ପ୍ରମୁଖ ଖବର

ଗାଁରେ ମିଳିବ ସହରୀ ସୁବିଧା, ପ୍ରତି ପଞ୍ଚାୟତରେ ଆଦର୍ଶ ଖେଳ ପଡ଼ିଆ ଓ କଲ୍ୟାଣ ମଣ୍ଡପ
ଇଭି ଓ ପରିବେଶ ଅନୁକୂଳ ଯାନକୁ ପରମିଟ୍ ଫି’ ଛାଡ଼
ବାଂଲାଦେଶର ୨୩ତମ ରାଷ୍ଟ୍ରପତି ହେଲେ ମିର୍ଜା ଫକରୁଲ୍ ଇସଲାମ୍ ଆଲମଗୀର
ଜେପିଏସ୍‌ସି ପରୀକ୍ଷା ରଦ୍ଦ ନିଷ୍ପତ୍ତି ଉପରେ ରୋକ୍‌, ହେମନ୍ତ ସରକାରଙ୍କୁ ଝଟକା
ଅଟୋ ଚାଳକଙ୍କ ହଙ୍ଗାମା: ୪୦୦ ଅଟୋ ଜବତ, ପରମିଟ ରଦ୍ଦ ପାଇଁ ପଦକ୍ଷେପ
ମହାରାଷ୍ଟ୍ରରେ ଛାତ୍ରୀଙ୍କୁ ମିଳିଵ ମାସକୁ ୨ ହଜାର ଟଙ୍କା ପକେଟ ମନି
ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ପରଲୋକ
ବୀମା ନଥିଲେ ପେଟ୍ରୋଲ ନାହିଁ: ପାଇଲଟ୍ ପ୍ରକଳ୍ପ ଲାଗୁ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଠିକା ଶ୍ରମିକଙ୍କ ମୃତ୍ୟୁ

0

ରାଉରକେଲା; ପୁରୁଷ ହକି ବିଶ୍ୱକପ୍‌ ପୂର୍ବରୁ ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଘଟିଲା ଅଘଟଣ। ଆଜି ବିଦ୍ୟୁତ ଆଘାତରେ ମୃତ୍ୟୁବରଣ କରିଛନ୍ତି ଠିକା ଶ୍ରମିକ । ମୃତକ ହେଲେ ଗୋପାଳ ତୀର୍କୀ । ତାଙ୍କ ଘର ଲାଠିକଟା ବ୍ଲକ ଟାଇଁସର ପଞ୍ଚାୟତ ଅନ୍ତର୍ଗତ ମାଙ୍ଗରାଟୋଲା ଗାଁରେ । ସେ ଦୀପଶିକ୍ଷା ଏଣ୍ଟରପ୍ରାଇଜେସ ଠିକା ସଂସ୍ଥାରେ କାମ କରୁଥିଲେ।

ମିଳିଥିବା ସୂଚନା ଅନୁଯାୟୀ, ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ବିଦ୍ୟୁତ୍ କାମ ଚାଲିଥିବା ବେଳେ ଆଜି ଅପରାହ୍ନ ପ୍ରାୟ ଦେଢ଼ଟାରେ ହକି ଷ୍ଟାଡିୟମ ଚାରି ନମ୍ବର ଗେଟରେ ବିଦ୍ୟୁତ କାମ କରୁଥିଲେ ଗୋପାଳ । ଏହି ସମୟରେ ହଠାତ ବିଦ୍ୟୁତ ସଂସ୍ପର୍ଶରେ ଆସି ଯିବାରୁ ତଳକୁ ଖସି ପଶିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ରାଉରକେଲା ସରକାରୀ ଡାକ୍ତରଖାନାରେ ଭର୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଛେଣ୍ଡ ପୁଲିସ ଶବ ଜବତ କରି ଆରଜିଏଚ ମର୍ଗରେ ରଖିବା ସହ ଘଟଣାର ତଦନ୍ତ ଚଳାଇଛି।

Leave A Reply

Your email address will not be published.