ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଜୟଶଙ୍କର, ଆଡଭାନି, ସିସୋଦିଆଙ୍କ ସମେତ ବହୁ ହାଇପ୍ରୋଫାଇଲ୍‌ ଭୋଟରଙ୍କୁ SIR ନୋଟିସ୍‌
ଇମ୍ରାନଙ୍କ ଭଉଣୀ ଅଲିମା ଗିରଫ
ଡ୍ୟୁଟି ସମୟରେ ପୋଲିସଙ୍କୁ ମୋବାଇଲ ମନା, ନମାନିଲେ ହେବ କାର୍ଯ୍ୟାନୁଷ୍ଠାନ
ଏସୀୟ କ୍ରୀଡ଼ାରେ ଭାରତର ଚମକ, ସୁଟିଂରେ ଦୁଇ ରୌପ୍ୟ
ଆମେରିକା ନିକଟରେ ଆତ୍ମସମର୍ପଣର ପ୍ରଶ୍ନ ନାହିଁ: କ୍ୟୁବା ରାଷ୍ଟ୍ରଦୂତ
ମହାନଦୀ ବିବାଦ ମଧ୍ୟରେ ଓଡ଼ିଶା ଗସ୍ତରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ

ଭିଜିଲାନ୍ସ ଜାଲରେ ମୃତ୍ତିକା ସଂରକ୍ଷଣ ଅଧିକାରୀ

0

ରାୟଗଡା; ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଆଉ ଜଣେ ଅଧିକାରୀ । ରାୟଗଡ଼ା ଜିଲ୍ଲା କୋଲନରା ବ୍ଲକ୍‌ର ସହକାରୀ ମୃତ୍ତିକ ସଂରକ୍ଷଣ ଅଧିକାରୀ ଭାବେ ନିଯୁକ୍ତ ଅଛନ୍ତି କିଶୋରଚନ୍ଦ୍ର ନାୟକ । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି। ଯାଞ୍ଚ ବେଳେ ତାଙ୍କ ନିକଟରୁ ୫ ଲକ୍ଷ ୪ ହଜାର ୫୬୦ ଟଙ୍କା ବାହାରିଥିଲା ।

ସୂଚନାଯୋଗ୍ୟ; ଗତକାଲି ରାତିରେ ବେଆଇନ ଭାବେ ୫ ଲକ୍ଷ ୪୫ ଶହ୬୦ ଟଙ୍କା ନେଇ ରାୟଗଡ଼ା ସ୍ଥିତ ଘରକୁ ଯାଉଥିବା ବେଳେ ଅରବିନ୍ଦ ସ୍କୁଲ ପାଖରେ ଧରିଲା ଭିଜିଲାନ୍ସ । ଏହା ପରେ ଭିଜିଲାନ୍ସ ଟିମ୍ ମଙ୍ଗଳା ମନ୍ଦିର ନିକଟସ୍ଥ ତାଙ୍କ ଭଡ଼ା ଘରେ ଚଢ଼ାଉ କରିଥିଲା । ସେଠାରେ ଯାଞ୍ଚ ବେଳେ ନଗଦ ୬ ଲକ୍ଷ ୩୦ ହଜାର ଟଙ୍କା ମିଳିଥିଲା

ତେବେ ଶ୍ରୀ ନାୟକଙ୍କ ଠାରୁ ମୋଟ ୧୧ ଲକ୍ଷ ୩୪ ହଜାର ୫୬୦ ଟଙ୍କା ଜବତ କରିଛି ଭିଜିଲାନ୍ସ। ଏହା ସହିତ ପାତ୍ରପଡ଼ା କିଶୋର ବିହାରରେ ଥିବା ତାଙ୍କ ପତ୍ନୀଙ୍କ ବାସଭବନରେ ମଧ୍ୟରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇ ଯାଞ୍ଚ କରାଯାଇଥିଲା। ଏଥିସହିତ ନବରଙ୍ଗପୁରର ମନ୍ତ୍ରୀଗୁଡ଼ା ସ୍ଥିତି ପୈତୃକ ଘରେ ମଧ୍ୟ ଭିଜିଲାନ୍ସ ଚଢ଼ାଉ କରାଯାଇଥିଲା। କିଶୋରଚନ୍ଦ୍ର ନାୟକଙ୍କୁ ଭିଜିଲାନ୍ସ ଅଧିକାରୀମାନେ ଗତକାଲି ଠାରୁ ଅଟକ ରଖି ପଚରାଉଚରା କରୁଥିବା ବେଳେ ଆଜି ଗିରଫ କରିଛନ୍ତି।

Leave A Reply

Your email address will not be published.