ପ୍ରମୁଖ ଖବର

ଆଜ୍ଞାମାଳ ବିଜେ ପରେ ସିଂହଦ୍ୱାର ଅଭିମୁଖେ ତିନି ରଥ, କାଲି ବିଶ୍ୱପ୍ରସିଦ୍ଧ ରଥଯାତ୍ରା
ୱାଙ୍ଗଚୁକଙ୍କ ଅନଶନକୁ ନେଇ ହାଇକୋର୍ଟରେ ପିଆଇଏଲ୍, ଜରୁରୀ ଚିକିତ୍ସା ସେବା ଦାବି
ନୋଏଡାରେ ଇ-ସ୍କୁଟରରେ ନିଆଁ, ଅଗ୍ନିକାଣ୍ଡରେ ୨ ମୃତ; ୧୦୦ରୁ ଅଧିକ ଲୋକ ଉଦ୍ଧାର
ଓଡ଼ିଶାକୁ ରେଳର ଡବଲ୍ ଉପହାର, ଦୁଇ ପ୍ରମୁଖ ପ୍ରକଳ୍ପକୁ କ୍ୟାବିନେଟ୍ ମଞ୍ଜୁରୀ
ସରକାରୀ ଡାକ୍ତରଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ପ୍ରଥମେ ଜେନେରିକ୍ ଔଷଧ ଲେଖିବାକୁ ତାଗିଦ
ବର୍ଷା ଭିତରେ ରଥଯାତ୍ରା ପ୍ରସ୍ତୁତି: ସମୁଦ୍ର ଅଶାନ୍ତ, ପୁରୀରେ ସତର୍କତା
ଶୁଦ୍ଧ ପେଟ୍ରୋଲ ଚାହୁଁଥିଲେ ଅଧିକ ଦାମ ଦିଅନ୍ତୁ: ଗଡ଼କରୀ
ଶ୍ରୀମନ୍ଦିରରେ ଡିଜିଟାଲ ହୁଣ୍ଡି ‘ସମର୍ପଣ’ ଲୋକାର୍ପିତ, ଘରେ ବସି ଦାନ କରିପାରିବେ ଭକ୍ତ

ଭୁବନେଶ୍ୱର-ରାଉରକେଲା ବିମାନ ଉଡାଣ ଆରମ୍ଭ

0

ଭୁବନେଶ୍ବର; ଆଜିଠୁ ଷ୍ଟିଲସିଟିକୁ ଉଡିଲା ବିମାନ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିମାନବନ୍ଦରରେ ପତାକା ଦେଖାଇ ଭୁବନେଶ୍ୱର-ରାଉରକେଲା ବିମାନ ଉଡାଣର ଶୁଭାରମ୍ଭ କରିଛନ୍ତି । ସେପଟେ ଆନୁଷ୍ଠାନିକ ଭାବେ ଭିସିରେ ଶୁଭାରମ୍ଭ କରିଛନ୍ତି ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ । ସକାଳ ୧୦ ଟା ୪୫ରେ ଭୁବନେଶ୍ବରରୁ ଉଡ଼ାଣ ଆରମ୍ଭ କରିଛି ଆଲାଏନ୍ସ ଏୟାର ବିମାନ ।

ଏହି କାର୍ଯ୍ୟକ୍ରମରେ ରାଜ୍ୟ ପରିବହନ ମନ୍ତ୍ରୀ ଟୁକୁନି ସାହୁ ଓ ମନ୍ତ୍ରୀ ଅଶୋକ ପଣ୍ଡା ଉପସ୍ଥିତ ଅଛନ୍ତି । ଆସନ୍ତା ୧୨ ତାରିଖରୁ ଭୁବନେଶ୍ୱର-ରାଉରକେଲା ରୁଟିନ୍ ଉଡାଣ ଆରମ୍ଭ ହେବ । ପ୍ରତିଦିନ ବିମାନ ଭୁବନେଶ୍ୱରରୁ ୨ଟା ୫୫ରେ ଛାଡ଼ିବ, ରାଉରକେଲାରେ ୩ଟା ୫୦ରେ ପହଞ୍ଚିବ। ସେହିଭଳି ରାଉରକେଲାରୁ ୪ଟା ୧୫ରେ ବାହାରି ଭୁବନେଶ୍ୱରରେ ୫ଟା ୧୦ରେ ପହଞ୍ଚିବ। ଆଲାଏନ୍ସ ଏୟାର ଦ୍ୱାରା ଚଳାଚଳ କରିବାକୁ ଥିବା ଏହି ବିମାନରେ ଏକକାଳୀନ ୭୨ ଜଣ ଯାତ୍ରୀ ଯାଇପାରିବେ। ପ୍ରାରମ୍ଭିକ ଭାବେ ଭୁବନେଶ୍ୱରରୁ ରାଉରକେଲା ବିମାନ ଭଡ଼ା ୨୮୦୩ ଟଙ୍କା ରହିଥିବା ବେଳେ ରାଉରକେଲାରୁ ଭୁବନେଶ୍ୱର ଟିକେଟର ଦାମ ୨୭୨୧ ଟଙ୍କା ରହିଛି ।

Leave A Reply

Your email address will not be published.