ପ୍ରମୁଖ ଖବର

ଭୁବନେଶ୍ୱର ସ୍ଥିତ ଲାଇଫ୍ ହୋଟେଲରେ ‘ଗୋ-ହୋମଷ୍ଟେ’ ପୋର୍ଟାଲର ଶୁଭାରମ୍ଭ
ଇଂଲଣ୍ଡକୁ ପରାସ୍ତ କରି ଫାଇନାଲ୍ ରେ ଭାରତ
ପଶ୍ଚିମବଙ୍ଗ ରାଜ୍ୟପାଳ ସିଭି ଆନନ୍ଦ ବୋଷ ଗୁରୁବାର ସନ୍ଧ୍ୟାରେ ନୂଆଦିଲ୍ଲୀରେ ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି
ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି
ରାଜ୍ୟସଭା ଆସନ ପାଇଁ ନାମାଙ୍କନ ଭରିଲେ ସ୍ଵାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ
ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ସୁରେଶ ପୂଜାରୀ

ଆଜି ବିର୍ସାମୁଣ୍ଡା ଷ୍ଟାଡିୟମରେ ମୁହାଁମୁହିଁ ହେବେ ଇଂଲଣ୍ଡ-ଭାରତ

0

ରାଉଣକେଲା; ଆଜି ହକି ବିଶ୍ବକପର ତୃତୀୟ ଦିନ । ତୃତୀୟ ଦିନରେ ବିର୍ସା ମୁଣ୍ଡା ଷ୍ଟାଡିୟମରେ ଖେଳାଯିବ ଦୁଇଟି ମ୍ୟାଚ୍ । ସନ୍ଧ୍ୟା ୫ଟାରେ ସ୍ପେନ ଓ ଓ୍ବେଲ୍ସ ମଧ୍ୟରେ ପ୍ରଥମ ମ୍ୟାଚ ଖେଳାଯିବ । ଏହାପରେ ବିଜୟରୁ ଏଫଆଇଏଚ ଓଡ଼ିଶା ହକି ପୁରୁଷ ବିଶ୍ୱକପ ଅଭିଯାନ ଆରମ୍ଭ କରିଥିବା ଘରୋଇ ଟିମ ଭାରତ-ଇଂଲଣ୍ଡକୁ ଭେଟିବ। ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମରେ ସନ୍ଧ୍ୟା ୭ଟାରେ ଏହି ମ୍ୟାଚ୍‌ ଖେଳାଯିବ।ଗ୍ରୁପ ଡି’ରେ ଥିବା ଉଭୟ ଦଳ ନିଜ ନିଜର ପ୍ରଥମ ମ୍ୟାଚ୍‌ ଜିତିଛନ୍ତି। ତେଣୁ ଆଜି ଜୋରଦାର ଟକ୍କର ହେବ।

ଘରୋଇ ପରିବେଶରେ ବିଶ୍ୱକପ ଖେଳୁଥିବା ଭାରତୀୟ ଦଳ ପ୍ରଥମ ମ୍ୟାଚ୍‌ରେ କମାଲ କରିଥିଲା। ଓଡ଼ିଆ ପୁଅ ଅମିତ ରୋହିଦାସଙ୍କ ପ୍ରାରମ୍ଭିକ ଗୋଲରେ ଆଗୁଆ ଥିବା ଭାରତ ପାଇଁ ଦ୍ୱିତୀୟ ଗୋଲ ହାର୍ଦ୍ଦିକ ସିଂହ ଦେଇଥିଲେ। ୧୩ ଓ ୨୬ତମ ମିନିଟରେ ଭାରତ ସ୍କୋର କରିଥିବା ଦୁଇଟି ଗୋଲ ଶେଷରେ ନିର୍ଣ୍ଣାୟକ ଭୂମିକା ଗ୍ରହଣ କରିଥିଲା। ଭାରତ ମଧ୍ୟ ୨-୦ରେ ସ୍ପେନକୁ ହରାଇଥିଲା। ତେବେ ଦଳ ପ୍ରଥମ ମ୍ୟାଚ୍‌ରେ ଏକାଧିକ ପେନାଲ୍ଟି କର୍ଣ୍ଣର ପାଇଥିଲେ ମଧ୍ୟ ଏହାକୁ ଗୋଲରେ ପରିଣତ କରିପାରି ନଥିଲା। ତେଣୁ ଦଳକୁ ଆଜି ଏହା ଉପରେ ଅଧିକ ଫୋକସ କରିବାକୁ ପଡ଼ିବ। ଭାରତ ନିଜର ପ୍ରଥମ ମ୍ୟାଚରେ ଭଲ ପ୍ରଦର୍ଶନ କରି ବିଜୟୀ ହୋଇଥିବା ବେଳେ ଆଜି ମଧ୍ୟ ଭଲ କରିବ ବୋଲି ଆଶା କରାଯାଉଛି । ଆଜି କଳିଙ୍ଗ ଷ୍ଟାଡିୟମରେ କୌଣସି ମ୍ୟାଚ୍ ନାହିଁ ।

Leave A Reply

Your email address will not be published.