ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

୧୨୮ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

0

ଭୁବନେଶ୍ୱର: ଆଜି ଓଡିଶାରେ ୧୨୮ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଭୁବନେଶ୍ୱର ଆଚାର୍ଯ୍ୟ ବିହାରସ୍ଥିତ ଆଇଆଇଏମଟିଠାରେ ରୋଜଗାର ମେଳାର ଆୟୋଜିତ ହୋଇଥିଲା। ଏଥିରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ତଥା ଉଦ୍ୟାମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗ ଦେଇ ଯୁବକ ଯୁବତୀମାନଙ୍କୁ ନିଯୁକ୍ତି ପତ୍ର ବିତରଣ କରିଛନ୍ତି।

ରୋଜଗାର ମେଳାରେ ୧୨୮ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି। କେନ୍ଦ୍ର ସରକାରଙ୍କ ପକ୍ଷରୁ ଚଳିତବର୍ଷ ୧୦ ଲକ୍ଷ ନିଯୁକ୍ତି ପାଇଁ ଲକ୍ଷ୍ୟ ରଖାଯାଇଛି। ଆଜି ଦେଶରେ ୭୧ ହଜାର ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଥିବା ବେଳେ ଓଡ଼ିଶାରେ ୧୨୮ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଜୁନିଅର ଇଞ୍ଜିନିୟର, ଇନ୍ସପେକ୍ଟର, ଜୁନିଅର ଆସିଷ୍ଟାଣ୍ଟ, ନର୍ସିଂ ଅଫିସର, ଭଳି ବିଭିନ୍ନ ପଦପଦବୀରେ ନିଯୁକ୍ତି ଦିଆଯାଇଛି। ବର୍ତ୍ତମାନ ସୁଦ୍ଧା ରୋଜଗାର ମେଳାର ୩ଟି ସଂସ୍କରଣ ଆୟୋଜନ ହୋଇଥିବା ବେଳେ ପ୍ରତି ସଂସ୍କରଣରେ ୭୦ ହଜାରରୁ ଉର୍ଦ୍ଧ୍ବ ଯୁବକ ଯୁବତୀଙ୍କୁ ନିଯୁକ୍ତି ପ୍ରଦାନ କରାଯାଇଛି।

Leave A Reply

Your email address will not be published.