ପ୍ରମୁଖ ଖବର

ସୁଜାତାଙ୍କୁ ଅର୍ଥ ବିଭାଗକୁ ବଦଳି, ମିଶନଶକ୍ତି ବିଭାଗ ଦାୟିତ୍ୱରେ ଶାଳିନୀ ପଣ୍ଡିତ
ସୁଜାତାଙ୍କ ପାଖରେ ଥିବା ଦୁଇ ବିଭାଗର ଦାୟିତ୍ୱ ଶାଳିନୀ ପଣ୍ଡିତଙ୍କୁ ଦିଆଯାଇଛି
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସଚିବ ତଥା କମିଶନର ୨୦୦୧ ବ୍ୟାଚ୍ ଆଇଏଏସ୍ ଶାଳିନୀ ପଣ୍ଡିତ ମିଶନ ଶକ୍ତି ବିଭାଗର ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ
ଆସନ୍ତା ୧୪ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବାରଣାସୀରୁ ପ୍ରାର୍ଥିପତ୍ର ପତ୍ର ଦାଖଲ କରିବେ
ଶନିବାର ପ୍ରଚାର ମଇଦାନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
ଘସିପୁରା ବିଧାନସଭା ଆସନରେ ସ୍ୱାଧିନ ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ିବେ ବୋଲି ଘୋଷଣା କରିଛନ୍ତି ସୌମ୍ୟରଞ୍ଜନ ପଟ୍ଟନାୟକ

ଭୁବନେଶ୍ବର ବୁଲିଲେ ଷ୍ଟାଲିନ

0

ଭୁବନେଶ୍ୱର: ଆଜି ଭୁବନେଶ୍ବର ବୁଲି ଦେଖିଛନ୍ତି ତାମିଲନାଡୁ କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରୀ ଉଦୟ ନିଧି ଷ୍ଟାଲିନ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିମନ୍ତ୍ରଣ ରକ୍ଷା କରି ବିଶ୍ୱକପ ହକି ଦେଖିବାକୁ ଓଡିଶା ଆସିଛନ୍ତି ମନ୍ତ୍ରୀ ଉଦୟ ନିଧି ଷ୍ଟାଲିନ। ଷ୍ଟାଲିନ୍ ଗତକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଭାରତ ବନାମ ୱେଲ୍ସ ମ୍ୟାଚ୍ ଦେଖିଥିଲେ । ତେବେ ଗତକାଲି ମ୍ୟାଚ୍ ଦେଖିବା ପରେ ଆଜି ନିଜ ଟିମ୍ ସହ ଭୁବନେଶ୍ୱର ମହାନଗର ନିଗମର ବିଭିନ୍ନ ସ୍ଥାନ ବୁଲି ଦେଖିଛନ୍ତି । ଏହି ଅବସରରେ ସେ ନିଳାଦ୍ରୀବିହାର ସ୍ଥିତ ଇଶାଣେଶ୍ୱର ବିଜୁ ଆଦର୍ଶ କଲୋନୀ ଗସ୍ତ କରିଥିଲେ। ସ୍ଥାନୀୟ ଲୋକଙ୍କ ସହ ଆଲୋଚନା କରିବା ସହ ରାଜ୍ୟ ସରକାରଙ୍କ ‘ଡ୍ରିଙ୍କ ଫ୍ରମ ଟ୍ୟାପ’ ଜରିଆରେ ପାଣି ପିଇଥିଲେ ।

ଏହା ପରେ ବିଏମସିର ବର୍ଜ୍ୟ ପରିଚାଳନା ଓ କମ୍ୟୁନିଟି ପାର୍ଟିସିପେସନ ଆଦି ପରିଦର୍ଶନ କରି ସନ୍ତୋଷ ପ୍ରକାଶ କରିଥିଲେ। ଏହି ଅବସରରେ ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ସଚିବ ଜି ମାଥିଭାଥନାନ ଓ ବିଏମସି କମିଶନର ବିଜୟ ଅମୃତା କୁଲାଙ୍ଗେଙ୍କ ସମେତ ବହୁ ଅଧିକାରୀ ଉପସ୍ଥିତ ଥିଲେ। ଗସ୍ତ ଶେଷ କରି ମନ୍ତ୍ରୀ ଉଦୟନିଧି ଷ୍ଟାଲିନ ଓ ଟିମ୍ ରାଉରକେଲା ଅଭିମୁଖେ ଯାତ୍ରା କରିଛନ୍ତି । ସେଠାରେ ବିଶ୍ୱସ୍ତରୀୟ ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ହକି ମ୍ୟାଚ ଦେଖିବାର କାର୍ଯ୍ୟକ୍ରମ ଥିବା ଜଣାପଡ଼ିଛି ।

Leave A Reply

Your email address will not be published.