ପ୍ରମୁଖ ଖବର

୨୦୩୬ ସୁଦ୍ଧା ୫୦୦ ବିଲିୟନ ଡଲାର ଛୁଇଁବ ଓଡ଼ିଶାର ଅର୍ଥନୀତି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵରରେ ମହାକାଶଚାରୀ ଶୁଭାଂଶୁ ଶୁକ୍ଳା
ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଏଆରଆଇ
ଶ୍ରୀରାମ ମନ୍ଦିରରେ ଉଡ଼ିଲା ଧର୍ମଧ୍ୱଜା

ଆସନ୍ତାକାଲିଠୁ ଆରମ୍ଭ ହେବ ଫାଇଭ୍ ଜି ସେବା

0

ଭୁବନେଶ୍ବର; ଆସନ୍ତା କାଲି ଓଡ଼ିଶାବାସୀ ପାଇବେ 5-G ସେବା। ଦିନକ ପରେ ଭୁବନେଶ୍ୱରରୁ ଏହି ସେବାକୁ ଲଞ୍ଚ କରିବେ କେନ୍ଦ୍ର ଆଇଟି ଓ ଯୋଗାଯୋଗ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଛି। ଭୁବନେଶ୍ୱର, କଟକ ସମେତ ଅନ୍ୟ କେତେକ ସ୍ଥାନରେ ଏହି ସେବା ଆରମ୍ଭ ହେବାକୁ ଯାଉଛି । ଟେଲିକମ୍ କମ୍ପାନୀ ରିଲାଏନ୍ସ ଜିଓ ଏବଂ ଏୟାରଟେଲ୍ ଏହି ସେବା ପ୍ରଦାନ କରିବେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି ସେବାର ଲୋକାର୍ପଣ କରିବେ ବୋଲି ଜଣାପଡ଼ିଛି । ରାଜ୍ୟରେ ଫାଇଭ୍ ଜି ସେବା ପାଇଁ ଜାନୁଆରୀ ୨ ତାରିଖ ସୁଦ୍ଧା ୫୦୧ଟି ବିଟିଏସ୍ ପ୍ରସ୍ତୁତ ହୋଇସାରିଛି ।

ଜାନୁଆରୀ ୨୬ ପୂର୍ବରୁ ରାଜ୍ୟରେ ଫାଇଭ୍ ଜି ସେବା ଆରମ୍ଭ ହେବ ବୋଲି ପୂର୍ବରୁ ସୂଚନା ଦେଇଥିଲେ ଅଶ୍ୱିନୀ ବୈଷ୍ଣବ । ଦେଶରେ ଗତବର୍ଷ ଅକ୍ଟୋବର ପହିଲାରେ ଫାଇଭ୍ ଜି ସେବା ପରୀକ୍ଷାମୂଳକ ଭାବେ ଆରମ୍ଭ ହୋଇଥିଲା । ଫାଇଭ୍ ଜି ସେବା ଆରମ୍ଭ ହେଲେ ଟେଲିକମ୍ ଓ ଇଣ୍ଟରନେଟ୍ ଗ୍ରାହକମାନେ ଉନ୍ନତମାନର ସେବା ପାଇବେ । କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓଡ଼ିଶାରେ ଫାଇଭ୍ ଜି ସେବା ସହିତ ରାଜ୍ୟର ଗ୍ରାମାଂଚଳରେ ୧୦୦ଟି ଟେଲିକମ୍ ଟାୱାରର ଉଦଘାଟନ କରିବେ । ଏହା ସହ ପ୍ରଯୁକ୍ତି କମ୍ପାନୀ, ଷ୍ଟାର୍ଟଅପ୍ ସଂସ୍ଥା, ସିଡଟ୍ ଓ ଟେଲିକମ୍ ସେବା ପ୍ରଦାନକାରୀଙ୍କ ପକ୍ଷରୁ ଦୁଇ ଦିନିଆ ଡିଜିଟାଲ ଯୋଗାଯୋଗ ପ୍ରଦର୍ଶନୀ ଆରମ୍ଭ ହେବ ।

Leave A Reply

Your email address will not be published.