ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଠିକା ଶ୍ରମିକଙ୍କ ମୃତ୍ୟୁ

0

ରାଉରକେଲା; ପୁରୁଷ ହକି ବିଶ୍ୱକପ୍‌ ପୂର୍ବରୁ ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଘଟିଲା ଅଘଟଣ। ଆଜି ବିଦ୍ୟୁତ ଆଘାତରେ ମୃତ୍ୟୁବରଣ କରିଛନ୍ତି ଠିକା ଶ୍ରମିକ । ମୃତକ ହେଲେ ଗୋପାଳ ତୀର୍କୀ । ତାଙ୍କ ଘର ଲାଠିକଟା ବ୍ଲକ ଟାଇଁସର ପଞ୍ଚାୟତ ଅନ୍ତର୍ଗତ ମାଙ୍ଗରାଟୋଲା ଗାଁରେ । ସେ ଦୀପଶିକ୍ଷା ଏଣ୍ଟରପ୍ରାଇଜେସ ଠିକା ସଂସ୍ଥାରେ କାମ କରୁଥିଲେ।

ମିଳିଥିବା ସୂଚନା ଅନୁଯାୟୀ, ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ବିଦ୍ୟୁତ୍ କାମ ଚାଲିଥିବା ବେଳେ ଆଜି ଅପରାହ୍ନ ପ୍ରାୟ ଦେଢ଼ଟାରେ ହକି ଷ୍ଟାଡିୟମ ଚାରି ନମ୍ବର ଗେଟରେ ବିଦ୍ୟୁତ କାମ କରୁଥିଲେ ଗୋପାଳ । ଏହି ସମୟରେ ହଠାତ ବିଦ୍ୟୁତ ସଂସ୍ପର୍ଶରେ ଆସି ଯିବାରୁ ତଳକୁ ଖସି ପଶିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ରାଉରକେଲା ସରକାରୀ ଡାକ୍ତରଖାନାରେ ଭର୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଛେଣ୍ଡ ପୁଲିସ ଶବ ଜବତ କରି ଆରଜିଏଚ ମର୍ଗରେ ରଖିବା ସହ ଘଟଣାର ତଦନ୍ତ ଚଳାଇଛି।

Leave A Reply

Your email address will not be published.