ପ୍ରମୁଖ ଖବର

ଫାର୍ମା କମ୍ପାନୀ ଫ୍ୟାକ୍ଟ୍ରି ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୩୪କୁ ବୃଦ୍ଧି
ବିଏମସି କମିଶନର ଆକ୍ରମଣ ଘଟଣାରେ ସଫେଇ କର୍ମଚାରୀଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ
ଶରଧାବାଲି ଅଘଟଣ ପରେ ଆଜି ପୁରୀ ଯିବେ ମୁଖ୍ୟମନ୍ତ୍ରୀ
ଶସ୍ତା ହେଲା ଏଲପିଜି ସିଲିଣ୍ଡର
ମୃତ୍ତିକା ସଂରକ୍ଷଣ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗ୍‌ ଗିରଫ
ଅନିର୍ଦ୍ଦିଷ୍ଟ କାଳ ପାଇଁ ଛୁଟିରେ ଗଲେ ୮ ଜିଲ୍ଲାର ଓଏସ ଓ ଓଆରଏସ ଅଫିସର
ବାଣ ତିଆରି କାରଖାନାରେ ବିସ୍ଫୋରଣ; ୫ ମୃତ
୨ ଦିନିଆ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି
ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡାରେ ବାଜିମାରିଲେ ଓଡ଼ିଶା ପୋଲିସ କନଷ୍ଟେବଳ

ସାଧାରଣତନ୍ତ୍ର ଦିବସରେ ସମ୍ମାନିତ ଅତିଥି ହେବେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର; ଏବର୍ଷବି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକ ନଯାଇ ଭୁବନେଶ୍ୱରର ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ସମାରୋହରେ ସମ୍ମାନିତ ଅତିଥି ଭାବେ ସାମିଲ ହେବେ ବୋଲି ଜଣାପଡ଼ିଛି । ଆସନ୍ତା ଜାନୁୟାରୀ ୨୬ରେ ରାଜ୍ୟସ୍ତରୀୟ  ସାଧାରଣତନ୍ତ୍ର ଦିବସ ସମାରୋହରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ପତାକା ଉତ୍ତୋଳନ କରିବା ସହ ଅଭିବାଦନ ଗ୍ରହଣ କରିବେ । ଏହି ରାଜ୍ୟସ୍ତରୀୟ ସମାରୋହ ପାଇଁ ୨୨ ତାରିଖରୁ କମିଶନରେଟ ପୁଲିସ ପକ୍ଷରୁ ଟ୍ରାଫିକ୍ କଟକଣା ଆରମ୍ଭ ହେବ ।

ସୂଚନା ଅନୁସାରେ, ଚଳିତଥର ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ସମାରୋହ ଗାନ୍ଧି ମାର୍ଗରେ ଅନୁଷ୍ଠିତ ହେବ । ଏଥିରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଯୋଗ ଦେଇ ପତାକା ଉତ୍ତୋଳନ କରିବା ସହ ଅଭିବାଦନ ଗ୍ରହଣ କରିବେ । ଏହି ସମାରୋହରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ  ରାଜ୍ୟ ମୁଖ୍ୟ ସଚିବ, ପୁଲିସ ଡିଜି ଓ ଅନ୍ୟ ବରିଷ୍ଠ ପ୍ରଶାସନିକ ଅଧିକାରୀମାନଙ୍କ ସହ ଉପସ୍ଥିତ ରହିବେ । ଅନ୍ୟପକ୍ଷରେ ୨୦ଟି ଜିଲ୍ଲାରେ ମନ୍ତ୍ରୀ, ୧୦ଟି ଜିଲ୍ଲାରେ ଜିଲ୍ଲାପାଳ ଏବଂ ବ୍ରହ୍ମପୁର ଓ ରାଉରକେଲାରେ ଆରଡିସି ପତାକା ଉତ୍ତୋଳନ କରିବେ ।

ତେବେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ସମାରୋହ ପାଇଁ ୨୨ ଓ ୨୩ତାରିଖ ଅପରାହ୍ନ ୨ଟାରୁ ସାଢ଼େ ୫ଟା ଏବଂ ୨୪ ତାରିଖ ସକାଳ ୭ଟାରୁ ସକାଳ ସାଢ଼େ ୧୦ଟା ପର୍ଯ୍ୟନ୍ତ ଅଭ୍ୟାସ ପରେଡ ଅନୁଷ୍ଠିତ ହେବ । ସେହିପରି  ୨୬ତାରିଖ ସକାଳ ସାଢ଼େ ୬ଟାରୁ ପରେଡ ସରିବା ପର୍ଯ୍ୟନ୍ତ ରାମମନ୍ଦିର ଛକଠୁ ରାଜମହଲ ଛକ ପର୍ଯ୍ୟନ୍ତ, ହାଉସିଂ ବୋର୍ଡ ଛକଠୁ ରବିନ୍ଦ୍ର ମଣ୍ଡପ ଛକ, ଏଜି ଛକରୁ ପିଏମଜି ଛକ ପର୍ଯ୍ୟନ୍ତ ଟ୍ରାଫିକ କଟକଣା ରହିବ ବୋଲି ଜଣାପଡ଼ିଛି ।

Leave A Reply

Your email address will not be published.