ପ୍ରମୁଖ ଖବର

ଅକ୍ଟୋବର-ଡିସେମ୍ବରରେ ବଢ଼ିପାରେ ରେପୋ ରେଟ୍‌, ମହଙ୍ଗା ତେଲ ନେଇ ଚିନ୍ତା
ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି, ବିଶ୍ୱ ମଞ୍ଚରେ ଓଡ଼ିଶାର ସ୍ୱାଦ
ନୂଆଦିଲ୍ଲୀରେ ବିଶ୍ୱ ନେତାଙ୍କ ସମାଗମ, ଆରମ୍ଭ ହେଲା ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀ
ଦିଲ୍ଲୀର ନିର୍ମାଣ ଶ୍ରମିକଙ୍କୁ ମିଳିବ ମାଗଣା ଚିକିତ୍ସା, ସ୍ୱାସ୍ଥ୍ୟ ଯୋଜନାକୁ ଉପରାଜ୍ୟପାଳଙ୍କ ମଞ୍ଜୁରି
ଦିଲ୍ଲୀର ନେତା-ଅଧିକାରୀଙ୍କ ସମ୍ପତ୍ତି ସାର୍ବଜନୀନ କରାଯାଉ: କିରଣ ବେଦୀ

ଆସନ୍ତାକାଲିଠୁ ଆରମ୍ଭ ହେବ ଫାଇଭ୍ ଜି ସେବା

0

ଭୁବନେଶ୍ବର; ଆସନ୍ତା କାଲି ଓଡ଼ିଶାବାସୀ ପାଇବେ 5-G ସେବା। ଦିନକ ପରେ ଭୁବନେଶ୍ୱରରୁ ଏହି ସେବାକୁ ଲଞ୍ଚ କରିବେ କେନ୍ଦ୍ର ଆଇଟି ଓ ଯୋଗାଯୋଗ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଛି। ଭୁବନେଶ୍ୱର, କଟକ ସମେତ ଅନ୍ୟ କେତେକ ସ୍ଥାନରେ ଏହି ସେବା ଆରମ୍ଭ ହେବାକୁ ଯାଉଛି । ଟେଲିକମ୍ କମ୍ପାନୀ ରିଲାଏନ୍ସ ଜିଓ ଏବଂ ଏୟାରଟେଲ୍ ଏହି ସେବା ପ୍ରଦାନ କରିବେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି ସେବାର ଲୋକାର୍ପଣ କରିବେ ବୋଲି ଜଣାପଡ଼ିଛି । ରାଜ୍ୟରେ ଫାଇଭ୍ ଜି ସେବା ପାଇଁ ଜାନୁଆରୀ ୨ ତାରିଖ ସୁଦ୍ଧା ୫୦୧ଟି ବିଟିଏସ୍ ପ୍ରସ୍ତୁତ ହୋଇସାରିଛି ।

ଜାନୁଆରୀ ୨୬ ପୂର୍ବରୁ ରାଜ୍ୟରେ ଫାଇଭ୍ ଜି ସେବା ଆରମ୍ଭ ହେବ ବୋଲି ପୂର୍ବରୁ ସୂଚନା ଦେଇଥିଲେ ଅଶ୍ୱିନୀ ବୈଷ୍ଣବ । ଦେଶରେ ଗତବର୍ଷ ଅକ୍ଟୋବର ପହିଲାରେ ଫାଇଭ୍ ଜି ସେବା ପରୀକ୍ଷାମୂଳକ ଭାବେ ଆରମ୍ଭ ହୋଇଥିଲା । ଫାଇଭ୍ ଜି ସେବା ଆରମ୍ଭ ହେଲେ ଟେଲିକମ୍ ଓ ଇଣ୍ଟରନେଟ୍ ଗ୍ରାହକମାନେ ଉନ୍ନତମାନର ସେବା ପାଇବେ । କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓଡ଼ିଶାରେ ଫାଇଭ୍ ଜି ସେବା ସହିତ ରାଜ୍ୟର ଗ୍ରାମାଂଚଳରେ ୧୦୦ଟି ଟେଲିକମ୍ ଟାୱାରର ଉଦଘାଟନ କରିବେ । ଏହା ସହ ପ୍ରଯୁକ୍ତି କମ୍ପାନୀ, ଷ୍ଟାର୍ଟଅପ୍ ସଂସ୍ଥା, ସିଡଟ୍ ଓ ଟେଲିକମ୍ ସେବା ପ୍ରଦାନକାରୀଙ୍କ ପକ୍ଷରୁ ଦୁଇ ଦିନିଆ ଡିଜିଟାଲ ଯୋଗାଯୋଗ ପ୍ରଦର୍ଶନୀ ଆରମ୍ଭ ହେବ ।

Leave A Reply

Your email address will not be published.