ପ୍ରମୁଖ ଖବର

ଡିପିଡିପି ଆଇନକୁ ଚ୍ୟାଲେଞ୍ଜ, କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ୍
ବାତ୍ୟା ‘ଅର୍ଣ୍ଣବ’ ପାଇଁ ୨ ଦିନ ଘୁଞ୍ଚିଲା ଓସିଏସ୍‌ ମୁଖ୍ୟ ପରୀକ୍ଷା
ଗୌହାଟୀ ହୋଟେଲରେ ଗୁଳିକାଣ୍ଡ, ୫ ମୃତ; ଜଣେ ଗିରଫ
‘ଗରିବଙ୍କୁ ମତଦାନ ଅଧିକାରରୁ ବଞ୍ଚିତ କରାଯାଉଛି’, ନିର୍ବାଚନ ଆୟୋଗକୁ ଘେରିଲେ ରାହୁଲ ଗାନ୍ଧୀ
କଂଗ୍ରେସର ଭାଷା ଓ ଆଚରଣ ରାଜନୈତିକ ପତନର ସଙ୍କେତ: ଶିବରାଜ
ଟୋଲ୍‌ ପ୍ଲାଜା ପାଖରେ ରହୁଥିଲେ ବର୍ଷକୁ ମାତ୍ର ୧,୫୦୦ ଟଙ୍କାରେ ପାସ୍‌!

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦୁର୍ଲଭ ପଦ୍ମବେଶ

0

ପୁରୀ; ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦୁର୍ଲଭ ପଦ୍ମବେଶ ଅନୁଷ୍ଠିତ ହେବ । ମୁଣ୍ଡ ଠାରୁ ପାଦ ପର୍ଯ୍ୟନ୍ତ ପଦ୍ମଫୁଲରେ ବିଭୂଷିତ ହେବେ ଚତୁର୍ଦ୍ଧାବିଗ୍ରହ । ମାଘମାସ ଶୁକ୍ଳପକ୍ଷ ପ୍ରତିପଦା ଠାରୁ ଶ୍ରୀପଂଚମୀ ମଧ୍ୟରେ ଯେଉଁଦିନ ବୁଧବାର କିମ୍ବା ଶିବାର ପଡ଼ିଥାଏ ସେହିଦିନ ମହାପ୍ରଭୁଙ୍କର ଏହି ବେଶ ଅନୁଷ୍ଠିତ ହେବାର ପରମ୍ପରା ରହିଛି । ତେବେ ପରିମ୍ପରା ଅନୁଯାୟୀ ସେହି ଦିନ ରାତି ବଡ଼ସିଂହାର ନୀତିରେ ମହାପ୍ରଭୂ ପଦ୍ମବେଶରେ ସଜ୍ଜିତ ହୋଇ ପହୁଡ଼ ହେବେ ।

ଭକ୍ତ ମନୋହର ଦାଶର ମନବାଞ୍ଚା ପୂର୍ଣ୍ଣ କରିବା ପାଇଁ ମହାପ୍ରଭୁ ଏହି ବେଶ ଧାରଣ କରିଥିବାରୁ ପୌରାଣିକ ମତ ଅନୁଯାୟୀ ମହାପ୍ରଭୁଙ୍କ ଏହି ପଦ୍ମ ବେଶ କରାଯାଇଥାଏ । ଶୋଲ, ଜରି, ଜମ୍ବୁରା, ପ୍ରାକୃତିକ ରଙ୍ଗରେ ବେଶ ନିର୍ମାଣ କରାଯାଇଛି । ପଣ୍ଡୁ ପୂର୍ଣମୀ ଠାରୁ ଏହି ବେଶ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିଲା । କଦଳୀ ପାଟୁକାରେ କଦମ୍ବ ଫୁଲ, ହଂସ, ପଦ୍ମ ଆଦି ବିଭିନ୍ନ ପାରମ୍ପରିକ ବେଶ ନିର୍ମାଣ କରାଯାଇ ମହାପ୍ରଭୁଙ୍କୁ ପଦ୍ମ ବେଶରେ ସଜ୍ଜିତ କରାଯିବ ।

ଆସନ୍ତା କାଲି ଅର୍ଥାତ୍ ଗୁରୁବାର ଦିନ ଭକ୍ତମାନେ ମହାପ୍ରଭୁଙ୍କ ଏହି ଦୁର୍ଲଭ ବେଶ ଅବକାଶ ନୀତି ପର୍ଯ୍ୟନ୍ତ ଦର୍ଶନ କରିପାରିବେ । ବଡ଼ଛତା ମଠ ଯୋଗାଇଥିବା ପଦ୍ମ ବେଶରେ ବଡ଼ସିଂହାର ବେଶ ଅନୁଷ୍ଟିତ ହେବ । ମଠ ତରଫରୁ ଖିରୀ, ଅମାଲୁ ଭୋଗ କରାଯାଇ ରାତି ପହୁଡ଼ ହେବ । ଏହି ବେଶ ପାଇଁ କାରିଗର ମାନେ ପୂର୍ବରୁ ପ୍ରସ୍ତୁତି ଜାରି ରଖିଛନ୍ତି । ପ୍ରତିବର୍ଷ ଭଳି ଚଳିତ ବର୍ଷ ଭୁବନେଶ୍ୱରର ଜଣେ ଭକ୍ତ ଆବଶ୍ୟକୀୟ ପଦ୍ମଫୁଲ ଯୋଗାଇଦେଇଛନ୍ତି । ଏହି ଦୁର୍ଲଭ ବେଶ ଦେଖିବା ପାଇଁ ଭକ୍ତଙ୍କ ମହଲରେ ବେଶ ଉତ୍ସାହ ଦେଖା ଦେଇଛି।

Leave A Reply

Your email address will not be published.