ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ଚାକିରିରୁ ବହିଷ୍କାର ହେଲେ ୨୪ ଶିକ୍ଷକ,

0

ନବରଙ୍ଗପୁର: ବିନା ଛୁଟିରେ କାର୍ଯ୍ୟରେ ଅନୁପସ୍ଥିତି ପଡ଼ିଲା ମହଙ୍ଗା, ୨୪ ଶିକ୍ଷକଙ୍କୁ ଚାକିରିରୁ ବହିଷ୍କାର କରାଯାଇଛି। କାର୍ଯ୍ୟରେ ଦୀର୍ଘବର୍ଷ ଧରି ଅନୁପସ୍ଥିତ ରହିବା ଯୋଗୁ ୨୪ ଶିକ୍ଷକଙ୍କୁ କାର୍ଯ୍ୟଚ୍ୟୁତ କରିଛନ୍ତି ନବରଙ୍ଗପୁର ଜିଲ୍ଲାପାଳ । ଦୀର୍ଘ ୧୨ ବର୍ଷ ମଧ୍ୟରେ କାର୍ଯ୍ୟରେ ଅନୁପସ୍ଥିତ ରହିଥିବା ୨୪ ଜଣ ଶିକ୍ଷକଙ୍କୁ ଜିଲ୍ଲାପାଳ କାର୍ଯ୍ୟଚ୍ୟୁତ କରିବା ପରେ ଜିଲ୍ଲା ଶିକ୍ଷାବିଭାଗ ଏହାକୁ କାର୍ଯ୍ୟକାରୀ କରିଛି ।

ସୂଚନାଯୋଗ୍ୟ, ଶିକ୍ଷକମାନେ ଦୀର୍ଘବର୍ଷ ଧରି ଛୁଟିରେ ରହିବା ଯୋଗୁ ସେମାନଙ୍କ ବିରୋଧରେ କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯାଇଛି । ଜିଲ୍ଲାର ଚୁକ୍ତିଭିତ୍ତିକ କନିଷ୍ଠ ଶିକ୍ଷକ, ଗଣଶିକ୍ଷକଙ୍କ ସଂକ୍ରାନ୍ତରେ ରିପୋର୍ଟ ଦେବାକୁ ସମସ୍ତ ବିଇଓଙ୍କୁ ଚିଠି କରାଯାଇଥିଲା । ୩୧ ଜଣ ଶିକ୍ଷକ ଅନୁପସ୍ଥିତ ଥିବା ଜଣାପଡ଼ିବା ପରେ ସେମାନଙ୍କୁ କାରଣଦର୍ଶାଅ ନୋଟିସ୍ ଜାରି କରାଯାଇଥିଲା । ମାତ୍ର ୬ ଜଣ ବିଭିନ୍ନ କରଣ ଦର୍ଶାଇ ଛୁଟିରେ ରହିଥିବା ଉତ୍ତର ରଖିଥିଲେ । ଅନ୍ୟ ୨୪ ଜଣ କୌଣସି ଉତ୍ତର ନଦେବାରୁ ଜିଲ୍ଲା ଶିକ୍ଷାଧିକାରୀଙ୍କ ସୁପାରିଶ କ୍ରମେ ନବରଙ୍ଗପୁର ଜିଲ୍ଲାପାଳ ସେମାନଙ୍କୁ କାର୍ଯ୍ୟଚ୍ୟୁତ କରିଛନ୍ତି ।

Leave A Reply

Your email address will not be published.