ପ୍ରମୁଖ ଖବର

ବିମାନରେ ପାୱାର ବ୍ୟାଙ୍କ ନେବା ମନା
ବିନା ଅନୁମୋଦନରେ ୟୁନିଟ୍ ନିର୍ମାଣ, ପାରାଦୀପ ଆଇଓସିଏଲ୍‌କୁ ସରକାରଙ୍କ ନୋଟିସ୍
ରେଳ କର୍ମଚାରୀଙ୍କୁ ୧୭,୯୫୧ ଟଙ୍କା ବୋନସ୍‌, କ୍ୟାବିନେଟ୍‌ର ମଞ୍ଜୁରି
୨୦୨୯ରେ ବିରୋଧୀଙ୍କ ପରାଜୟ ସୁନିଶ୍ଚିତ: ଅମିତ ଶାହା
ମମତା ବାନାର୍ଜୀଙ୍କୁ ଛୁରିରେ ଆକ୍ରମଣ ଉଦ୍ୟମ, ମହିଳା ଅଟକ
ବୋମା ଧମକ ପରେ ଜୟପୁରରେ ଏୟାର ଇଣ୍ଡିଆ ବିମାନର ଜରୁରୀ ଅବତରଣ
ବିହାରରେ ଡଙ୍ଗା ବୁଡ଼ି ଚାଲିଗଲା ୧୧ ଜୀବନ

ଭୁବନେଶ୍ୱର-ରାଉରକେଲାକୁ ଗଡିବ ୨ ସ୍ୱତନ୍ତ୍ର ଟ୍ରେନ୍

0

ଭୁବନେଶ୍ବର; ପୁରୁଷ ହକି ଓ୍ବାର୍ଲ୍ଡ କପ୍ ପାଇଁ ଚଳଚଞ୍ଚଳ ସାରା ଓଡ଼ିଶା । ଏହାରି ମଧ୍ୟରେ ହକିପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ଟ୍ରେନ୍ ସେବା ଯୋଗାଇ ଦେବା ପାଇଁ ନିଷ୍ପତ୍ତି ନେଇଛି ପୂର୍ବତଟ ରେଳପଥ । ରେଳପଥ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ହକି ମ୍ୟାଚ ସମୟରେ ଭୁବନେଶ୍ବର ଓ ରାଉରକେଲା ମଧ୍ୟରେ ଦୈନିକ ଦୁଇଟି ନୂଆ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରିବ । ଭୁବନେଶ୍ୱର-ରାଉରକେଲା ସ୍ପେଶାଲ ଟ୍ରେନ୍ ଭୁବନେଶ୍ୱରରୁ ୧୪ ରୁ ୩୦ ଜାନୁୟାରୀ ମଧ୍ୟରେ ପ୍ରତ୍ୟେକ ସୋମବାର, ବୁଧବାର, ଗୁରୁବାର ଏବଂ ଶନିବାର ଦିନ ଚଳାଚଳ କରିବ ।

ସେହିଭଳି ରାଉରକେଲା-ଭୁବନେଶ୍ୱର ସ୍ପେଶାଲ ରାଉରକେଲା ଠାରୁ ୧୫ ରୁ ୩୧ ଜାନୁୟାରୀ ମଧ୍ୟରେ ପ୍ରତ୍ୟେକ ମଙ୍ଗଳବାର, ଗୁରୁବାର, ଶୁକ୍ରବାର ଏବଂ ରବିବାର ଚଳାଚଳ କରିବ । ପୁରୀ-ରାଉରକେଲା-ପୁରୀ ହକି ସ୍ପେଶାଲ୍ ୧୪ ରୁ ୩୧ ଜାନୁୟାରୀ ୨୦୨୩ ପର୍ଯ୍ୟନ୍ତ ପ୍ରତିଦିନ ଚଳାଚଳ କରିବ ।ଏହା ବାଦ ଦୈନିକ ପାଞ୍ଚଟି ନିୟମିତ ଏକ୍ସପ୍ରେସ ଟ୍ରେନ ଚଳାଚଳ କରୁଛି । ହକି ପୁରୁଷ ବିଶ୍ବକପ ସମୟରେ ଯାତ୍ରୀଙ୍କ ଚାହିଦା ଏବଂ ଅତିରିକ୍ତ ଯାତ୍ରୀ ଭିଡକୁ ଦୃଷ୍ଟିରେ ରଖି ଏହି ଟ୍ରେନ ଚଳାଚଳ କରିବ ପୂର୍ବତଟ ରେଳପଥ ।

Leave A Reply

Your email address will not be published.