ପ୍ରମୁଖ ଖବର

ବିଜେପିରେ ଯୋଗ ଦେଲେ ଭର୍ତ୍ତୃହରି ମହତାବ
ପଦ୍ମ ଧରିଲେ ଅଭିନେତା ତଥା ବ୍ରହ୍ମପୁରର ପୂର୍ବତନ ସାଂସଦ ସିଦ୍ଧାନ୍ତ ମହାପାତ୍ର

ଆସନ୍ତାକାଲି ସମଗ୍ର ରାଜ୍ୟରେ ଦିନ ୧ଟାରୁ ସ୍କୁଲ ଛୁଟି

0

ଭୁବନେଶ୍ୱର: ଆସନ୍ତାକାଲି ହକି ବିଶ୍ୱକପ୍‌ ଉଦଘାଟନୀ ପାଇଁ ସମଗ୍ର ରାଜ୍ୟରେ ଦିନ ୧ଟାରୁ ସ୍କୁଲ ଛୁଟି ରହିବ। ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ ସ୍କୁଲ ଛୁଟି ରହିବ। ପିଲାମାନେ ଉଦ୍‌ଘାଟନୀ କାର୍ଯ୍ୟକ୍ରମର ସିଧା ପ୍ରସାରଣ ଦେଖିବା ପାଇଁ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଏନେଇ ଆଜି ସନ୍ଧ୍ୟା ବେଳେ ରାଜ୍ୟ ସରକାର ଘୋଷଣା କରିଛନ୍ତି।

ପୁରୁଷ ହକି ବିଶ୍ୱକପ୍‌ ଉଦ୍‌ଘାଟନ ଉତ୍ସବ ଆସନ୍ତାକାଲି କଟକ ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଉଦ୍‌ଘାଟନ ଉତ୍ସବରେ ବଲିଉଡ ଓ ଓଡ଼ିଶାର ପ୍ରସିଦ୍ଧ କଳାକାରମାନେ ଅଂଶ ଗ୍ରହଣ କରି ଆକର୍ଷଣୀୟ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିବେ। ସେଥିପାଇଁ ବ୍ୟାପକ ସୁରରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଦିନ ସାଢ଼େ ୧୨ଟାରୁ କଟକ ସହରର ବିଭିନ୍ନ ଅଂଚଳରେ ଟ୍ରାଫିକ କଟକଣା ଲାଗୁ ହେବ। ଯାହା ଉଦଘାଟନୀ ସମାରୋହ ଶେଷ ପର୍ଯ୍ୟନ୍ତ ବଳତ୍ତର ରହିବ ବୋଲି ଜଣାପଡ଼ିଛି। ବିଶ୍ୱକପ୍ ହକି ଜାନୁଆରୀ ୧୩ରୁ ୨୯ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡ଼ିୟମ ଓ ରାଉରକେଲାର ବିର୍ସାମୁଣ୍ଡା ଷ୍ଟାଡ଼ିୟମରେ ଖେଳାଯିବ।

Leave A Reply

Your email address will not be published.