ପ୍ରମୁଖ ଖବର

କୁଆଖାଇରେ ଭାସିଯାଇଥିବା ୨ ଯୁବକଙ୍କ ମଧ୍ୟରୁ ଜଣଙ୍କ ମୃତଦେହ ଉଦ୍ଧାର, ଅନ୍ୟ ନିଖୋଜ
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
୧୨ରେ ବଙ୍ଗୋପସାଗରରେ ନୂଆ ଘୂର୍ଣ୍ଣିବଳୟ, ଉତ୍ତର-ଉପକୂଳ ଓଡ଼ିଶାକୁ ରେଡ୍ ୱାର୍ଣ୍ଣିଂ
ଆଇଟି ନିୟମ ହେବ ଅଧିକ କଡ଼ା: ୩ ଘଣ୍ଟାରେ ହଟିବ ବେଆଇନ ଏଆଇ ବିଷୟବସ୍ତୁ
ବ୍ୟାଙ୍କକ ସ୍କୁଲରେ ଗୁଳିକାଣ୍ଡ: ୭ ମୃତ, ୨୦ ଛାତ୍ର ଆହତ
୫୮.୩୬ ଲକ୍ଷ ଭୋଟରଙ୍କୁ ନୋଟିସ୍‌, ୧୨,୫୭୨ ଅଯୋଗ୍ୟ ଘୋଷିତ

ଡାକୋଟା ବିମାନକୁ ପୁଷ୍ପାଞ୍ଜଳି ଦେଇ ସ୍ବାଗତ କଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ୱର; ଭୁବନେଶ୍ଵରରେ ପହଞ୍ଚିଛି ବିଜୁ ବାବୁ ଙ୍କ ଐତିହାସିକ ଡାକୋଟା ବିମାନ । ଏହି ସୁବର୍ଣ୍ଣ ମୁହୂର୍ତ୍ତରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବିମାନ ବନ୍ଦର ଠାରେ ବିମାନ ଉପରେ ପୁଷ୍ପ ବୃଷ୍ଟି କରି ସ୍ବାଗତ କରିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବିଜୁ ବାବୁଙ୍କ ଐତିହାସିକ ଡାକୋଟା ବିମାନ ଆଜି ଭୁବନେଶ୍ଵରରେ ପହଞ୍ଚି ଥିବାରୁ ସେ ବହୁତ ଖୁସି। ଏହି ବିମାନରେ ବିଜୁ ବାବୁ ଅନେକ ସାହସିକ କାର୍ଯ୍ଯ କରିଛନ୍ତି। ଏହା ମଧ୍ୟରେ ସବୁଠାରୁ ଶ୍ରେଷ୍ଠ ହେଉଛି ଇଣ୍ଡୋନେସିଆର ସ୍ଵାଧୀନତା ସଂଗ୍ରାମୀ ମାନଙ୍କୁ ଡଚ୍ ମାନଙ୍କ କବଜାରୁ ମୁକ୍ତ କରିବାରେ ଅପାର ସଫଳତା। ସେଥିରେ ବିଜୁ ବାବୁଙ୍କ ସହିତ କେବଳ ଜଣେ ସହ ପାଇଲଟ୍ ଥିଲେ, ସେ ହେଉଛନ୍ତି ‘ମୋ ମା’ ଜ୍ଞାନ୍ ପଟ୍ଟନାୟକ।

ମୁଖ୍ୟମନ୍ତ୍ରୀ ଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ସଚିବ ୫-ଟି ଶ୍ରୀ ଭି କେ ପାଣ୍ଡିଆନ୍ ବିମାନ୍ ବନ୍ଦର କୁ ଯାଇଥିଲେ। ଏହି ସ୍ୱାଗତ୍ ସମାରୋହରେ ମନ୍ତ୍ରୀ ଅଶୋକ ପଣ୍ଡା. ବିଧାୟକ ଶ୍ରୀ ପ୍ରଣବ ପ୍ରକାଶ ଦାସ, ଅନନ୍ତ ନାରାୟଣ ଜେନା ,ସୁଶାନ୍ତ ରାଉତ ମେୟର ସୁଲୋଚନା ଦାସ, ବାଣିଜ୍ଯ ଓ ପରିବହନ ବିଭାଗର ପ୍ରମୁଖ ସଚିବ ଶ୍ରୀମତୀ ଉଷା ପାଢୀ, ଆଇଟି ବିଭାଗ ର ପ୍ରମୁଖ ସଚିବ ଶ୍ରୀ ମନୋଜ ମିଶ୍ର ଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ଥିଲେ।

Leave A Reply

Your email address will not be published.