ପ୍ରମୁଖ ଖବର

ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍‌ ସ୍ମିତ୍‌ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ

ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ରାଉରକେଲା ଗସ୍ତ

0

ରାଉରକେଲା: ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ଯିବେ । ଅନ୍ତର୍ଜାତୀୟ ସ୍ତରର ସର୍ବ ବୃହତ ବିର୍ସା ମୁଣ୍ଡା ହକି ଷ୍ଟାଡିୟମ୍ ଉଦଘାଟନ କରିବେ । ସୁନ୍ଦରଗଡ଼ରେ ନିର୍ମିତ ହୋଇଥିବା ମେଡିକାଲ କଲେଜ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ । ରାଉରକେଲା ସହରରେ ମୋ ବସ ସେବା ମଧ୍ୟ ଶୁଭାରମ୍ଭ କରିବେ ନବୀନ ପଟ୍ଟନାୟକ । ଦିନ ୧୨ଟା ୧୫ରେ ରାଉରକେଲାରେ ପହଞ୍ଚିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିମାନବନ୍ଦରରୁ ହକି ଷ୍ଟାଡିୟମ୍ ଯିବେ ମୁଖ୍ୟମନ୍ତ୍ରୀ । ଷ୍ଟାଡିୟମରେ ରହୁଥିବା ଖେଳାଳିଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ । ପରେ ଅପରାହ୍ନର ୪ଟା ସମୟରେ ଡି ଏ ଭି ପୋଖରୀ ନିକଟରେ ରାଉରକେଲା ସହର ତଥା ସୁନ୍ଦରଗଡ଼ ଜିଲ୍ଲାର  ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିବେ ।

୧୧ ଶହ କୋଟି ଟଙ୍କାରୁ ଅଧିକ ଟଙ୍କା ବ୍ୟୟ ଅଟକଳରେ ନିର୍ମିତ ହୋଇଥିବା ବିଭିନ୍ନ ପ୍ରକଳ୍ପ ଉଦଘାଟନ କରିବେ । ପରେ ଅପରାହ୍ନ ୪ ଟା ୨୫ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିର୍ସା ମୁଣ୍ଡା ହକି ଷ୍ଟାଡିୟମ୍ ଉଦଘାଟନ କରିବେ । ମୁଖ୍ୟମନ୍ତ୍ରୀ ଷ୍ଟାଡିୟମରେ ୧୫ ମିନିଟ ରହିବେ । ଉଦଘାଟନ ଉତ୍ସବରେ ସୁନ୍ଦରଗଡ଼ ଜିଲ୍ଲାର ହଜାର ହଜାର ଖେଳାଳୀ, ବରିଷ୍ଠ ଖେଳାଳି ଉପସ୍ଥିତ ରହିବେ । ରାଜ୍ୟ କ୍ରୀଡ଼ା ମନ୍ତ୍ରୀ ତୁଷାରକାନ୍ତି ବେହେରା ଓ ରାଜା କ୍ରୀଡା ସଚିବ ଆର ଭିନିଲ କ୍ରୀଷ୍ଣା ରାଉରକେଲା ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ପହଞ୍ଚିଛନ୍ତି ।

Leave A Reply

Your email address will not be published.