ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

୩-୧ ଗୋଲ୍‌ରେ ଜିତିଲା ନ୍ୟୁଜିଲାଣ୍ଡ

0

ରାଉରକେଲା: ଆଜି ପୁରୁଷ ହକି ବିଶ୍ବକପ-୨୦୨୩ରେ ନ୍ୟୁଜିଲାଣ୍ଡ ୩-୧ ଗୋଲ୍‌ରେ ଚିଲିକୁ ପରାସ୍ତ କରିଛି। ଟୁର୍ଣ୍ଣାମେଣ୍ଟର ପଞ୍ଚମ ମ୍ୟାଚ୍‌ରେ ଚିଲି ପ୍ରଥମ ଥର ପାଇଁ ଭାଗ ନେଇ ମ୍ୟାଚ୍‌ ହାରିଛି। ମ୍ୟାଚ୍‌ ଆରମ୍ଭରୁ ନ୍ୟୁଜିଲ୍ୟାଣ୍ଡ ଟିମ୍ ଚିଲି ଉପରେ ଚାପ ପକାଇବାକୁ ଉଦ୍ୟମ କରିଥିଲା।

ପ୍ରଥମ କ୍ୱାର୍ଟରରେ ନ୍ୟୁଜିଲ୍ୟାଣ୍ଡ ଦୁଇଟି ଗୋଲ୍ ଦେଇଥିଲା। ଏହା ଫିଲ୍ଡ ଗୋଲ୍ ଥିଲା। ସାମ୍ ଲେନ୍ ଓ ସାମ୍ ହିହା ଏହି ଦୁଇଟି ଗୋଲ୍ କରିଥିଲେ। ଏହି କ୍ୱାର୍ଟରରେ ଚିଲି ଗୋଟିଏ ପେନାଲ୍‌ଟି କର୍ଣ୍ଣର ପାଇଥିଲା। କିନ୍ତୁ ଗୋଲ୍‌ରେ ପରିଣତ କରି ପାରି ନଥିଲା। ସେହିପରି ନ୍ୟୁଜିଲ୍ୟାଣ୍ଡକୁ ଏକ ପେନାଲ୍‌ଟି କର୍ଣ୍ଣର ମିଳିଥିବା ବେଳେ ଚିଲ୍ ଏହାକୁ ଗୋଲ୍‌ରେ ପରିଣତ କରିବାକୁ ଦେଇ ନଥିଲା।

ନ୍ୟୁଜିଲ୍ୟାଣ୍ଡ ଦ୍ୱିତୀୟ କ୍ୱାର୍ଟରରେ ୧୯ ମିନିଟରେ ଆଉ ଏକ ଗୋଲ୍ ଦେବାରେ ସଫଳ ହୋଇଥିଲା। ସାମ୍ ହିହା ଏହି ଗୋଲ୍‌ଟି ଦେଇଥିଲେ। ଏହା ଥିଲା ତାଙ୍କର ଦ୍ୱିତୀୟ ଗୋଲ୍‌। ଜବାବରେ ଚିଲି  ଚତୁର୍ଥ କ୍ୱାର୍ଟରରେ ତା’ର ପ୍ରଥମ ଗୋଲ୍ ଦେଇଥିଲା। ଦଳ ପକ୍ଷରୁ ଏହି ଗୋଲ୍ କରିଥିଲେ ଇଗ୍ନାସିଓ କୋଣ୍ଟାର୍ଡୋ।

Leave A Reply

Your email address will not be published.