ପ୍ରମୁଖ ଖବର

ଓଡ଼ିଶାରେ ମତଦାତା ଯାଞ୍ଚ ଅଭିଯାନ ଶେଷ ପର୍ଯ୍ୟାୟରେ
ଫ୍ରାନ୍ସରେ ‘ଭାରତ ଇନୋଭେଟ୍ସ ୨୦୨୬’, ବିଶ୍ୱ ମଞ୍ଚରେ ଭାରତୀୟ ଷ୍ଟାର୍ଟଅପ୍
ଡ୍ରୋନ୍‌ରେ ଚିଠି ଓ ପାର୍ସଲ୍ ପରିବହନ: ୨ ଘଣ୍ଟାର କାମ ୭ ମିନିଟ୍‌ରେ
ଝାଡ଼ଖଣ୍ଡର ବନ୍ଦ କୋଇଲା ଖଣିରେ ବିଷାକ୍ତ ଗ୍ୟାସ ଲିକ୍; ୪ ଜଣଙ୍କ ମୃତ୍ୟୁ
ବୁର୍ଲାରେ ଏମସିଏଲ୍ ମହିଳା କର୍ମଚାରୀଙ୍କ ମୃତଦେହ ଉଦ୍ଧାର; ଆତ୍ମହତ୍ୟା ସନ୍ଦେହ
୨୦ରେ ରାଇରଙ୍ଗପୁର ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ଧୀରଜ ସେଠ୍‌ ହେବେ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
ଆସାମର ଜୋରହାଟରେ IAF AN-32 ବିମାନ ଦୁର୍ଘଟଣା; ୫ ବାୟୁସେନା କର୍ମଚାରୀଙ୍କ ମୃତ୍ୟୁ
ଜାମିନ୍ ଖାରଜ ପରେ ଜେଲ୍ ଗଲେ ତିଖିରି ସରପଞ୍ଚ ଚାମେଲି ଓଝା
ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ବଦଳିବ ୬୪ ସ୍ଥାନର ଇଂରାଜୀ ନାମ; ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି

କାଲି କଟକରେ ଦିନ ୨ଟା ପରେ ସବୁ ଶିକ୍ଷାନୁଷ୍ଠାନ ବନ୍ଦ

0

କଟକ; ହକି ବିଶ୍ବକପ ପାଇଁ ସଜେଇ ହେଉଛି ସାରା ଓଡିଶା । ଜାନୁଆରୀ ୧୧ ଅର୍ଥାତ୍ ଆସନ୍ତାକାଲି ବାରବାଟୀ ମଇଦାନରେ ବାଜିବ ହକି ବିଶ୍ୱ କପର ବିଗୁଲ୍ । ହକି ବିଶ୍ବକପ ଉଦଘାଟନୀ ଉତ୍ସବ ପାଇଁ କାଲି କଟକରେ ଦିନ ୨ଟା ପରେ ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରହିବ । ସରକାରୀ ଓ ବେସରକାରୀ ସ୍କୁଲ୍, କଲେଜ ଆଦି ବନ୍ଦ ରହିବ । ତେବେ ଶିକ୍ଷାନୁଷ୍ଠାନ ବନ୍ଦ ନେଇ ଘୋଷଣା କରିଛନ୍ତି କଟକ ଜିଲ୍ଲାପାଳ ।

ତେବେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ସହ ହକି ବିଶ୍ବକପର ହେବ ଶୁଭାରମ୍ଭ । ଏନେଇ ସମସ୍ତ ପ୍ରସ୍ତୁତି ମଧ୍ୟ ଶେଷ ପର୍ଯ୍ୟାୟରେ । ଆଉ ଏଥିରେ ମୁଖ୍ୟ ଆକର୍ଷଣ ପାଲଟିବେ ବଲିଉଡ ଷ୍ଟାର ଆଇକନ୍ । ଖାସ୍ କରି ଉଦଘାଟନୀ ଉତ୍ସବରେ ଧମାଲ କରିବେ ରଣବୀର ସିଂ ଓ ଦିଶା ପଟାନୀ । ଉଦଘାଟନୀ ଉତ୍ସବରେ ୩୦ ହଜାର ଦର୍ଶକଙ୍କ ପାଇଁ ବ୍ୟବସ୍ଥା କରାଯାଇଛି । ଉଦଘାଟନୀ ଉତ୍ସବ ପାଇଁ ଷ୍ଟାଡିୟମ ଓ ଏହାର ଆଖପାଖ ଅଞ୍ଚଳରେ ପ୍ରାୟ ୫୦ ପ୍ଲାଟୁନ ପୁଲିସ ଫୋର୍ସଙ୍କୁ ନିୟୋଜିତ କରାଯିବ ।

ସୁରକ୍ଷା ଦାୟିତ୍ୱ ତଦାରଖ କରିବାପାଇଁ ୪୦ ଜଣ ଡିଏସ୍ପି ସ୍ତରୀୟ ଅଧିକାରୀ , ୫୫ଜଣ ଇନସପେକ୍ଟର ସ୍ତରୀୟ ଅଧିକାରୀ ୩୦୦ ଜଣ ଏସଆଇଙ୍କ ସହିତ ୩୦୦ରୁ ଅଧିକ କନେଷ୍ଟବଳ ନିୟୋଜିତ ହେବେ । ତା ସହିତ ୫ଶହରୁ ଅଧିକ ହୋମଗାର୍ଡଙ୍କୁ ବି ନିଯୁକ୍ତ କରାଯାଇଛି । ସେହିଭଳି ଉଦଘାଟନୀ ଉତ୍ସବ ପାଇଁ ବାରବାଟୀ ଷ୍ଟାଡିୟମକୁ ତ୍ରିସ୍ତରୀୟ ସୁରକ୍ଷା ବଳୟ ଭିତରେ ରଖାଯିବ । ସେପଟେ ଟ୍ରାଫିକ ପରିଚାଳନା ପାଇଁ ମଧ୍ୟ ପୁଲିସ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ।

Leave A Reply

Your email address will not be published.