ପ୍ରମୁଖ ଖବର

ପୂର୍ବତନ ବିଧାୟକ କାହ୍ନୁ ଚରଣ ନାଏକଙ୍କ ୭୯ ବର୍ଷରେ ପରଲୋକ
ଅମିତାଭଙ୍କ ‘ଜଲ୍‌ସା’କୁ ବୋମାରେ ଉଡ଼ାଇବା ଧମକ, ଟାର୍ଗେଟ୍‌ରେ ଦିଲଜିତ ଦୋସାଞ୍ଜ
ଅରୁଣାଚଳରେ ଭାରତ-ଚୀନ୍‌ ସୈନିକ ମୁହାଁମୁହିଁ
୨୯ରୁ ଓସିଏସ୍‌ ମୁଖ୍ୟ ପରୀକ୍ଷା, ଆଜିଠୁ ମିଳିବ ଆଡମିଟ୍‌ କାର୍ଡ
ଏସିଆନ ପାରା ଗେମ୍ସ: ପ୍ରମୋଦଙ୍କୁ ହରାଇ ସ୍ୱର୍ଣ୍ଣ ଜିତିଲେ ନିତେଶ

ଆସିକା ଥାନା ଶ୍ରେଷ୍ଠ ଥାନା ଭାବରେ ପୁରସ୍କୃତ

0

ନୂଆଦିଲ୍ଲୀ: ଓଡିଶା ପୁଲିସ ପାଇଁ ଆଜି ବହୁତ ଖୁସିର ଦିନ। କାରଣ ୨୦୨୨ବର୍ଷ ପାଇଁ ସାରା ଦେଶରେ ଆସିକା ଥାନା ଶ୍ରେଷ୍ଠ ଥାନା ଭାବରେ ପୁରସ୍କୃତ ହୋଇଛି। ଆଜି ନୂଆଦିଲ୍ଲୀର ଜାତୀୟ କୃଷି ବୈଜ୍ଞାନିକ ଭବନରେ ଆୟୋଜିତ ପୋଲିସ ଡିଜି ଓ ଆଇଜି ସମ୍ମିଳନୀରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ସାହା, ଆସିକା ଥାନା ଆଇଆଇସି ପ୍ରଶାନ୍ତ କୁମାର ସାହୁଙ୍କୁ ଏହି ସମ୍ମାନଜନକ ପୁରସ୍କାର ଓ ମାନପତ୍ର ପ୍ରଦାନ କରିଥିଲେ ।

ଏହି କାର୍ଯ୍ୟକ୍ରମରେ ପୋଲିସ ମହାନିର୍ଦ୍ଦେଶକ ସୁନୀଲ କୁମାର ବଂଶଲ, ଗୁଇନ୍ଦା ନିର୍ଦ୍ଦେଶକ ସଞ୍ଜିବ ପଣ୍ଡା,ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ ଆର.କେ ଶର୍ମା, ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ, ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ ଅରୁଣ ବୋଥ୍ରା ସମେତ ବହୁ ବରିଷ୍ଠ ପୋଲିସ ଅଧିକାରୀ ଉପସ୍ଥିତ ଥିଲେ।

Leave A Reply

Your email address will not be published.