ପ୍ରମୁଖ ଖବର

ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ଅଳ୍ପକେ ବର୍ତ୍ତିଲେ ମନ୍ତ୍ରୀ
ୟୁନିଟ୍-୧ ହାଟରେ ଲାଗିବ ଅତ୍ୟାଧୁନିକ ଫାୟାର ଫାଇଟିଂ ସିଷ୍ଟମ, ଅଗ୍ନିକାଣ୍ଡ ରୋକିବାକୁ ବିଏମସିର ମେଗା ପ୍ଲାନ
ଆଇଏସ୍‌ଆଇ ସହ ଲିଙ୍କ୍‌: ଦିଲ୍ଲୀରେ ଆଉ ୫ ଆତଙ୍କବାଦୀ ଗିରଫ
ପ୍ରବଳ ଖରା ପାଇଁ ଖୋର୍ଦ୍ଧାରେ ୧୯ରୁ ୨୫ ଜୁନ୍ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ
ଦୀର୍ଘକାଳୀନ ଅନୁପସ୍ଥିତ ଡାକ୍ତରଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ ଡେଲାଙ୍ଗ ଫରେଷ୍ଟର୍
ବିଜେପି ନେତାଙ୍କ ସହ ୩ ଜଣଙ୍କୁ ଜୀଅନ୍ତା ପୋଡ଼ିଦେଲେ ଦୁର୍ବୃତ୍ତ

ଶ୍ରୀଜିଉଙ୍କୁ ଲାଗି ହେଲା ମକର ଚାଉଳ

0

ପୁରୀ; ଆଜି ପବିତ୍ର ମକର ସଂକ୍ରାନ୍ତି । ଭାରତର ସବୁ ପ୍ରାନ୍ତରେ ଭିନ୍ନ ଭିନ୍ନ ନାମରେ ପାଳନ କରାଯାଏ ଏହି ପର୍ବ । ମକର ସଂକ୍ରାନ୍ତିରେ ସୂର୍ଯ୍ୟ ଉତ୍ତରାୟଣ ଗତି କରିଥାନ୍ତି । ପରମ୍ପରା ଅନୁସାରେ ଏହି ଦିନ ସୂର୍ଯ୍ୟ ମକର ରାଶିରେ ପ୍ରବେଶ କରିଥାନ୍ତି । ଆଜି ମକର ସଂକ୍ରାନ୍ତି ଅବସରରେ ଶ୍ରୀମନ୍ଦିରରେ ପାଳିତ ହେଉଛି ମହାପ୍ରଭୁଙ୍କ ମକର ନୀତି ।

ସଂକ୍ରାନ୍ତି ଅବସରରେ ବଡଠାକୁରଙ୍କୁ ମକର ଚାଉଳ ଭୋଗ ଲାଗି କରାଯାଇଛି । ଆଜି ମାଳଚୂଳ ଅଳଙ୍କାର ପିନ୍ଧି ମକର ଚୌରାସୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜିଉ ।ମହାପ୍ରଭୁଙ୍କ ମକରବେଶ ଦର୍ଶନ ପାଇଁ ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ସମାଗମ ଦେଖିବାକୁ ମିଳିଛି । ମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ କରାଯାଇଛି । ଶ୍ରୀଜିଉଙ୍କୁ ପହିଲି ଭୋଗ ପରେ ନୀତିକାନ୍ତି ଆଗକୁ ବଢିଛି । ଅପରାହ୍ନରେ ଶ୍ରୀମନ୍ଦିରରେ ମକରବେଢା ନୀତି ସହ ଅନ୍ୟାନ୍ୟ ନୀତି ପାଳନ କରିବା ପାଇଁ ନୀତି ନିର୍ଘଣ୍ଟ ହୋଇଛି ।

Leave A Reply

Your email address will not be published.