ପ୍ରମୁଖ ଖବର

ହିଞ୍ଜିଳିରେ ପ୍ରଚାର କରିଛନ୍ତି ଅଭିନେତା ବାବୁସାନ ମହାନ୍ତି ,ଗୀତ ଗାଇ ବାବୁସାନଙ୍କ ପ୍ରଚାର
କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓଡ଼ିଶା ଗସ୍ତରେ ଆସି, ଓଡ଼ିଶାରେ ବିଜେପି ପାଇଁ ପ୍ରଚାର ଆରମ୍ଭ କରିଛନ୍ତି
ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କଲେ ବ୍ୟାଡମିଣ୍ଟନ ଷ୍ଟାର ସାଇନା ନେହ୍ୱାଲ
ପାଟନା ଜଙ୍କସନ ରେଳଷ୍ଟେସନ ନିକଟରେ ଥିବା ହୋଟେଲରେ ଭୟାନକ ଅଗ୍ନିକାଣ୍ଡ: ୬ ମୃତ, ୧୮ ଗୁରୁତର

ଉଦ୍‌ଘାଟନ ହେଲା ’ବିର୍ସା ମୁଣ୍ଡା’ ହକି ଷ୍ଟାଡିଅମ

0
  • ରାଉରକେଲାରେ ହେଲା ବିଶ୍ବର ସର୍ବ ବୃହତ ହକି ଷ୍ଟାଡିଅମ
  • ବିର୍ସା ମୁଣ୍ଡା ହକି ଷ୍ଟାଡିଅମ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ
  • ବିଶ୍ଵ କ୍ରୀଡା ଈତିହାସ ରେ ଯୋଡି ହେଲା ସ୍ଵର୍ଣ୍ଣିମ ଅଧ୍ୟାୟ
  • ବିଶ୍ଵ କପ୍ ଜିତିଲେ ପ୍ରତି ଭାରତୀୟ ଖେଳାଳି ପାଇବେ ଏକ କୋଟି ଟଙ୍କା, ଘୋଷଣା କଲେ ମୁଖ୍ୟମନ୍ତ୍ରୀ .
  • ସମଗ୍ର ଦେଶକୁ ଓଡିଶାର ସବୁଠାରୁ ଶ୍ରେଷ୍ଠ ଉପହାର – ମୁଖ୍ୟମନ୍ତ୍ରୀ

ରାଉରକେଲା; ଉଦଘାଟିତ ହେଲା ବିଶ୍ବର ସବୁଠୁ ବଡ଼ ହକି ଷ୍ଟାଡିୟମ । ରାଉରକେଲାରେ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମକୁ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଉଦଘାଟନ ଅବସରରେ ମୁଖ୍ୟମନ୍ତ୍ରୀ ପ୍ରଥମେ ବିର୍ସା ମୁଣ୍ଡାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ଉପସ୍ଥିତ ଜନସାଧାରଣ ଓ କ୍ରୀଡାପ୍ରେମୀ ମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହା ହେଉଛି ଓଡିଶାର ସମଗ୍ର ଦେଶକୁ ସବୁଠାରୁ ଶ୍ରେଷ୍ଠ ଉପହାର। ଏହା ଭାରତକୁ ହକି କ୍ଷେତ୍ରରେ ଏକ ବଡ ଶକ୍ତି ଭାବରେ ଗଢି ତୋଳିବ ଏବଂ ଆଗାମୀ ଅନେକ ଦଶକ ପର୍ଯ୍ୟନ୍ତ ହକି ଖେଳରେ ଦେଶ ଏକ ମଜବୁତ ଦଳ ଭାବରେ ପ୍ରତିଷ୍ଠା ଲାଭ କରିବ। ହକିକୁ ଭଲ ପାଉଥିବା ସମସ୍ତଙ୍କୁ, ଖେଳାଳୀ, ସାଧାରଣ ଜନତା, ଓଡିଶାର ହକିପ୍ରେମୀ ଦେଶର ହକି କ୍ରୀଡାବିତ୍‌ ସମସ୍ତଙ୍କ ଉଦ୍ଦେଶ୍ୟରେ ଏହି ଷ୍ଟାଡିଅମକୁ ମୁଁ ଉତ୍ସର୍ଗ କରୁଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ଏବଂ ହକିକୁ ଭଲ ପାଉଥିବା ସମସ୍ତଙ୍କୁ ହକି ବିଶ୍ଵ କପ୍ ଭବ୍ୟ ଉତ୍ସବରେ ସାମିଲ ହେବା ପାଇଁ ନିମନ୍ତ୍ରଣ କରିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ହକିର ସ୍ବର୍ଣ୍ଣକ୍ଷେତ୍ର ସୁନ୍ଦରଗଡରେ ଆଜି ବିଶ୍ବର ସବୁଠାରୁ ବଡ ଷ୍ଟାଡିଅମ ଓଡିଶା ମାଟିର ଗୌରବ ଗାନ କରୁଛି। ଏ ଷ୍ଟାଡିଅମ ସାରା ବିଶ୍ବ ପାଇଁ ହକିର ମୁଖ୍ୟ କେନ୍ଦ୍ର ହୋଇରହିବ ଏବଂ ଦେଶର ପ୍ରମୁଖ ଟିମ୍‌ ମାନଙ୍କୁ ସେମାନଙ୍କ ପ୍ରଦର୍ଶନ ପାଇଁ ସୁଯୋଗ ଦେଇଚାଲିବ। ଆମର ଏହି ଉଦ୍ୟମ ଦେଶର ଯୁବ ଖେଳାଳୀ ମାନଙ୍କୁ ପ୍ରେରଣା ଦେବ ବୋଲି ସେ କହିଥିଲେ। ଦେଶରେ ଅନେକ ଚମ୍ପିଆନ ସୃଷ୍ଟି କରିବ ଏବଂ ଦେଶ ତଥା ରାଜ୍ୟର ଗୌରବ ବୃଦ୍ଧି କରିଚାଲିବ ବୋଲି ସେ କହିଥିଲେ।

ମହାପ୍ରଭୁ ଙ୍କ ଆଶୀର୍ବାଦ ଓ ସମସ୍ତଙ୍କ ସଦିଚ୍ଛା ଓ ଭଲପାଇବା ଯୋଗୁ ଆମର ସ୍ବପ୍ନ ସାକାର ହୋଇଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ସବୁକ୍ଷେତ୍ରରେ ଶ୍ରେଷ୍ଠ ହେବାର ଉଦ୍ୟମର ଏହା ପ୍ରତିଫଳନ। ଦେଶର କ୍ରୀଡା ଭିତ୍ତିଭୂମିର ବିକାଶ କ୍ଷେତ୍ରରେ ଏହି ଷ୍ଟାଡିଅମ ଓଡିଶାର ଛବିକୁ ଆହୁରି ଉଜ୍ଜଳ କରିଛି ବୋଲି ସେ କହିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଗାମୀ ଅନେକ ଯୁଗ ପର୍ଯ୍ୟନ୍ତ ଏହି ଷ୍ଟାଡିଅମ ଆମର ମୁକୁଟମଣି ହୋଇ ହକି ପ୍ରତି ଭାରତୀୟ ମାନଙ୍କର ଭାବାବେଗ ଓ ଭଲପାଇବାକୁ ପରିପ୍ରକାଶ କରିଚାଲିବ। ଏହା ଭାରତୀୟ ହକିର ଏନ୍ତୁଡିଶାଳା ହୋଇ ରହିବ।

ମୁଖ୍ୟମନ୍ତ୍ରୀ ଆଜି ରାଉରକେଲାରେ ପହଞ୍ଚିବା ପରେ ବିର୍ସା ମୁଣ୍ଡା ହକି ଷ୍ଟାଡିଅମ ପରିଦର୍ଶନ କରି ସେଠାରେ ଭାରତୀୟ ହକି ଟିମ୍‌ର ଖେଳାଳୀ ମାନଙ୍କ ସହିତ ବାର୍ତ୍ତାଳାପ କରିଥିଲେ। ଏହାପରେ ଅପରାହ୍ନରେ ମୁଖ୍ୟମନ୍ତ୍ରୀ ସୁନ୍ଦରଗଡ ମେଡିକାଲ କଲେଜ ଉଦ୍‌ଘାଟନ କରିବା ସହିତ ସୁନ୍ଦରଗଡ ପାଇଁ ଅନେକ ବିକାଶମୂଳକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ରାଉରକେଲା ସହରରେ ମୋ ବସ୍‌ ଚଳାଚଳର ଶୁଭାରମ୍ଭ ମଧ୍ୟ କରିଥିଲେ। ଏହାପରେ ସେ ହକି ଷ୍ଟାଡିଅମ ଉଦ୍‌ଘାଟନ କରିଥିଲେ।

ଏହି କାର୍ଯ୍ୟକ୍ରମରେ କ୍ରୀଡା ମନ୍ତ୍ରୀ ଶ୍ରୀ ତୁଷାରକାନ୍ତ ବେହେରା ,ହକି ଇଣ୍ଡିଆର ସଭାପତି ଶ୍ରୀ ଦିଲୀପ ତିର୍କୀ ,୫-ଟି ସଚିବ ଶ୍ରୀ ପାଣ୍ଡିଆନ୍ ଓ ହକି ଇଣ୍ଡିଆ ର କର୍ମକର୍ତ୍ତା ମାନେ ଉପସ୍ଥିତ ଥିଲେ।ଇଣ୍ଡିଆ ଏ ଓ ଇଣ୍ଡିଆ ବି ଦଳ ମଧ୍ୟରେ ଉଦଘାଟନୀ ମ୍ଯାଚ କୁ ମୁଖ୍ୟମନ୍ତ୍ରୀ ଏହି ଅବସରରେ ଉଦଘାଟନ କରିଥିଲେ.

Leave A Reply

Your email address will not be published.