ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ଶ୍ରୀଜିଉଙ୍କୁ ଲାଗି ହେଲା ମକର ଚାଉଳ

0

ପୁରୀ; ଆଜି ପବିତ୍ର ମକର ସଂକ୍ରାନ୍ତି । ଭାରତର ସବୁ ପ୍ରାନ୍ତରେ ଭିନ୍ନ ଭିନ୍ନ ନାମରେ ପାଳନ କରାଯାଏ ଏହି ପର୍ବ । ମକର ସଂକ୍ରାନ୍ତିରେ ସୂର୍ଯ୍ୟ ଉତ୍ତରାୟଣ ଗତି କରିଥାନ୍ତି । ପରମ୍ପରା ଅନୁସାରେ ଏହି ଦିନ ସୂର୍ଯ୍ୟ ମକର ରାଶିରେ ପ୍ରବେଶ କରିଥାନ୍ତି । ଆଜି ମକର ସଂକ୍ରାନ୍ତି ଅବସରରେ ଶ୍ରୀମନ୍ଦିରରେ ପାଳିତ ହେଉଛି ମହାପ୍ରଭୁଙ୍କ ମକର ନୀତି ।

ସଂକ୍ରାନ୍ତି ଅବସରରେ ବଡଠାକୁରଙ୍କୁ ମକର ଚାଉଳ ଭୋଗ ଲାଗି କରାଯାଇଛି । ଆଜି ମାଳଚୂଳ ଅଳଙ୍କାର ପିନ୍ଧି ମକର ଚୌରାସୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜିଉ ।ମହାପ୍ରଭୁଙ୍କ ମକରବେଶ ଦର୍ଶନ ପାଇଁ ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ସମାଗମ ଦେଖିବାକୁ ମିଳିଛି । ମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ କରାଯାଇଛି । ଶ୍ରୀଜିଉଙ୍କୁ ପହିଲି ଭୋଗ ପରେ ନୀତିକାନ୍ତି ଆଗକୁ ବଢିଛି । ଅପରାହ୍ନରେ ଶ୍ରୀମନ୍ଦିରରେ ମକରବେଢା ନୀତି ସହ ଅନ୍ୟାନ୍ୟ ନୀତି ପାଳନ କରିବା ପାଇଁ ନୀତି ନିର୍ଘଣ୍ଟ ହୋଇଛି ।

Leave A Reply

Your email address will not be published.