ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ବିଡିଓ ଘରେ ପଶିଲା ଭିଜିଲାନ୍ସ

0

ନୂଆପଡ଼ା: ଆୟ ବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ଖଡ଼ିଆଳ ବିଡିଓ ନାରାୟଣ ସାହୁଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଆଜି ସକାଳୁ ଚଢ଼ାଉ କରାଯାଇଛି। ନାରାୟଣଙ୍କର ବଲାଙ୍ଗିରରେ ଥିବା ପୈତୃକ ଘର, ନିଜ ଘର ଓ  ସମ୍ପର୍କୀୟ ଘର ଚଢ଼ାଉ କରାଯାଇଛି। ସେହିପରି ନୂଆପଡ଼ାର ଖଡିଆଳରେ ଥିବା ନାରାୟଣଙ୍କ ଅଫିସ ଓ ସରକାରୀ ବାସଭାବନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି।

ଭିଜିଲାନ୍ସ ବିଭାଗର ୩ଜଣ ଡିଏସ୍‌ପି ୧୦ ଜଣ ଇନ୍ସପେକ୍ଟର ଓ ୪ଜଣ ଏଏସ୍‌ଆଇ ଏହି ଚଢ଼ାଉରେ ସାମିଲ ହୋଇଛନ୍ତି। ଚଢ଼ାଉ ବେଳେ ନଗଦ ୧୪ ହଜାରରୁ ଅଧିକ ଟଙ୍କା, ବ୍ୟାଙ୍କ କାଗଜପତ୍ର, ଇନସ୍ୟୁରାନ୍ସ  ଜବତ କରାଯାଇଛି। ବିଡିଓଙ୍କ ବଲାଙ୍ଗିର ଘରୁ ଭିଜିଲାନ୍ସ ନଗଦ ୩ ଲକ୍ଷ ୬୮ ହଜାର ଟଙ୍କା ସହିତ ବହୁ ପରିମାଣର ସୁନା ଗହଣା ପାଇଥିବା ସୂଚନା ମିଳିଛି । ବିଡିଓଙ୍କ ସ୍ଥାବର ଅସ୍ଥାବର ସମ୍ପତ୍ତି, ବୀମା, ବ୍ୟାଙ୍କ ବାଲାନ୍ସ, ନଗଦ ଟଙ୍କା, ସୁନା ଅଳଙ୍କାର ଏସବୁକୁ ଏବେ ଆକଳନ କରୁଛି ଭିଜିଲାନ୍ସ ଟିମ୍।

Leave A Reply

Your email address will not be published.