ପ୍ରମୁଖ ଖବର

ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍‌ ସ୍ମିତ୍‌ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ

ସେମିଫାଇନାଲରେ ପହଞ୍ଚିଲେ ବେଲଜିୟମ ଓ ଅଷ୍ଟ୍ରେଲିଆ ଦଳ

0

ଭୁବନେଶ୍ୱର: ସେମିଫାଇନାଲରେ ସ୍ଥାନ ପକ୍କା କଲେ ବେଲଜିୟମ ଓ ଅଷ୍ଟ୍ରେଲିଆ ଟିମ୍ । ପୁରୁଷ ହକି ବିଶ୍ବକପ୍-୨୦୨୩ରେ ବେଲଜିୟମ ୨-୦ ଗୋଲରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରିଛି । ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମରେ ଖେଳାଯାଇଥିବା ଦ୍ବିତୀୟ କ୍ବାର୍ଟର ଫାଇନାଲରେ ବିଜୟୀ ହୋଇ ବେଲଜିୟମ ଦ୍ବିତୀୟ ଦଳ ଭାବେ ସେମି ଫାଇନାଲକୁ ପ୍ରବେଶ କରିଛି । ବେଲଜିୟମ୍ ଆସନ୍ତା ୨୭ ତାରିଖରେ ସେମିଫାଇନାଲ ମ୍ୟାଚ୍ ଖେଳିବ ।

ଏହି ଟିମ୍ କଳିଙ୍ଗ ଷ୍ଟାଡିୟମରେ ଆସନ୍ତାକାଲି ନେଦରଲ୍ୟାଣ୍ଡ୍ସ ଓ ଦକ୍ଷିଣ କୋରିଆ ମଧ୍ୟରେ ଆୟୋଜିତ ହେବାକୁ ଥିବା ୪ର୍ଥ କ୍ବାର୍ଟରଫାଇନାଲର ବିଜୟୀ ଦଳକୁ ଭେଟିବ । ଆଜି ପ୍ରଥମ କ୍ବାର୍ଟର ଫାଇନାଲ ମ୍ୟାଚ୍ରେ ବିଜୟ ହାସଲ ପରେ ଅଷ୍ଟ୍ରେଲିଆ ପ୍ରଥମ ଦଳ ଭାବେ ସେମି ଫାଇନାଲ୍ରେ ପ୍ରବେଶ କରିଥିଲା । ଅଷ୍ଟ୍ରେଲିଆ ୪-୩ ଗୋଲ୍ରେ ସ୍ପେନ୍କୁ ପରାସ୍ତ କରି ପ୍ରଥମ ଦଳ ଭାବେ ସେମି ଫାଇନାଲ ଟିକେଟ୍ ହାତେଇଥିଲା । କଙ୍ଗାରୁ ଟିମ୍ ଆସନ୍ତା ୨୭ ତାରିଖରେ ସେମି ଫାଇନାଲ ମ୍ୟାଚ୍ ଖେଳିବ । ଆସନ୍ତାକାଲି ଇଂଲଣ୍ଡ ଓ ଜର୍ମାନି ମଧ୍ୟରେ ଖେଳାଯିବାକୁ ଥିବା ୩ୟ କ୍ବାର୍ଟର ଫାଇନାଲର ବିଜେତା ଟିମ୍ ଓ ଅଷ୍ଟ୍ରେଲିଆ ମଧ୍ୟରେ ଏହି ମ୍ୟାଚ୍ ହେବ ।

Leave A Reply

Your email address will not be published.