ପ୍ରମୁଖ ଖବର

ୟୁଜିସି-ନେଟ୍ ପରୀକ୍ଷା ତାରିଖରେ ପରିବର୍ତ୍ତନ: ଏବେ ୟୁଜିସି-ନେଟ୍ ପରୀକ୍ଷା ଜୁନ୍ ୧୬ ରବିବାର ପରିବର୍ତ୍ତେ ଜୁନ ୧୮ ମଙ୍ଗଳବାର ଦିନ ଅନୁଷ୍ଠିତ ହେବ
ୟୁଜିସି ମୁଖ୍ୟ ଜଗଦୀଶ କୁମାର ମାଇକ୍ରୋବ୍ଲଗିଂ ସାଇଟ୍ ‘ଏକ୍ସ’ରେ ଏ ନେଇ ସୂଚନା ଦେଇଛନ୍ତି
ଇସ୍ତଫା ଦେବା ଖବରକୁ ନୀତେଶ ଗଙ୍ଗଦେବଙ୍କ ଖଣ୍ଡନ, ଫେସବୁକ୍ ଆଇଡି ହ୍ୟାକ୍ ହେଇଥିବା ନେଇ ଦେଲେ ସୂଚନା
୧୦% କର୍ମଚାରୀଙ୍କୁ ଛଟେଇ କରିବ ଓଲା, ଇସ୍ତଫା ଦେଲେ ସିଇଓ ହେମନ୍ତ ବକ୍ସି
ଆସନ୍ତାକାଲି ହିଞ୍ଜିଳି ଏବଂ ଆସନ୍ତା ୨ତାରିଖରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ନିଜର ନାମାଙ୍କନ ପତ୍ର ଦାଖଲ କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
୪୪.୮ ଡିଗ୍ରୀ ସହ ବାରିପଦା ସବୁଠୁ ଉତ୍ତପ୍ତ ସହର, ଆହୁରି ୪ରୁ ୫ ଦିନ ପର୍ଯ୍ୟନ୍ତ ଜାରି ରହିବ ଗ୍ରୀଷ୍ମ ଲହରୀ

୨୬ ଦିନିଆ ସୋଆ କପ୍ କ୍ରୀଡା ପ୍ରତିଯୋଗିତା ଉଦ୍‌ଘାଟିତ

0

ଭୁବନେଶ୍ୱର, ୪/୦୧: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ର ବାର୍ଷିର୍କ କ୍ରୀଡା ଉତ୍ସବ ‘ସୋଆ କପ୍‌’ ବୁଧବାର ବିଶ୍ୱବିଦ୍ୟାଳୟର କ୍ୟାମ୍ପସ ୨ ସ୍ପୋର୍ଟ୍ସ କମ୍ପେ୍ଲକ୍ସ ଠାରେ ଉଦ୍‌ଘାଟିତ ହୋଇଯାଇଛି । ୨୬ ଦିନ ଧରି ଚାଲିବାକୁ ଥିବା ଏହି ସୋଆ କପ୍‌ରେ ୧୨ ରୁ ଅଧିକ କ୍ରୀଡା ପ୍ରତିଯୋଗିତାରେ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଭାଗ ନେବେ । ଛାତ୍ରଛାତ୍ରୀଙ୍କ ମଧ୍ୟରେ ଫୁଟବଲ୍ (ପୁରୁଷ), କ୍ରିକେଟ, ଭଲିବଲ୍ (ପୁରୁଷ), ବାସ୍କେଟବଲ୍‌, ଲନ୍ ଟେନିସ୍‌, ଖୋଖୋ (ପୁରୁଷ), ଥ୍ରୋ ବଲ୍ (ମହିଳା), ଟେବୁଲ୍ ଟେନିସ୍‌, ସଫ୍ଟ ବଲ୍‌, ଚେସ୍ ଏବଂ କବାଡି ଭଳି ପ୍ରତିଯୋଗିତାର ଆୟୋଜନ କରାଯାଇଛି । ସେହିପରି କେବଳ ପୁରୁଷମାନଙ୍କ ପାଇଁ ସୁନ୍ଦର ସ୍ୱାସ୍ଥ୍ୟ ପ୍ରତିଯୋଗିତା ରଖାଯାଇଥିବା ବେଳେ ପ୍ରଥମ ଥର ନିମନ୍ତେ ଚଳିତ ବର୍ଷ ଖୋଖୋକୁ ସୋଆ କପ୍‌ରେ ସାମିଲ କରାଯାଇଛି ।

ସୋଆ କପ୍‌ର ଉଦ୍‌ଘାଟନୀ ଉତ୍ସବରେ ଦୈନିକ ଇଂରାଜୀ ସମ୍ବାଦପତ୍ର ନ୍ୟୁ ଇଣ୍ଡିଆନ୍ ଏକ୍ସପ୍ରେସ୍‌ର ଆବାସିକ ସମ୍ପାଦକ ଶ୍ରୀ ଶିବ ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ଏହି ଅବସରରେ ଶ୍ରୀ ମହାନ୍ତି କହିଥିଲେ ଯେ ଭାରତରେ କ୍ରୀଡାକୁ ବହୁତ ବଡ଼ ପ୍ରୋତ୍ସାହନର ଆବଶ୍ୟକତା ରହିଛି । କାରଣ ୧୪୦ କୋଟି ଜନସଂଖ୍ୟା ବିଶିଷ୍ଟ ଦେଶରେ ମାତ୍ର ୫.୭ ପ୍ରତିଶତ ଲୋକଙ୍କ ନିକଟରେ କ୍ରୀଡା ବିଷୟରେ ଜ୍ଞାନ ରହିଛି । ଏପରି ସ୍ଥଳେ ଚାଇନାରେ ୧ କୋଟି ଯୁବବର୍ଗ କେବଳ ବ୍ୟାଡମିଂଟନ ଖେଳିବାର ନଜିର ରହିଛି । ତେବେ ଚଳିତ ଅଲିମ୍ପିକ୍‌ରେ କ୍ରୀଡ଼ାରେ ଭାରତର ପ୍ରଦର୍ଶନ ବେଶ ଭଲ ରହିଥିବାରୁ ସେ କହିଛନ୍ତି ।
ତେବେ ଓଡ଼ିଶା ମଧ୍ୟ କ୍ରୀଡା କ୍ଷେତ୍ରକୁ ଅଧିକ ଗୁରୁତ୍ୱ ଦେଉଥିବା ଶୁଭ ସଂକେତ ବୋଲି ସେ କହିଛନ୍ତି । ରାଜ୍ୟ ସ୍ତରୀୟ ଟେବୁଲ୍ ଟେନିସ୍ ଖେଳାଳୀ ଅବିନାଶ ତ୍ରିପାଠୀ ପ୍ରତିଯୋଗୀାମାନଙ୍କ ପକ୍ଷରୁ ଶପଥ ଗ୍ରହଣ କରିଥିଲେ ।

ସୋଆ କପ୍‌ରେ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ, ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌, ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଡେଂଟାଲ୍ ସାଇନ୍‌ସେସ୍‌, ସମ୍ ନର୍ସିଂ କଲେଜ, ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ବିଜିନେସ୍ ଆଣ୍ଡ କମ୍ପ୍ୟୁଟର ଷ୍ଟଡିଜ୍‌, ସ୍କୁଲ୍ ଅଫ୍ ହୋଟେଲ୍ ମ୍ୟାନେଜମେଂଟ, ସ୍କୁଲ ଅଫ୍ ଫାର୍ମାସ୍ୟୁଟିକାଲ୍ ସାଇନ୍‌ସେସ୍‌, ସୋଆ ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁଟ ଅଫ୍ ଲ, ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍ ଏବଂ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଭେଟେରିନାରୀ ସାଇନ୍‌ସ ଆଣ୍ଡ ଆନିମଲ୍ ହଜ୍‌ବ୍ୟାଣ୍ଡରୀ ଭଳି ଅନୁଷ୍ଠାନର ଛାତ୍ରଛାତ୍ରୀ ଭାଗ ନେଉଛନ୍ତି । ସେହିପରି ଚଳିତ ବର୍ଷ ପ୍ରଥମ ଥର ପାଇଁ ସୋଆର ପ୍ଲସ୍ ଟୁ ସାଇନ୍ସ କଲେଜ (ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ହାୟର୍ ସେକେଣ୍ଡାରୀ ଏଜୁକେସନ୍‌)ର ଛାତ୍ରଛାତ୍ରୀମାନେ ଏହି କ୍ରୀଡା ପ୍ରତିଯୋଗିତାରେ ସାମିଲ ହୋଇଛନ୍ତି ।

ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ସୋଆର କୁଳପତି ପ୍ରଫେସର ବିଜୟ କୁମାର ସାହୁ, ପ୍ରୋ ଭାଇସ୍ ଚାନ୍‌ସେଲର ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ, ପ୍ରୋ ଭାଇସ୍ ଚାନ୍‌ସେଲର ତଥା ରେଜିଷ୍ଟ୍ରାର୍ ପ୍ରଫେସର ବିଭୁତି ଭୂଷଣ ପ୍ରଧାନ ଏବଂ ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ ଉପସ୍ଥିତ ରହି ବକ୍ତବ୍ୟ ପ୍ରଦାନ କରିଥିଲେ । ସୋଆର ସ୍ପୋର୍ଟ୍ସ ଅଫିସର ଶ୍ରୀମତି ସୁନୀତା ବର୍ମା ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.