ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

୨ ଓଡିଆ ଖେଳାଳିଙ୍କୁ ୧୦ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ଘୋଷଣା

0

ଭୁବନେଶ୍ବର; ରାଜ୍ୟରେ ହକି ଫିଭର ଭିତରେ ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ହକି ବିଶ୍ବକପରେ ଭାଗ ନେଉଥିବା ଦୁଇ ଓଡ଼ିଆ ଖେଳାଳିଙ୍କ ପାଇଁ ପୁରସ୍କାର ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଓଡିଆ ଖେଳାଳି ଅମିତ ରୋହିଦାସ ଓ ନିଲମ ସଂଜୀପ ଖେସଙ୍କ ପାଇଁ ୧୦ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ଘୋଷଣା କରିଛନ୍ତି ନବୀନ ।

ଖବର ଅନୁଯାୟୀ, ଟୋକିଓ ଅଲିମ୍ପିକର ବ୍ରୋଞ୍ଜ ପଦକ ବିଜେତା ରୋହିଦାସ ଭାରତୀୟ ହକି ଟିମରେ ଉପଅଧିନାୟକ ଅଛନ୍ତି । ସେ ମୋଟ୍ ୧୨୭ଟି ମ୍ୟାଚ୍ ଖେଳିଥିବା ବେଳେ ୧୮ଟି ଅନ୍ତର୍ଜାତୀୟ ଗୋଲ୍ ସ୍କୋର କରିଛନ୍ତି । ସେହିପରି ନିଲମ ସଂଜୀପ ଖେସ ୩୦ଟି ଆନ୍ତର୍ଜାତିକ ମ୍ୟାଚ୍ ଖେଳି ୫ଟି ଗୋଲ୍ ସ୍କୋର କରିଛନ୍ତି । ସୁନ୍ଦରଗଡ଼ର ଏହି ଦୁଇ ଖେଳାଳି ଭାରତୀୟ ଟିମ ପକ୍ଷରୁ ଆଜି ପଡିଆକୁ ଓହ୍ଲାଇବେ ।

Leave A Reply

Your email address will not be published.