ପ୍ରମୁଖ ଖବର

ସ୍ବର୍ଗତଃ ମନ୍ତ୍ରୀ ନବ ଦାସଙ୍କ ପୁଅ ବିଶାଳ ଦାସଙ୍କୁ ପଚରାଉଚରା ସୂଚନା। ଆୟକର ବିଭାଗର ପଚରାଉଚରା ସୂଚନା। ପ୍ରାୟ ୪ ଘଣ୍ଟା ଧରି ପଚରାଉଚରା କରାଯାଇଥିବା ପ୍ରାଥମିକ ସୂଚନା
।ବିଜେପିରୁ ବରିଷ୍ଠ ନେତା ବିଜୟ ମହାପାତ୍ର ବହିଷ୍କୃତ, ଦଳ ବିରୋଧୀ କାର୍ଯ୍ୟ ଓ ଅନୁଶାସନ ଭଙ୍ଗ ଅଭିଯୋଗରେ ବହିଷ୍କୃତ
ବିଜେଡି କର୍ମୀଙ୍କ ଆକ୍ରମଣ ବିଜେପି କର୍ମୀଙ୍କ ମୃତ୍ୟୁ, ୩ ଜଣ ଗୁରୁତର ଆହତ
ସ୍ଥିତି ଅଣାୟତ୍ତ ହେଉଥିବା ଦେଖି ଗଞ୍ଜାମ ଜିଲ୍ଲା ପ୍ରଶାସନ ୧୪୪ ଧାରି ଜାରି, ଗଞ୍ଜାମ ଜିଲ୍ଲାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି
ପୁରୀରେ ସଫେଇ କର୍ମଚାରୀଙ୍କ ଉପରେ ବୋମା ମାଡ଼, ଘଟଣାରେ ଦୁଇ ଜଣ ସଫେଇ କର୍ମଚାରୀ ଆହତ

ଠେଲାପେଲାରେ ଚାଲିଗଲା ମହିଳାଙ୍କ ଜୀବନ

0

ପୁରୀ; ପୁରୀ ରେଲ୍‌ୱେ ଷ୍ଟେସନରେ ଘଟିଛି ଅଘଟଣ । ଅସମ୍ଭାଳ ଭିଡ଼ ଯୋଗୁଁ ଠେଲାପେଲାରେ ଚାଲିଗଲା ଜଣେ ମହିଳାଙ୍କ ଜୀବନ । ମୃତକ ଜଣକ ଡେଲାଙ୍ଗ କଣ୍ଟାପଡାର କୁନିମଣି ନାୟକ।

ସୂଚନା ଅନୁସାରେ, ଶ୍ରୀ ଶ୍ରୀ ଠାକୁର ଅନୁକୂଳଚନ୍ଦ୍ର ଆଜକୁ ୧୦୧ ବର୍ଷ ଆଗମନୀ ଉତ୍ସବରେ ହଜାର ହଜାର ଭକ୍ତ ପୁରୀ ଆସିଥିଲେ । ଏନେଇ ପୁରୀ ରେଲ୍‌ୱେ ଷ୍ଟେସନରେ ଭକ୍ତଙ୍କ ଭିଡ଼ ଲାଗି ରହିଥିଲା। ଏତେ ଭିଡ଼ ଯେ, ଠେଲାପେଲା ପରିସ୍ଥିତି ସୃଷ୍ଟି ହୋଇଥିଲା। ଏହି ସମୟରେ ୬ ନମ୍ବର ପ୍ଲାଟଫର୍ମରେ କୁନିମଣି ଖସି ପଡ଼ିଥିଲେ । ତୁରନ୍ତ ତାଙ୍କୁ ପୁରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

କୁନିମଣି ଓ ତାଙ୍କ ସମ୍ପର୍କୀୟ ପୁରୀ ଦୁର୍ଗ ଏକ୍ସପ୍ରେସ୍‌ରେ ସମ୍ବଲପୁରୁ ଯାଉଥିଲେ। ହେଲେ ତା’ ପୂର୍ବରୁ ଏହି ଅଭାବନୀୟ ଘଟଣା ଘଟିଛି। ମୃତଦେହ ପୋଷ୍ଟମର୍ଟମ ପାଇଁ ପଠା ଯାଇଛି। ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ। ଘଟଣାକୁ ନେଇ ମାମଲା ରୁଜୁ କରାଯିବା ସହ ତଦନ୍ତ ଆରମ୍ଭ ହୋଇଛି।

Leave A Reply

Your email address will not be published.