ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ମହାନଦୀ ଉପରେ ନିର୍ମିତ ଟି-ସେତୁ ଦଳାଚକଟାରେ ୨ ମୃତ

0

କଟକ: କଟକ ଜିଲ୍ଲା ବଡ଼ମ୍ବା-ଗୋପୀନାଥପୁର ଟି-ସେତୁରେ ଦଳାଚକଟା ‌ଯୋଗୁଁ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୦ ଜଣ ଶ୍ରଦ୍ଧାଳୁ ଗୁରୁତର ହୋଇଥିବା ସୂଚନା ମିଳିଛି। ଏଥିରୁ ୫ ଜଣଙ୍କ ଅବସ୍ଥା ସଂକଟାପନ୍ନ ରହିଛି। ଗୁରୁତରମାନଙ୍କ ମଧ୍ୟରେ ମହିଳା ଓ ଛୋଟ ପିଲା ଥିବା ଜଣାପଡ଼ିଛି। ଗୁରୁତରମାନଙ୍କୁ ଡାକ୍ତରଖାନା ନିଆଯାଉଛି। ଶୋଚନୀୟ ଅବସ୍ଥା ଥିବା ୩ ଜଣ ଲୋକଙ୍କୁ କଟକ ବଡ଼ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଉଛି।

ସୂଚନା ଅନୁସାରେ; ଆଠଗଡ଼ ଉପଜିଲ୍ଲାପାଳ ହେମନ୍ତ କୁମାର ସ୍ୱାଇଁ କହିଛନ୍ତି, ଆଜି ସିଂହନାଥ ପୀଠରେ ଅଢ଼େଇ ଲକ୍ଷରୁ ଅଧିକ ଲୋକଙ୍କ ସମାଗମ ହୋଇଥିଲା। ୩ କିଲୋମିଟର ଲମ୍ବା ବ୍ରିଜ୍‌ରେ ହଠାତ୍ ଲୋକଙ୍କ ଭିଡ଼ ହେବାରୁ ଦଳାଚକଟା ହୋଇଥିଲା। ଭିଡ଼ ଯୋଗୁ କିଛି ଲୋକ ଅଣନିଃଶ୍ୱାସୀ ହୋଇଯାଇଥିଲେ। ସେମାନଙ୍କ ମଧ୍ୟରେ ମହିଳା ଓ ଶିଶୁ ବି ଥିଲେ। ୮ ଜଣ ଆହତଙ୍କୁ ବଡମ୍ବା ଡାକ୍ତରଖାନାକୁ ଚିକିତ୍ସା ନିମନ୍ତେ ପଠାଇ ଦିଆଯାଇଛି। ଡାକ୍ତରଖାନାରେ ସ୍ଥିତି ନିରୀକ୍ଷଣ ନିମନ୍ତେ ପ୍ରଶାସନ ପକ୍ଷରୁ ଜଣେ ଅଫିସରଙ୍କୁ ନିୟୋଜିତ କରାଯାଇଛି ବୋଲି ସେ କହିଛନ୍ତି।

ସେପଟେ ଜଣାପଡ଼ିଛି ଆଜି ଏତେବଡ଼ ମେଳା ଆୟୋଜନ ହେଉଥିବା ବେଳେ ବଡ଼ମ୍ବା ଡାକ୍ତରଖାନାରେ ମାତ୍ର ଜଣେ ଡାକ୍ତର ଥିଲେ। କୌଣସି ସ୍ଥାନରେ ଆଶୁ ଚିକିତ୍ସା କେନ୍ଦ୍ର ମଧ୍ୟ କରାଯାଇ ନ ଥିଲା। ତେଣୁ ଡାକ୍ତରଖାନାରେ ପହଞ୍ଚୁଥିବା ଆହତଙ୍କ ଚିକିତ୍ସାରେ ଗୁରୁତର ବାଧା ସୃଷ୍ଟି ହୋଇଥିଲା। ଅନ୍ୟପଟରେ ମହାନଦୀ ଉପରେ କିଛି ମାସ ପୂର୍ବରୁ ଲୋକାର୍ପିତ ହୋଇଥିବା ଟି-ସେତୁ ଉପରେ ଅଚାନକ ଲକ୍ଷାଧିକ ଲୋକଙ୍କର ଭିଡ଼ ହୋଇଥିବାରୁ ସେମାନଙ୍କୁ ନିୟନ୍ତ୍ରିତ କରିବାରେ ଅସୁବିଧା ହୋଇଛି। ରିପୋର୍ଟ ଲେଖାଯିବା ବେଳକୁ ସିଂହନାଥ ପୀଠରେ ଦର୍ଶନ ବନ୍ଦ ରଖାଯାଇଛି। ପରିସ୍ଥିତିରେ ସ୍ବାଭାବିକ ଅବସ୍ଥା ଆଣିବା ପାଇଁ ୩ ପ୍ଲାଟୁନ୍‌ ପୁଲିସ ମୁତୟନ ଅଛନ୍ତି।

Leave A Reply

Your email address will not be published.