ପ୍ରମୁଖ ଖବର

ରାଜ୍ୟ କ୍ୟାବିନେଟରେ ୪ ପ୍ରସ୍ତାବକୁ ଅନୁମୋଦନ
ପାଣି ଛାଡୁ ଛାଡୁ ମିଳିବ କ୍ଷତିପୂରଣ : ରାଜସ୍ବ ମନ୍ତ୍ରୀ
ଓଡ଼ିଶାର ଦୁଇ ଶିକ୍ଷକଙ୍କୁ ମିଳିବ ୨୦୨୫ ଜାତୀୟ ଶିକ୍ଷକ ପୁରସ୍କାର
ଖୁବ୍‌ଶୀଘ୍ର ସମ୍ପ୍ରସାରଣ ହେବ ଭୁବନେଶ୍ୱର ବିମାନବନ୍ଦର
ପୁରୀ-ଭୁବନେଶ୍ବର ଜାତୀୟ ରାଜପଥ ହେବ ୮ ଲେନ୍‌ : ମନ୍ତ୍ରୀ
ରାଜ୍ୟରେ କେହି ଭୂମିହୀନ ରହିବେ ନାହିଁ: ରାଜସ୍ୱ ମନ୍ତ୍ରୀ
ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ପୁଲିସ୍ ଏସ୍ଆଇ
ନବୀନଙ୍କୁ ଭେଟି ସ୍ୱାସ୍ଥ୍ୟାବସ୍ଥା ବୁଝିଲେ ରାଜ୍ୟପାଳ

ଆସନ୍ତା ୧୯ରୁ ରାଜ୍ୟରେ ଆରମ୍ଭ ହେବ କରୋନା ଟିକାକରଣ

0

ଭୁବନେଶ୍ୱର: ରାଜ୍ୟରେ ପୁଣି ଥରେ ଆରମ୍ଭ ହେବ କରୋନା ଟିକାକରଣ। ଆସନ୍ତା ୧୯ରୁ ରାଜ୍ୟରେ ଏହି ଅଭିଯାନ ଆରମ୍ଭ ହେବ। ନିର୍ଦ୍ଦିଷ୍ଟ ସରକାରୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ପୂର୍ବ ପରି ଏହି ଟିକାକରଣ କରାଯିବ। ଏନେଇ ଆଜି ଟ୍ୱିଟ୍‌ କରି ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।

‍‍ବିଭାଗ ପକ୍ଷରୁ କୁହାଯାଇଛି, ରାଜ୍ୟର ସମସ୍ତ ଜିଲ୍ଲା, ସହରାଞ୍ଚଳ, ଗୋଷ୍ଠୀ ଓ ପ୍ରାଥମିକ ଡାକ୍ତରଖାନାରେ ଭ୍ୟାକସିନ୍ ଦିଆଯିବ। ଯେଉଁମାନେ ଦ୍ୱିତୀୟ ଓ ପ୍ରିକସନ୍ ଡୋଜ୍ ନେଇ ନାହାନ୍ତି, ସେମାନେ ଏହି ଟିକା ନେଇପାରିବେ। ଏହି ସ୍ୱାସ୍ଥ୍ୟକେନ୍ଦ୍ରଗୁଡ଼ିକରେ କେବଳ କୋଭିସିଲ୍ଡ ଟିକା ଉପଲବ୍ଧ ହେବ। ଯେଉଁ ସବୁ ଲୋକେ କୋଭିସିଲ୍ଡ ନେଇଥିବେ, ସେମାନେ ପୁଣି ଦ୍ୱିତୀୟ ଓ ପ୍ରିକସନ୍ ଡୋଜ୍‌ ନେଇ ପାରିବେ। ଲୋକେ ଟିକାକରଣର ସୁଯୋଗ ଉଠାଇବା ସହ କରୋନାରୁ ସୁରକ୍ଷିତ ରହିବା ନିମନ୍ତେ ଅଭିଯାନରେ ସାମିଲ ହେବାକୁ ଆହ୍ୱାନ ଦେଇଛି ସ୍ୱାସ୍ଥ୍ୟ ବିଭାଗ।

Leave A Reply

Your email address will not be published.