ପ୍ରମୁଖ ଖବର

ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍‌ ସ୍ମିତ୍‌ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ

ଆସିକା ଥାନା ଶ୍ରେଷ୍ଠ ଥାନା ଭାବରେ ପୁରସ୍କୃତ

0

ନୂଆଦିଲ୍ଲୀ: ଓଡିଶା ପୁଲିସ ପାଇଁ ଆଜି ବହୁତ ଖୁସିର ଦିନ। କାରଣ ୨୦୨୨ବର୍ଷ ପାଇଁ ସାରା ଦେଶରେ ଆସିକା ଥାନା ଶ୍ରେଷ୍ଠ ଥାନା ଭାବରେ ପୁରସ୍କୃତ ହୋଇଛି। ଆଜି ନୂଆଦିଲ୍ଲୀର ଜାତୀୟ କୃଷି ବୈଜ୍ଞାନିକ ଭବନରେ ଆୟୋଜିତ ପୋଲିସ ଡିଜି ଓ ଆଇଜି ସମ୍ମିଳନୀରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ସାହା, ଆସିକା ଥାନା ଆଇଆଇସି ପ୍ରଶାନ୍ତ କୁମାର ସାହୁଙ୍କୁ ଏହି ସମ୍ମାନଜନକ ପୁରସ୍କାର ଓ ମାନପତ୍ର ପ୍ରଦାନ କରିଥିଲେ ।

ଏହି କାର୍ଯ୍ୟକ୍ରମରେ ପୋଲିସ ମହାନିର୍ଦ୍ଦେଶକ ସୁନୀଲ କୁମାର ବଂଶଲ, ଗୁଇନ୍ଦା ନିର୍ଦ୍ଦେଶକ ସଞ୍ଜିବ ପଣ୍ଡା,ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ ଆର.କେ ଶର୍ମା, ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ, ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ ଅରୁଣ ବୋଥ୍ରା ସମେତ ବହୁ ବରିଷ୍ଠ ପୋଲିସ ଅଧିକାରୀ ଉପସ୍ଥିତ ଥିଲେ।

Leave A Reply

Your email address will not be published.