ପ୍ରମୁଖ ଖବର

ଭୂଦାନ ଜମିର ପଞ୍ଜିକରଣ-ମ୍ୟୁଟେସନ୍‌ରେ ରୋକ, ଡିଜିଟାଲ ଡାଟାବେସ୍‌ ପ୍ରସ୍ତୁତି
ୟୁରୋପକୁ ଅଶୋଧିତ ତୈଳ ଯୋଗାଣ ବନ୍ଦ କଲା ସାଉଦି
NISER ହଷ୍ଟେଲ ଛାତରୁ ପଡ଼ି ଛାତ୍ର ମୃତ
ପ୍ରତ୍ୟାହାର ନିଷ୍ପତ୍ତି ବଦଳାଇଲେ ମମତାଙ୍କ ପ୍ରାର୍ଥୀ
ମଧ୍ୟପ୍ରଦେଶରେ ନାଳରେ ଭାସିଗଲା କାର, ୭ ଓଡ଼ିଆଙ୍କ ସମେତ ୮ ମୃତ
ଘରୋଇ ବିଶ୍ୱବିଦ୍ୟାଳୟ ଲାଭ ପାଇଁ ଚାଲିପାରିବ ନାହିଁ: ସୁପ୍ରିମକୋର୍ଟ
ଟିଏମ୍‌ସିର ନାମ-ଚିହ୍ନ ଫ୍ରିଜ୍, ସୁପ୍ରିମକୋର୍ଟରେ ମମତା

ଦୁର୍ଘଟଣାଗସ୍ତ ହେଲା ବିମାନ, ପାଇଲଟ ମୃତ

0

ରେଓ୍ଵା; ମଧ୍ୟପ୍ରଦେଶ ରେଓ୍ଵା ଜିଲ୍ଲାରେ ହୋଇଛି ବିମାନ ଦୁର୍ଘଟଣା । ମନ୍ଦିରରେ ମାଡ଼ ହୋଇ ଖଣ୍ଡବିଖଣ୍ଡିତ ହୋଇଯାଇଛି ବିମାନ । ଦୁର୍ଘଟଣାରେ ପାଇଲଟଙ୍କର ମୃତ ହୋଇଥିବା ବେଳେ ଜଣେ ଆହତ ହୋଇଛନ୍ତି। ବିମାନଟି ଏକ ପାଇଲଟ ଟ୍ରେନିଂ କମ୍ପାନୀର । ଟ୍ରେନିଂ ବେଳେ ମନ୍ଦିରର ଉପରି ଭାଗରେ ମାଡ଼ ହୋଇଯାଇଥଲା ବିମାନ । ଖରାପ ପାଣିପାଗ ଯୋଗୁ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି।

ଖବରଅନୁସାରେ, ପାଇଲଟ ଜଣକ ଗତକାଲି ରାତିରେ ଶିକ୍ଷାର୍ଥୀଙ୍କୁ ଟ୍ରେନିଂ ଦେଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା । ଉଡାଣ ଭରିବାର କିଛି ସମୟ ପରେ ବିମାନଟି ମନ୍ଦିରର ଚୂଡାରେ ପିଟି ହୋଇଯାଇଥିଲା । ଏହା ପରେ ପ୍ରଚଣ୍ଡ ଶବ୍ଦ ହେବା ସହ ବିମାନଟି ଖଣ୍ଡ ଖଣ୍ଡ ହୋଇଯାଇଥିଲା । ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଭୟଙ୍କୁ ଉଦ୍ଧାର କରି ସ୍ଥାନୀୟ ସଞ୍ଜୟ ଗାନ୍ଧୀ ହସ୍ପିଟାଲରେ ଭର୍ତ୍ତି କରିଥିଲେ ।

ତେବେ ସୂଚନାନୁସାରେ, ଚିକିତ୍ସିତ ଅବସ୍ଥାରେ ପ୍ରଶିକ୍ଷକ ପାଇଲଟଙ୍କ ମୃତ୍ୟୁ ହୋଇଥିବା ବେଳେ ପ୍ରଶିକ୍ଷଣ ନେଉଥିବା ପାଇଲଟ ଚିକିତ୍ସିତ ହେଉଛନ୍ତି । ସେପଟେ ଦୁର୍ଘଟଣାର କାରଣ ସ୍ପଷ୍ଟ ହୋଇ ନ ଥିବା ବେଳେ କୁହୁଡି ଯୋଗୁଁ ବିମାନଟି କ୍ରାସ୍ ହୋଇଥିବା କୁହାଯାଉଛି। ତେବେ କେଉଁ କାରଣରୁ ଏବଂ କେଉଁ ପରିସ୍ଥିତିରେ ଏହି ଦୁର୍ଘଟଣା ଘଟିଲା ସେ ନେଇ ତଦନ୍ତ ଚାଲିଛି।

Leave A Reply

Your email address will not be published.