ପ୍ରମୁଖ ଖବର

କାଲିଠୁ କ୍ଷୟକ୍ଷତି ଆକଳନ କରାଯିବ: ମନ୍ତ୍ରୀ
ଲାଞ୍ଚ ନେଇ ଧରାପଡ଼ିଲେ ସିଟି-ଜିଏସ୍‌ଟି ଅଧିକାରୀ
ଏସଆଇ ପରୀକ୍ଷା ଜାଲିଆତି: ଗିରଫ ୧୧୪ ପରୀକ୍ଷାର୍ଥୀଙ୍କୁ ମିଳିଲା ଜାମିନ
ଟ୍ରକ୍‌ ପଛରେ ପିଟି ହେଲା ବସ୍, ଡ୍ରାଇଭର ଓ ହେଲ୍‌ପର ମୃତ
ରାଫେଲରେ ଉଡିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରାଉରକେଲା-ରାଞ୍ଚି ସେକ୍ସନରେ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ
ଯୁକ୍ତ ୨ ଫର୍ମ ପୂରଣ ପାଇଁ ଘୁଞ୍ଚିଲା ତାରିଖ

ଆଜିଠୁ ହକି ମହାକୁମ୍ଭ, ବିର୍ସାମୁଣ୍ଡା ଷ୍ଟାଡିୟମରେ ମ୍ୟାଚ୍‌ ଦେଖିବେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର; କମ୍ପିବ କଳିଙ୍ଗ ଓ ବିର୍ସାମୁଣ୍ଡା ଷ୍ଟାଡିୟମ । ଆଜିଠୁ ଆରମ୍ଭ ହେଉଛି ପୁରୁଷ ହକି ବିଶ୍ବକପ । ବିଶ୍ବକପ୍‌ ପାଇଁ ସାରା ରାଜ୍ୟରେ ନାହିଁ ନଥିବା ଉତ୍ସାହ । ମହାକୁମ୍ଭର ପ୍ରଥମ ମ୍ୟାଚ୍ କଳିଙ୍ଗ ଷ୍ଟାଡିୟମରେ ଖେଳାଯିବ । ଦିନ ଗୋଟାଏରେ ଆରମ୍ଭ ହେବ ମ୍ୟାଚ୍‌ । ପ୍ରଥମ ମ୍ୟାଚରେ ମୁଁହାମୁହିଁ ହେବେ ଆର୍ଜେଣ୍ଟିନା ଓ ସାଉଥ ଆଫ୍ରିକା । ଦ୍ୱିତୀୟ ମ୍ୟାଚ ଅପରାହ୍ନ ୩ଟାରେ ଅଷ୍ଟ୍ରେଲିଆ ଓ ଫ୍ରାନ୍ସ ମଧ୍ୟରେ ହେବ । ଏହି ଦୁଇଟି ମ୍ୟାଚ୍‌ କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ହେବ ।

ସେହିପରି ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଥିବା ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଆଜି ଦୁଇଟି ମ୍ୟାଚ୍‌ ଖେଳାଯିବ । ସଂଧ୍ୟା ୫ଟାରେ ଇଂଲଣ୍ଡ ଓ ଓ୍ବେଲସ ମଧ୍ୟରେ ଟକ୍କର ହେବାକୁ ଥିବାବେଳେ ସଂଧ୍ୟା ୭ଟାରେ ଇଣ୍ଡିଆ ଓ ସ୍ପେନ ମଧ୍ୟରେ ଟକ୍କର ହେବ ।

ସୂଚନାଯୋଗ୍ୟ; ହକି ମହାକୁମ୍ଭର ରଙ୍ଗାରଙ୍ଗ ଉଦଘାଟନୀ ଉତ୍ସବ ପରେ ଆଜିଠୁ ଆରମ୍ଭ ହେଉଛି ଏହି ମେଗା ଟୁର୍ଣ୍ଣାମେଣ୍ଟ । ଆଜି ପ୍ରଥମ ଦିନରେ ୪ଟି ମ୍ୟାଚ୍ ଖେଳାଯିବ । ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଓ ରାଉରକେଲାର ବିର୍ସାମୁଣ୍ଡା ଷ୍ଟାଡିୟମରେ ଆଜି ୨ଟି ଲେଖାଏଁ ମ୍ୟାଚ ଖେଳାଯିବ । ଉଦଘାଟନୀ ମ୍ୟାଚ ରାଉରକେଲାରେ ଖେଳାଯିବ ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଉଦଘାଟନୀ ମ୍ୟାଚରେ ଉପସ୍ଥିିତ ରହିବେ । ଏଥିପାଇଁ ଆଜି ଅପରାହ୍ଣରେ ରାଉରକେଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ସେଠାରେ ଆଜି ରାତି କାଟିବେ ବୋଲି ସୂଚନା ମିଳିଛି । ଆଜି ମୁଖ୍ୟମନ୍ତ୍ରୀ ରାତିରେ ସେଠାରେ ରହିବା ପରେ ଶନିବାର ସକାଳୁ ଭୁବନେଶ୍ୱର ଅଭିମୂଖେ ବାହାରିବେ ବୋଲି ସୂଚନା ମିଳିଛି । ଏପଟେ ବିଶ୍ୱକପ ପାଇଁ ଷ୍ଟାଡିୟମ ପୁରା ପ୍ରସ୍ତୁତ ରହିଛି । ମୋଟ ୧୬ଟି ଦଳ ଏହି ଟୁର୍ଣ୍ଣାମେଣ୍ଟରେ ଭାଗ ନେଇଛନ୍ତି । ସନ୍ଧ୍ୟା ୭ଟାରେ ସ୍ପେନ ସହ ମ୍ୟାଚ ଖେଳିବ ଭାରତ ।

ଅପରପକ୍ଷରେ ହକି ବିଶ୍ବକପ୍ ପାଇଁ କଡା ସୁରକ୍ଷା ମଧ୍ୟରେ ରହିଛି ଭୁବନେଶ୍ବର ଓ ରାଉରକେଲା । ଭୁବନେଶ୍ବରରେ ୮୧ ପ୍ଲାଟୁନ ପୋଲିସ ଫୋର୍ସ ନିୟୋଜିତ ହୋଇଥିବା ବେଳେ ରାଉରକେଲାରେ ମୋଟ୍‌ ୫୬ ପ୍ଲାଟୁନ୍‌ ଫୋର୍ସ ମୁତୟନ ହୋଇଛନ୍ତି ।

Leave A Reply

Your email address will not be published.