ପ୍ରମୁଖ ଖବର

୨୮ରୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ପ୍ରଭାବିତ ହୋଇପାରେ ସେବା
ଅନନ୍ତ ନାଗଙ୍କୁ ଫାଲକେ ସମ୍ମାନ
ଦିଲ୍ଲୀ SIR: ନିୟମ ସ୍ପଷ୍ଟ କଲେ ମୁଖ୍ୟ ନିର୍ବାଚନ ଅଧିକାରୀ
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ଫ୍ଲାଇଟ୍‌ ଟ୍ରେନିଂ ବେଳେ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ର ମୃତ
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
ଚୀନ୍‌ର କପଡ଼ା କାରଖାନାରେ ଭୟଙ୍କର ନିଆଁ, ୮ ଜଣ ଜୀବନ୍ତ ଦଗ୍ଧ
କେରଳରେ ବର୍ଷା ବିତ୍ପାତ, ୯ ମୃତ; ୬ ଜିଲ୍ଲାକୁ ଅରେଞ୍ଜ୍‌ ଆଲର୍ଟ

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦୁର୍ଲଭ ପଦ୍ମବେଶ

0

ପୁରୀ; ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦୁର୍ଲଭ ପଦ୍ମବେଶ ଅନୁଷ୍ଠିତ ହେବ । ମୁଣ୍ଡ ଠାରୁ ପାଦ ପର୍ଯ୍ୟନ୍ତ ପଦ୍ମଫୁଲରେ ବିଭୂଷିତ ହେବେ ଚତୁର୍ଦ୍ଧାବିଗ୍ରହ । ମାଘମାସ ଶୁକ୍ଳପକ୍ଷ ପ୍ରତିପଦା ଠାରୁ ଶ୍ରୀପଂଚମୀ ମଧ୍ୟରେ ଯେଉଁଦିନ ବୁଧବାର କିମ୍ବା ଶିବାର ପଡ଼ିଥାଏ ସେହିଦିନ ମହାପ୍ରଭୁଙ୍କର ଏହି ବେଶ ଅନୁଷ୍ଠିତ ହେବାର ପରମ୍ପରା ରହିଛି । ତେବେ ପରିମ୍ପରା ଅନୁଯାୟୀ ସେହି ଦିନ ରାତି ବଡ଼ସିଂହାର ନୀତିରେ ମହାପ୍ରଭୂ ପଦ୍ମବେଶରେ ସଜ୍ଜିତ ହୋଇ ପହୁଡ଼ ହେବେ ।

ଭକ୍ତ ମନୋହର ଦାଶର ମନବାଞ୍ଚା ପୂର୍ଣ୍ଣ କରିବା ପାଇଁ ମହାପ୍ରଭୁ ଏହି ବେଶ ଧାରଣ କରିଥିବାରୁ ପୌରାଣିକ ମତ ଅନୁଯାୟୀ ମହାପ୍ରଭୁଙ୍କ ଏହି ପଦ୍ମ ବେଶ କରାଯାଇଥାଏ । ଶୋଲ, ଜରି, ଜମ୍ବୁରା, ପ୍ରାକୃତିକ ରଙ୍ଗରେ ବେଶ ନିର୍ମାଣ କରାଯାଇଛି । ପଣ୍ଡୁ ପୂର୍ଣମୀ ଠାରୁ ଏହି ବେଶ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିଲା । କଦଳୀ ପାଟୁକାରେ କଦମ୍ବ ଫୁଲ, ହଂସ, ପଦ୍ମ ଆଦି ବିଭିନ୍ନ ପାରମ୍ପରିକ ବେଶ ନିର୍ମାଣ କରାଯାଇ ମହାପ୍ରଭୁଙ୍କୁ ପଦ୍ମ ବେଶରେ ସଜ୍ଜିତ କରାଯିବ ।

ଆସନ୍ତା କାଲି ଅର୍ଥାତ୍ ଗୁରୁବାର ଦିନ ଭକ୍ତମାନେ ମହାପ୍ରଭୁଙ୍କ ଏହି ଦୁର୍ଲଭ ବେଶ ଅବକାଶ ନୀତି ପର୍ଯ୍ୟନ୍ତ ଦର୍ଶନ କରିପାରିବେ । ବଡ଼ଛତା ମଠ ଯୋଗାଇଥିବା ପଦ୍ମ ବେଶରେ ବଡ଼ସିଂହାର ବେଶ ଅନୁଷ୍ଟିତ ହେବ । ମଠ ତରଫରୁ ଖିରୀ, ଅମାଲୁ ଭୋଗ କରାଯାଇ ରାତି ପହୁଡ଼ ହେବ । ଏହି ବେଶ ପାଇଁ କାରିଗର ମାନେ ପୂର୍ବରୁ ପ୍ରସ୍ତୁତି ଜାରି ରଖିଛନ୍ତି । ପ୍ରତିବର୍ଷ ଭଳି ଚଳିତ ବର୍ଷ ଭୁବନେଶ୍ୱରର ଜଣେ ଭକ୍ତ ଆବଶ୍ୟକୀୟ ପଦ୍ମଫୁଲ ଯୋଗାଇଦେଇଛନ୍ତି । ଏହି ଦୁର୍ଲଭ ବେଶ ଦେଖିବା ପାଇଁ ଭକ୍ତଙ୍କ ମହଲରେ ବେଶ ଉତ୍ସାହ ଦେଖା ଦେଇଛି।

Leave A Reply

Your email address will not be published.