ପ୍ରମୁଖ ଖବର

ଅକ୍ଟୋବର-ଡିସେମ୍ବରରେ ବଢ଼ିପାରେ ରେପୋ ରେଟ୍‌, ମହଙ୍ଗା ତେଲ ନେଇ ଚିନ୍ତା
ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି, ବିଶ୍ୱ ମଞ୍ଚରେ ଓଡ଼ିଶାର ସ୍ୱାଦ
ନୂଆଦିଲ୍ଲୀରେ ବିଶ୍ୱ ନେତାଙ୍କ ସମାଗମ, ଆରମ୍ଭ ହେଲା ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀ
ଦିଲ୍ଲୀର ନିର୍ମାଣ ଶ୍ରମିକଙ୍କୁ ମିଳିବ ମାଗଣା ଚିକିତ୍ସା, ସ୍ୱାସ୍ଥ୍ୟ ଯୋଜନାକୁ ଉପରାଜ୍ୟପାଳଙ୍କ ମଞ୍ଜୁରି
ଦିଲ୍ଲୀର ନେତା-ଅଧିକାରୀଙ୍କ ସମ୍ପତ୍ତି ସାର୍ବଜନୀନ କରାଯାଉ: କିରଣ ବେଦୀ

ଭୂକମ୍ପରେ ଦୋହଲିଲା ଇଣ୍ଡୋନେସିଆ

0

ଇଣ୍ଡୋନେସିଆ; ବିଳମ୍ବିତ ରାତିରେ ଭୟଙ୍କର ଭୂକମ୍ପରେ ଦୋହଲିଲା ଇଣ୍ଡୋନେସିଆ । ରିକ୍ଟର ସ୍କେଲ୍‌ରେ ଭୂକମ୍ପର ତୀବ୍ରତା ୭.୭ ରେକର୍ଡ କରାଯାଇଛି । ଭୂମିକମ୍ପ ପରେ ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳରେ ସୁନାମୀ ଆଲର୍ଟ ଜାରି କରାଯାଇଛି । ସୂଚନା ଅନୁଯାୟୀ, ସ୍ଥାନୀୟ ସମୟ ୨.୪୭ ମିନିଟ୍‌ରେ ଇଣ୍ଡୋନେସିଆର ତୁଆଲ କ୍ଷେତ୍ର ଥରି ଉଠିଥିଲା । ଭୂକମ୍ପର କେନ୍ଦ୍ରସ୍ଥଳ ୩୪୨ କିଲୋମିଟର ଗଭୀରତାରେ ରହିଛି।

ଆଇଏମ୍‌ଏସ୍‌ସିର କହିବା ମୁତାବକ, ଭୂମିକମ୍ପ ଏତେ ଭୟଙ୍କର ଥିଲା ଯେ, ୨୦୦୦ କିଲୋମିଟରରୁ ବି ଅଧିକ ଦୂରତା ଯାଏଁ ଅନୁଭବ ହୋଇଥିଲା । ଅଷ୍ଟ୍ରେଲିଆ, ଇଷ୍ଟ ତିମୋର ଲେସ୍ତୋ ଓ ଇଣ୍ଡୋନେସିଆର ପ୍ରାୟ ୧.୪ କୋଟି ଲୋକ ଭୂମିକମ୍ପର ଝଟ୍‌କା ଅନୁଭବ କରିଛନ୍ତି । ତେବେ ଏହି ଭୂମିକମ୍ପକୁ ଚଳିତ ବର୍ଷର ସବୁଠୁ ଶକ୍ତିଶାଳୀ ଭୂମିକମ୍ପ ବୋଲି କୁହାଯାଉଛି ।

ତେବେ ଏହି ପ୍ରାକୃତିକ ବିପର୍ଯ୍ୟୟ ଲାଗି କେତେ କ୍ଷୟକ୍ଷତି ହୋଇଛି ସେ ନେଇ ସଠିକ୍ ଆକଳନ କରାଯାଇନାହିଁ। ଏହା ପୂର୍ବରୁ ରବିବାର ପ୍ରଶାନ୍ତ ମହାସାଗରୀୟ ଦ୍ବୀପଦେଶ ଭାନୁଆଟୁରେ ଭୂମିକମ୍ପ ଝଟକା ଲଗିଥିଲେ । ରିକ୍ଟରସ୍କେଲରେ ଏହାର ତିବ୍ରତା ୭.୦ ରେକର୍ଡ କରାଯାଇଥିଲା । ଭୂକମ୍ପ ପରେ ସ୍ଥାନୀୟ ଅଞ୍ଚଳରେ ସୁନାମୀ ଚେତାବନୀ ଦିଆଯାଇଥିଲା ।

Leave A Reply

Your email address will not be published.