ପ୍ରମୁଖ ଖବର

ରାଷ୍ଟ୍ରପତି ଭବନରେ ପ୍ରସାରିତ ହେଲା ‘ଶ୍ରୀ ଜଗନ୍ନାଥଙ୍କ ନବକଳେବର’
ପୁଣି ନାବାଳିକା ଦେହରେ ନିଆଁ
ଟ୍ରକକୁ ପଛ ପଟୁ ଧକ୍କା ଦେଲା ଯାତ୍ରୀବାହୀ ବସ୍‌
୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ
ବାଲେଶ୍ୱର ଘଟଣାକୁ ବିରୋଧ କରି ଜୁଲାଇ ୧୭ରେ ଓଡ଼ିଶା ବନ୍ଦ
ପୁସ୍ ଟ୍ରଲିକୁ ଧକ୍କା ଦେଲା ଟ୍ରେନ, ଜଣେ ମୃତ, ୨ ଗୁରୁତର
ଦୋଷୀଙ୍କୁ ତୁରନ୍ତ ଗିରଫ ସହ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ: ଉପମୁଖ୍ୟମନ୍ତ୍ରୀ
ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ହାର୍ଡକୋର ମାଓବାଦୀ ମୃତ
କଟକ ଆଖପାଖ ଅଞ୍ଚଳକୁ ହେବ ସମୃଦ୍ଧ ମଡେଲ ଅଞ୍ଚଳ: ମୁଖ୍ୟମନ୍ତ୍ରୀ

ନେପାଳରୁ ଫେରୁଥିବା ତୀର୍ଥଯାତ୍ରୀ ବସ୍‌ ଦୁର୍ଘଟଣାଗ୍ରସ୍ତ

0

ନୂଆଦିଲ୍ଲୀ: ନେପାଳରୁ ଫେରୁଥିବା ଏକ ତୀର୍ଥଯାତ୍ରୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଭାରତୀୟ ତୀର୍ଥଯାତ୍ରୀଙ୍କୁ ନେଇ ନେପାଳରୁ ଫେରୁଥିବା ଏକ ତୀର୍ଥଯାତ୍ରୀ ବସ୍‌ ଶନିବାର ଅପରାହ୍ନରେ ଦୁର୍ଘଟଣାଗ୍ରସ୍ତ ହେବା ଫଳରେ ଏଥିରେ ଥିବା ୬୦ରୁ ଅଧିକ ତୀର୍ଥଯାତ୍ରୀ ଆହତ ହୋଇଛନ୍ତି। ଫେରିବା ବାଟରେ ଥୁଥିବାରୀ ସୀମାଠାରୁ ୫୦୦ ମିଟର ଦୂରରେ ଥିବା ଭାରତ-ନେପାଳ ସୀମାରେ ଏହି ଦୁର୍ଘଟଣା ଘଟିଛି।

ସୂଚନାଯୋଗ୍ୟ; ନେପାଳର ତ୍ରିବେନିରୁ ଭାରତୀୟ ତୀର୍ଥଯାତ୍ରୀଙ୍କୁ ଧରି ଫେରୁଥିବା ଏକ ତୀର୍ଥଯାତ୍ରୀ ବସ୍‌ ନିୟନ୍ତ୍ରଣ ହରାଇ ଏକ ଖାତରେ ଓଲଟି ପଡିବାରୁ ଏହି ଦୁର୍ଘଟଣା ଘଟିଥିଲା। ଏହି ଦୁର୍ଘଟଣାରେ ଅତି କମରେ ୬୦ ଜଣ ତୀର୍ଥଯାତ୍ରୀ ଆହତ ହୋଇଥିଲେ। ଦୁର୍ଘଟଣାଗ୍ରସ୍ତ ହୋଇଥିବା ତୀର୍ଥଯାତ୍ରୀ ବସରେ ଉତ୍ତରପ୍ରଦେଶ ଗୋରଖପୁର ଜିଲ୍ଲାର ପିପିଗଞ୍ଜ ଏବଂ କ୍ୟାମ୍ପିରଗଞ୍ଜରୁ ୭୦ ଜଣ ଭକ୍ତ ଥିଲେ, ଯେଉଁମାନେ ନେପାଳର ତ୍ରିବେଣୀ ଧାମରୁ ଫେରୁଥିଲେ।

ନେପାଳ ପୁଲିସର ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ଆହତ ଯାତ୍ରୀମାନଙ୍କୁ ନେପାଳର ନଓ୍ଵାଲ ପାରାସି ଜିଲ୍ଲାର ପୃଥ୍ଵୀଚାନ୍ଦ ଜିଲ୍ଲା ଡାକ୍ତରଖାନାକୁ ଚିକିତ୍ସା ପାଇଁ ନେଇଥିଲେ। ଉତ୍ତରପ୍ରଦେଶର ମହାରାଜଗଞ୍ଜର ଜିଲ୍ଲା ମାଜିଷ୍ଟ୍ରେଟ ନେପାଳର ଅଧିକାରୀଙ୍କ ସହ କଥା ହୋଇ ଘଟଣା ସଂପର୍କରେ ବୁଝିଥିବା ବେଳେ ଆହତମାନଙ୍କୁ ସାହାଯ୍ୟ କରିବା ପାଇଁ ଅଧିକାରୀମାନଙ୍କୁ ନେପାଳ ପଠାଯାଇଛି।

Leave A Reply

Your email address will not be published.