ପ୍ରମୁଖ ଖବର

କଂଗ୍ରେସ ନିଜ ବିଫଳତା ପାଇଁ ଦେଶକୁ ବଦନାମ କରୁଛି : ମୋଦୀ
ସଡ଼କ ଦୁର୍ଘଟଣାରେ ଓଡ଼ିଶାର ଦୁଇ ପ୍ରତିଭାବାନ ଯୁବ ଆଥଲେଟ୍‌ଙ୍କ ମୃତ୍ୟୁ
ଡ୍ରାଇଭିଂ ଲାଇସେନ୍ସ ପାଇଁ ୭୫% ନମ୍ବର ବାଧ୍ୟତାମୂଳକ କରିବାକୁ ପ୍ରସ୍ତାବ
ସାଉଦି ଏୟାରପୋର୍ଟରେ ମିସାଇଲ ମାଡ଼, ଜଣେ ଭାରତୀୟଙ୍କ ସମେତ ୨ ମୃତ
ଛତିଶଗଡ଼ରେ ଭୟଙ୍କର ବସ୍‌ ଦୁର୍ଘଟଣା, ୬ ମୃତ; ୩୦ରୁ ଅଧିକ ଆହତ
ଏସିଆନ୍ ପାରା ଗେମ୍ସରେ ଚମକିଲେ ଓଡ଼ିଆ ଝିଅ ଜୟନ୍ତୀ, ଜିତିଲେ ରୌପ୍ୟ
ଏବେ ଟ୍ରେନ୍‌ରେ ବସି ଅର୍ଡର କରିପାରିବେ ଆବଶ୍ୟକ ସାମଗ୍ରୀ, ବ୍ଲିଙ୍କିଟ୍‌ ସହ ରେଳବାଇର ସହଭାଗିତା
ଉତ୍ତରପ୍ରଦେଶରେ ଭାଜପାକୁ ଝଟ୍‌କା, ଦଳ ଛାଡ଼ିଲେ ପୂର୍ବତନ ବିଧାୟକ

ସାଧାରଣତନ୍ତ୍ର ଦିବସ ପରେଡ୍‌ରେ ପ୍ରଦର୍ଶନ ହେବ ୨୩ଟି ପ୍ରଜ୍ଞାପନ ମେଢ଼

0

ନୂଆଦିଲ୍ଲୀ: ଚଳିତ ବର୍ଷ ସାଧାରଣତନ୍ତ୍ର ଦିବସ ଅବସରରେ ନୂଆଦିଲ୍ଲୀର ରାଜପଥରେ ବିଭିନ୍ନ ରାଜ୍ୟ ଓ ମନ୍ତ୍ରାଳୟର ୨୩ଟି ପ୍ରଜ୍ଞାପନ ମେଢ଼ ପ୍ରଦର୍ଶନ କରାଯିବ। ଏ ସଂକ୍ରାନ୍ତରେ ପ୍ରତିରକ୍ଷା ମନ୍ତ୍ରାଳୟ ଜାରି କରିଥିବା ବିବୃତିରେ ଉଲ୍ଲେଖ ଅଛି, ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରୁ ୧୭ଟି ଏବଂ କେତେକ ମନ୍ତ୍ରାଳୟ ଓ ବିଭାଗରୁ ୬ଟି ପ୍ରଜ୍ଞାପନ ମେଢ଼କୁ ମିଶାଇ ସମୁଦାୟ ୨୩ଟି ପ୍ରଜ୍ଞାପନ ମେଢ଼ ପ୍ରଦର୍ଶନ କରାଯିବ।

୧୭ଟି ପ୍ରଜ୍ଞାପନ ମେଢ ପ୍ରଦର୍ଶନ କରିବାକୁ ଥିବା ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସବୁ ହେଉଛନ୍ତି, ଆସାମ, ଅରୁଣାଚଳ ପ୍ରଦେଶ, ତ୍ରିପୁରା, ପଶ୍ଚିମବଙ୍ଗ, ଜମ୍ମୁ ଓ କଶ୍ମୀର, ଲଦାଖ, ଦାଦର ନଗର ହାବେଳି ଏବଂ ଦାମନ ଓ ଦ୍ୟୁ, ଗୁଜରାଟ, ହରିୟାଣା, ଉତ୍ତର ପ୍ରଦେଶ, ଉତ୍ତରାଖଣ୍ଡ, ଝାଡ଼ଖଣ୍ଡ, ମହାରାଷ୍ଟ୍ର, ଆନ୍ଧ୍ରପ୍ରଦେଶ, ତାମିଲନାଡୁ, କର୍ଣ୍ଣାଟକ ଓ କେରଳ।

ସେହିପରି, ୬ଟି ପ୍ରଜ୍ଞାପନ ମେଢ଼ ପ୍ରଦର୍ଶନ କରିବାକୁ ଥିବା ମନ୍ତ୍ରାଳୟ ଓ ବିଭାଗଗୁଡ଼ିକ ହେଲେ, ସଂସ୍କୃତି ମନ୍ତ୍ରାଳୟ, ଗୃହ ବ୍ୟାପାର ମନ୍ତ୍ରାଳୟ (କେନ୍ଦ୍ରୀୟ ସଶସ୍ତ୍ର ପୁଲିସ ବଳ), ଗୃହ ବ୍ୟାପାର ମନ୍ତ୍ରାଳୟ (ନାର୍କୋଟିକ୍‌ସ୍‌ କଣ୍ଟ୍ରୋଲ୍‌ ବ୍ୟୁରୋ), ଗୃହ ଓ ନଗର ଉନ୍ନୟନ ବ୍ୟାପାର ମନ୍ତ୍ରାଳୟ (ସେଣ୍ଟ୍ରାଲ୍‌ ପବ୍ଲିକ୍‌ ୱାର୍କସ୍‌ ଡିପାର୍ଟମେଣ୍ଟ୍‌), ଜନଜାତି ବ୍ୟାପାର ମନ୍ତ୍ରାଳୟ ଏବଂ କୃଷି ଓ କୃଷକ କଲ୍ୟାଣ ମନ୍ତ୍ରାଳୟ (ଇଣ୍ଡିଆନ୍‌ କାଉନ୍‌ସିଲ୍‌ ଅଫ୍‌ ଏଗ୍ରିକଲ୍‌ଚର୍‌ ରିସର୍ଚ)। ଏଥିରେ ସେମାନେ ଗତ ଅଳ୍ପ କେତେ ବର୍ଷ ତଳେ କରିଥିବା କାର୍ଯ୍ୟ ଓ କୃତିତ୍ବ ପ୍ରଦର୍ଶନ କରିବେ।

Leave A Reply

Your email address will not be published.