ପ୍ରମୁଖ ଖବର

ଗାଁରେ ମିଳିବ ସହରୀ ସୁବିଧା, ପ୍ରତି ପଞ୍ଚାୟତରେ ଆଦର୍ଶ ଖେଳ ପଡ଼ିଆ ଓ କଲ୍ୟାଣ ମଣ୍ଡପ
ଇଭି ଓ ପରିବେଶ ଅନୁକୂଳ ଯାନକୁ ପରମିଟ୍ ଫି’ ଛାଡ଼
ବାଂଲାଦେଶର ୨୩ତମ ରାଷ୍ଟ୍ରପତି ହେଲେ ମିର୍ଜା ଫକରୁଲ୍ ଇସଲାମ୍ ଆଲମଗୀର
ଜେପିଏସ୍‌ସି ପରୀକ୍ଷା ରଦ୍ଦ ନିଷ୍ପତ୍ତି ଉପରେ ରୋକ୍‌, ହେମନ୍ତ ସରକାରଙ୍କୁ ଝଟକା
ଅଟୋ ଚାଳକଙ୍କ ହଙ୍ଗାମା: ୪୦୦ ଅଟୋ ଜବତ, ପରମିଟ ରଦ୍ଦ ପାଇଁ ପଦକ୍ଷେପ
ମହାରାଷ୍ଟ୍ରରେ ଛାତ୍ରୀଙ୍କୁ ମିଳିଵ ମାସକୁ ୨ ହଜାର ଟଙ୍କା ପକେଟ ମନି
ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ପରଲୋକ
ବୀମା ନଥିଲେ ପେଟ୍ରୋଲ ନାହିଁ: ପାଇଲଟ୍ ପ୍ରକଳ୍ପ ଲାଗୁ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ଆରମ୍ଭ ହେଲା ଚିଲିକାରେ ପକ୍ଷୀ ଗଣନା

0

ପୁରୀ; ଆଜିଠୁ ଚିଲିକାରେ ଆରମ୍ଭ ହେଲା ପକ୍ଷୀ ଗଣନା । ସକାଳ ୬ ଟାରୁ ପକ୍ଷୀ ଗଣନା ଆରମ୍ଭ ହୋଇଥିବା ବେଳେ ମଧ୍ୟ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଏହି ଗଣନା ଚାଲିବ । ଚିଲିକା ବନ୍ୟପ୍ରାଣୀ ଡିଭିଜନ ଅଧୀନରେ ଥିବା ସାତପଡ଼ା, ରମ୍ଭା, ବାଲୁଗାଁ, ଟାଙ୍ଗୀ ଏବଂ ନୂଆପଡାରେ ଏହି ଗଣନା ଚାଲିଛି । ମୋଟ ଉପରେ ୨୧ଟି ଟିମ୍ ପକ୍ଷୀଗଣନାରେ ନିୟୋଜିତ ହୋଇଥିବା ବେଳେ ପ୍ରତି ଟିମରେ ଅଛନ୍ତି ୭ ସଦସ୍ୟ ।

ଟାଙ୍ଗି ଜୋନରେ ୮ଟି ଟିମ୍, ବାଲୁଗାଁରେ ୬ଟି, ସାତପଡ଼ାରେ ୪ଟି, ରମ୍ଭାରେ ୨ଟି ଓ ଚିଲିକାରେ ଗୋଟିଏ ଟିମ୍‌ ନିୟୋଜିତ ଅଛନ୍ତି । ଗଣନା କାର୍ଯ୍ୟରେ ସାମିଲ ହୋଇଛନ୍ତି ଓୟୁଏଟି ଛାତ୍ର, ପକ୍ଷୀ ବିଷାରଦ ଓ ବନ୍ୟପ୍ରାଣୀ କର୍ମଚାରୀ । ଗତବର୍ଷ ସମୁଦାୟ ୧୮୩ ପ୍ରଜାତିର ୧୦ ଲକ୍ଷ ୭୪ ହଜାର ୧୭୩ ଗୋଟି ପକ୍ଷୀ ଆସିଥିବାବେଳେ ତନ୍ମଧ୍ୟରୁ ୧୦୭ ପ୍ରଜାତିର ୧୦ ଲକ୍ଷ ୩୬ ହଜାର ୨୨୦ ଗୋଟି ବିଦେଶୀ ପକ୍ଷୀ ଏବଂ ୭୬ ପ୍ରଜାତିର ୩୭ ହଜାର ୯ ଶହ ୫୩ ଗୋଟି ସ୍ଥାନୀୟ ପକ୍ଷୀ ସାମିଲ ଅଛନ୍ତି ।

ସେହିପରି ଆଜିଠୁ କୁମ୍ଭୀର ଗଣନା ପାଇଁ ପର୍ଯ୍ୟଟକଙ୍କ ଲାଗି ଭିତରକନିକା ବନ୍ଦ ରହିବ। ଏହି ଗଣନା ଆଜିଠାରୁ ୧୪ ତାରିଖ ପର୍ଯ୍ୟନ୍ତ ଚାଲିବ । ଗତବର୍ଷ ଭିତରକନିକାରେ କୁମ୍ଭୀର ଗଣନା ବେଳେ ୧୭ ଶହ ୮୪ କୁମ୍ଭୀର ଚିହ୍ନଟ କରାଯାଇଥିଲା ।

Leave A Reply

Your email address will not be published.