ପ୍ରମୁଖ ଖବର

କମନୱେଲ୍ଡ ଗେମ୍ସରେ ଇତିହାସ ରଚିଲେ ଅସ୍ମିତା ଦେ’, ଜୁଡୋରେ ଭାରତକୁ ପ୍ରଥମ ସ୍ୱର୍ଣ୍ଣ
ଉମରକୋଟ ଆଶ୍ରମ ବିଦ୍ୟାଳୟ ଛାତ୍ରୀ ମୃତ୍ୟୁ ଘଟଣା: ପ୍ରଧାନଶିକ୍ଷକ ନିଲମ୍ବିତ
୩ ମାସ ପରେ କାଲିଠୁ ଖୋଲିବ ଭିତରକନିକା
‘ପ୍ରଶ୍ନପତ୍ର ଲିକ୍ ନୁହେଁ, ମାଲ୍‌ପ୍ରାକ୍ଟିସ୍’— ସ୍ୱାସ୍ଥ୍ୟ ବିଶ୍ୱବିଦ୍ୟାଳୟ କୁଳପତି
ହୀରାକୁଦରେ ବଢୁଛି ଜଳସ୍ତର, ଖୋଲିଲା ୨୨ ଗେଟ
ରୁଷିଆ-ୟୁକ୍ରେନ ଯୁଦ୍ଧ: ମୃତ ଭାରତୀୟଙ୍କ ପରିବାରକୁ ସହାୟତା ପାଇଁ କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ଦିଲ୍ଲୀରେ ଅମିତ ଶାହ ଓ ଅଶ୍ୱିନୀ ବୈଷ୍ଣବଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଇ-୨୦ ପେଟ୍ରୋଲରେ ୨–୬% କମିବ ମାଇଲେଜ୍‌, କିନ୍ତୁ ଇଞ୍ଜିନ୍‌କୁ କ୍ଷତିର ପ୍ରମାଣ ନାହିଁ

ସିରିଜ ଜିତିଲା ଭାରତ

0

ଇନ୍ଦୋର : ନ୍ୟୁଜିଲାଣ୍ଡକୁ ହରାଇ ସିରିଜ ଜିତି ଯାଇଛି ଭାରତ। ମଧ୍ୟପ୍ରଦେଶର ଇନ୍ଦୋରରେ ଖେଳା ଯାଇଥିବା ଆଜିର ମ୍ୟାଚରେ ନ୍ୟୁଜିଲାଣ୍ଡ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା । ପ୍ରଥମେ ବ୍ୟାଟିଂ କରି ଭାରତର ଦୁଇ ଓପନର ରୋହିତ ଶର୍ମା ଓ ଶୁଭମନ ଗିଲ ବିସ୍ଫୋରକ ଶତକ ହାସଲ କରିଥିଲେ ଓ ଭାରତ ପାଇଁ ବିଶାଳ ସ୍କୋର କରିବାରେ ଯୋଗଦାନ ଦେଇଥିଲେ ।ଭାରତ ପୂର୍ବରୁ ଏହି ସିରିଜ୍‌କୁ ୨-୦ରେ ଜିତି ସାରିଥିବାରୁ ଆଜି ନିର୍ଭୟରେ ବ୍ୟାଟିଂ କରିଥିଲା। ରୋହିତ ଶର୍ମାଙ୍କ ୧୦୧, ଶୁବମନ ଗିଲଙ୍କ ୧୧୨ ଓ ହାର୍ଦ୍ଦିକ ପାଣ୍ତ୍ୟାଙ୍କ ୫୪ ରନ ବଳରେ ଭାରତ ନିର୍ଦ୍ଧାରିତ ୫୦ ଓଭରରେ ୮ ୱିକେଟ ହରାଇ ୩୮୫ ରନ କରିଥିଲା।

ଭାରତ ପକ୍ଷରୁ ରଖାଯାଇଥିବା ୩୮୬ ରନର ବିଜୟ ଲକ୍ଷ୍ୟର ଜବାବରେ ନ୍ୟୁଜିଲାଣ୍ଡ ୪୧.୨ ଓଭରରେ ୨୯୫ ରନ କରି ଅଲଆଉଟ ହୋଇଯାଇଥିଲା । ନ୍ୟୁଜିଲାଣ୍ଡ ପକ୍ଷରୁ ଦେଓ୍ବନ କନଓ୍ବେ ୧୩୮ ରନ କରିଥିବାବେଳେ ହେନେରି ନିକୋଲ୍ସ ୪୨ ରନ, ମିଟେଲ ସାଣ୍ଟନର ୩୪ ରନ ଓ ମାଇକେଲ ବ୍ରେସଓ୍ବେଲ ୨୬ରନ କରିଥିଲେ । ଭାରତ ପକ୍ଷରୁ ଶାର୍ଦ୍ଦୁଲ ଠାକୁର ଓ କୁଳଦୀପ ଯାଦବ ୩ଟି ଲେଖାଏଁ ଓ୍ବିକେଟ ନେଇଥିଲେ ।

ରୋହିତ ଶର୍ମା ୧୦୧ ରନ କରି ଆଉଟ ହୋଇଥିବାବେଳେ ଶୁଭମନ୍ ୧୧୨ ରନ କରି ଆଉଟ ହୋଇଛନ୍ତି । ରୋହିତ ୮୫ଟି ବଲ ଖେଳି ୧୦୧ କରିଥିବାବେଳେ ଶୁଭମନ ୧୧୨ ରନ କରିବା ପାଇଁ ୭୮ଟି ବଲ ଖେଳିଥିଲେ ।  ତେବେ ଦୁଇ ଓପନର ଆଉଟ ହେବା ପରେ ଅନ୍ୟ ବ୍ୟାଟ୍ସମ୍ୟାନମାନେ ବଡ଼ ସ୍କୋର କରିପାରିନଥିଲେ । ବିରାଟ କୋହଲି ୩୬ ରନ କରିଥିବାବେଳେ ହାର୍ଦ୍ଦିକ ପାଣ୍ଡ୍ୟା ୫୪ରନ କରିଥିଲେ । ଭାରତ ନିର୍ଦ୍ଧାରିତ ୫୦ ଓଭରରେ ୯ ଓ୍ବିକେଟ ହରାଇ ୩୮୫ ରନ କରିଥିଲା ।

Leave A Reply

Your email address will not be published.