ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ବିଶ୍ବ ହକିକପ ଲାଗି ଭୁବନେଶ୍ୱର ପାଇଁ ସ୍ୱତନ୍ତ୍ର ମାର୍ଗଦର୍ଶିକା ଜାରି

0

ଭୁବନେଶ୍ବର: ହକି ପୁରୁଷ ବିଶ୍ୱକପର ସୁପରିଚାଳନା ତଥା ଭୁବନେଶ୍ୱର ପାଇଁ ସ୍ୱତନ୍ତ୍ର ମାର୍ଗଦର୍ଶିକା ଜାରି କଲେ ଖୋର୍ଦ୍ଧା ଜିଲ୍ଲା ସହରାଞ୍ଚଳ ଅତିରିକ୍ତ ସ୍ୱାସ୍ଥ୍ୟ ଅଧିକାରୀ । ୧୩ ତାରିଖ ଠାରୁ ୨୯ ତାରିଖ ଅର୍ଥାତ ବିଶ୍ୱକପ ଶେଷ ପର୍ଯ୍ୟନ୍ତ ସଜାଗ ରହିବାକୁ ନିର୍ଦ୍ଦେଶ। ମେଡିକାଲ ଅଫିସର, ଫାର୍ମାସିଷ୍ଟ, ନର୍ସିଂ ଷ୍ଟାଫ ଓ ଅନ୍ୟ କର୍ମଚାରୀଙ୍କ ପାଇଁ ନିର୍ଦ୍ଦେଶନମା ଜାରି ହୋଇଛି । ସମସ୍ତଙ୍କୁ ନିର୍ଦ୍ଧାରିତ ସମୟରେ କାର୍ଯ୍ୟରେ ଯୋଗ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି।

କୌଣସି କର୍ମଚାରୀ ଏହି ନିର୍ଦ୍ଧାରିତ ସମୟ ମଧ୍ୟରେ ନିଜ ମୋବାଇଲ ବନ୍ଦ ରଖି ପାରିବେନି। କୌଣସି କର୍ମଚାରୀ ବିଶ୍ୱକପ ଆୟୋଜନ ସମୟରେ ନିଜର ସାପ୍ତାହିକ ଛୁଟି ନେଇ ପାରିବେ ନାହିଁ। ରାଜଧାନୀର ସମସ୍ତ ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ କୌଣସି ପ୍ରକାରର ଅଭାବ ଅସୁବିଧା ଯେଭଳି ନରୁହେ ତାକୁ ସ୍ପଷ୍ଟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ହସ୍ପିଟାଲ ପରିସରର ସ୍ଵଛତା ଓ ପରିମଳ ବ୍ୟବସ୍ଥା ଉପରେ ରହିବ ତୀକ୍ଷ୍ଣ ନଜର।

ୟୁନିଟ-୪ ସ୍ୱାସ୍ଥ୍ୟକେନ୍ଦ୍ରରେ ୨୦ ଏବଂ ପଟିଆ ସ୍ୱାସ୍ଥ୍ୟକେନ୍ଦ୍ରରେ ୧୦ଟି ଶଯ୍ୟାକୁ ସ୍ୱତନ୍ତ୍ର ଭାବେ ସଂରକ୍ଷିତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ସମସ୍ତ ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ କୋଭିଡ 19 ଟେଷ୍ଟିଂ ପାଇଁ ଆନୁଷଙ୍ଗିକ ବ୍ୟବସ୍ଥା ସହ ପ୍ରସ୍ତୁତ ରହିବାକୁ ଡିଆଯାଇଛି ନିର୍ଦେଶ। ଏନେଇ ସମସ୍ତ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶନାମା ଦିଆଯାଇଛି । ଏହାର ତଦାରଖ ପାଇଁ ଗଠିତ ହୋଇଛି ସ୍ୱତନ୍ତ୍ର ଟିମ।

Leave A Reply

Your email address will not be published.