ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ରାସ୍ତା କଡକୁ ଓଲଟିଲା ବସ୍, ୪୦ ଜଣ ଆହତ

0

ଆଳି; କେନ୍ଦ୍ରାପଡାର ଆଳି ସିଙ୍ଗିରରେ ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ବସ୍, ୪୦ ଜଣ ଆହତ । ତେବେ ଆହତଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ତୁରନ୍ତ ଆହତ ବ୍ୟକ୍ତିଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏହି ବସରେ ମୋଟ ୭୦ ଜଣ ଯାତ୍ରୀ ଥିଲେ । ରାସ୍ତା କଡକୁ ଖସି ପଡିବା କାରଣରୁ ବସଟି ଭାଙ୍ଗି ସମ୍ପୂର୍ଣ୍ଣ ଚୁରମାର ହୋଇଯାଇଛି । ଝରକା ବାଟେ ଯାତ୍ରୀ ମାନଙ୍କୁ ଉଦ୍ଧାର କରାଯାଉଛି ।

ମିଳିଥିବା ସୂଚନାନୁସାରେ, ଆଜି ସକାଳେ ବସ୍‌ଟି ପ୍ରାୟ ୭୦ଜଣ ଯାତ୍ରୀଙ୍କୁ ନେଇ ଚାନ୍ଦବାଲିରୁ ଭୁବନେଶ୍ୱର ଅଭିମୁଖେ ଆସୁଥିଲା। ଏହି ସମୟରେ ବିପରୀତ ଦିଗରୁ ଆସୁଥିବା ହାଇଓ୍ୱା ବସ୍‌କୁ ଧକ୍କା ଦେଇଥିଲା। ପରେ ବସ୍‌ଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା। ପୁଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଯାତ୍ରୀମାନଙ୍କୁ ବସ୍‌ରୁ ଉଦ୍ଧାର କରିଥିଲେ। ଏବେ ବି ଉଦ୍ଧାର କାର୍ଯ୍ୟ ଜାରି ରହିଛି। ହେଲେ ହାଇଓ୍ୱା ଡ୍ରାଇଭର ଓ ହେଲପରଙ୍କର କିଛି ହୋଇ ନାହିଁ। ପୁଲିସ ଘଟଣାର ତଦନ୍ତ କରୁଛି।

Leave A Reply

Your email address will not be published.