ପ୍ରମୁଖ ଖବର

୫ରୁ ୧୭ ବର୍ଷ ପିଲାଙ୍କ ଆଧାର ବାୟୋମେଟ୍ରିକ୍‌ ଅପଡେଟ୍‌ ମାଗଣା
‘ଚଳିବ’ ମାନସିକତା ବଦଳାଇ ସମୟାନୁବର୍ତ୍ତିତାକୁ ଗୁରୁତ୍ୱ: ମୋଦୀଙ୍କ ଆହ୍ୱାନ
ଏନ୍‌ଟିପିସି ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଆହତ
ରାଜ୍ୟ ସହିବ ୧ ଲକ୍ଷ କୋଟିର କ୍ଷତି: ଏମ୍‌ଏମ୍‌ଡିଆର୍‌ ବିଲ୍‌କୁ କଂଗ୍ରେସର ବିରୋଧ, ସ୍ୱତନ୍ତ୍ର ଅଧିବେଶନ ଦାବି
ୟୁପିର ୫୨ ନେତାଙ୍କୁ ମିଳିବ ବୁଲେଟ୍‌ପ୍ରୁଫ୍‌ ଜାକେଟ୍‌
୪ ବର୍ଷରୁ କମ୍ ପିଲାଙ୍କ ପାଇଁ କାଶ-ଥଣ୍ଡା ଔଷଧ ଉପରେ କେନ୍ଦ୍ରର କଟକଣା
ଚିନି ଦରରେ ରେକର୍ଡ ବୃଦ୍ଧି
ନେତାନ୍ୟାହୁଙ୍କ ବିରୋଧରେ ତୁର୍କୀର ଗିରଫ ପରୱାନା

ଆଜି ମହାପ୍ରଭୁଙ୍କ ପୁଷ୍ୟାଭିଷେକ

0

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପୁଷ୍ୟାଭିଷେକ ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ସମସ୍ତ ଯାତ୍ରା ମଧ୍ୟରୁ ଏହା ଅନ୍ୟତମ ଅଟେ। ସକାଳଧୂପ ସରିବା ପରେ ରତ୍ନସିଂହାସନ ଉପରେ ଶ୍ରୀଜିଉ ଦୁର୍ଲଭ ସୁନାବେଶରେ ବିଭୂଷିତ ହେବେ। ଏଣୁ ଚଳଚଞ୍ଚଳ ହୋଇଛି ଶ୍ରୀମନ୍ଦିର।

ଗତକାଲି ଚତୁର୍ଦ୍ଦଶୀ ତିଥିରେ ଅଧିବାସ ଗୃହରେ ଅଧିବାସ ହୋଇ ରହିଥିବା ଘିଅ ମିଶ୍ରିତ ୧୦୮ ଗରା ଜଳରେ ଚନ୍ଦନ ଲାଗି ପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଅଭିଷେକ କରାଯିବାର ବିଧି ରହିଛି।  ପରେ ମହାପ୍ରଭୁଙ୍କ ଠାରୁ ଆଜ୍ଞାମାଳ ପାଇ ପାଲିଙ୍କିରେ ମାଆ ଲକ୍ଷ୍ମୀ ଜଗମୋହନକୁ ବିଜେ କରିବେ। ଏହାପରେ ରତ୍ନସିଂହାସନରେ ମହାପ୍ରଭୁଙ୍କ ସୁନାବେଶ ଅନୁଷ୍ଠିତ ହେବ। ମସ୍ତକରେ କିରିଟ, ପାଦରେ ଶ୍ରୀପୟର, ହାତରେ ଶ୍ରୀଭୁଜ, ହରିଡ଼ାମାଳ, ବାହାଡା ମାଳ, ସେବତୀମାଳ, ଆଡ଼କାନି, ଚନ୍ଦ୍ର-ସୂର୍ଯ୍ୟ  ଆଦି ବିବିଧ ପ୍ରକାର ସ୍ୱର୍ଣ୍ଣ ଅଳଙ୍କାରରେ ମହାପ୍ରଭୁ  ରାଜରାଜେଶ୍ୱର ବେଶରେ ବିଭୂଷିତ ହୋଇଥାନ୍ତି।  ମହାପ୍ରଭୁଙ୍କ ଏହି ଦୁର୍ଲଭ ସୁନାବେଶ ଦେଖିବାକୁ ଶ୍ରୀମନ୍ଦିରରେ ଭକ୍ତଙ୍କ ଅସମ୍ଭବ ଭିଡ଼ ପରିଲକ୍ଷିତ ହେବାର ସମ୍ଭାବନା ରହିଛି।

ସେହିପରି ଆଜି ପୌଷ ପୂର୍ଣ୍ଣିମା ଅବସରରେ ମେଘଡମ୍ବରୁରେ କମ୍ପିବ ଶ୍ରୀଲିଙ୍ଗରାଜ ମନ୍ଦିର, ରାଜାଧିରାଜ ବେଶରେ ଦର୍ଶନ ଦେବେ ପ୍ରଭୁ ଲିଙ୍ଗରାଜ। ଏଥିପାଇଁ ମନ୍ଦିରରେ ବ୍ୟାପକ ବ୍ୟବସ୍ଥା କରାଯାଇଛି।ହୋମ, ମହାସ୍ନାନ, ଭୋଗ ନୀତି ସମାପନ ପରେ ମହାପ୍ରଭୂ ଲିଙ୍ଗରାଜଙ୍କ ପୁଷ୍ୟାଭିଷେକ ଯାତ୍ରା ଆରମ୍ଭ ହେବ।

Leave A Reply

Your email address will not be published.