୍ରୀ ତୁଷାରକାନ୍ତି ବେହେରା ଓ ରାଜା କ୍ରୀଡା ସଚିବ ଆର ଭିନିଲ କ୍ରୀଷ୍ଣା ରାଉରକେଲା ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ପହଞ୍ଚିଛନ୍ତି ।

Leave A Reply

Your email address will not be published.