ପ୍ରମୁଖ ଖବର

ହିଞ୍ଜିଳିରେ ପ୍ରଚାର କରିଛନ୍ତି ଅଭିନେତା ବାବୁସାନ ମହାନ୍ତି ,ଗୀତ ଗାଇ ବାବୁସାନଙ୍କ ପ୍ରଚାର
କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓଡ଼ିଶା ଗସ୍ତରେ ଆସି, ଓଡ଼ିଶାରେ ବିଜେପି ପାଇଁ ପ୍ରଚାର ଆରମ୍ଭ କରିଛନ୍ତି
ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କଲେ ବ୍ୟାଡମିଣ୍ଟନ ଷ୍ଟାର ସାଇନା ନେହ୍ୱାଲ
ପାଟନା ଜଙ୍କସନ ରେଳଷ୍ଟେସନ ନିକଟରେ ଥିବା ହୋଟେଲରେ ଭୟାନକ ଅଗ୍ନିକାଣ୍ଡ: ୬ ମୃତ, ୧୮ ଗୁରୁତର

ଗଣତନ୍ତ୍ର ଦିବସ ଅବସରରେ ଓଡ଼ିଶାବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାର୍ତ୍ତା

0

ଭୁବନେଶ୍ବର: ସାଧାରଣତନ୍ତ୍ର ଦିବସ ଅବସରରେ ଓଡ଼ିଶାବାସୀଙ୍କୁ ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପବିତ୍ର ସାଧାରଣତନ୍ତ୍ର ଦିବସ ଅବସରରେ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଅବସରରେ ଜାତିର ଜନକ ମହାତ୍ମାଗାନ୍ଧୀ, ପଣ୍ଡିତ ନେହେରୁ, ନେତାଜୀ ସୁଭାଷ ଚନ୍ଦ୍ର ବୋଷ, ମୌଲାନା ଆଜାଦ, ଡଃ ଆମ୍ବେଦକର, ବୀର ସୁରେନ୍ଦ୍ର ସାଏ, ବକ୍ସି ଜଗବନ୍ଧୁ, ଡଃ ରାଜେନ୍ଦ୍ର ପ୍ରସାଦ, ଉତ୍କଳମଣି ଗୋପବନ୍ଧୁ ଦାସ, ଉତ୍କଳ ଗୌରବ ମଧୁସୁଦନ ଦାସ, ଗୋପବନ୍ଧୁ ଦାସ, ନବକୃଷ୍ଣ ଚୌଧୁରୀ, ସହିଦ ଲକ୍ଷ୍ମଣ ନାୟକ, ମା ରମାଦେବୀ, ସହିଦ ବାଜି ରାଉତ, ମାଳତୀ ଚୌଧୁରୀ, ପାର୍ବତୀ ଗିରି, ଡଃ ହରେକୃଷ୍ଣ ମହତାବ ଓ ବିଜୁ ପଟ୍ଟନାୟକଙ୍କ ପରି ମହାନ ସଂଗ୍ରାମୀ ମାନଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ନବୀନ ପଟ୍ଟନାୟକ ।ଦେଶର ଏକତା ଓ ସୁରକ୍ଷା ପାଇଁ ବଳିଦାନ ଦେଇଥିବା ଅମର ସହିଦମାନଙ୍କ ପ୍ରତି ମଧ୍ୟ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ମୁଖ୍ୟମନ୍ତ୍ରୀ କହିଛନ୍ତି; ଏବେ ସାରା ରାଜ୍ୟକୁ ବିଶ୍ବକପ୍‌ ହକି ଉତ୍ସବ ମୁଖର କରିଛି। ଏହାରି ଭିତରେ ଆମେ ସାଧାରଣତନ୍ତ୍ର ଦିବସ ପାଳନ କରୁଛୁ। ସାରା ବିଶ୍ବର ନଜର ଏବେ ଓଡ଼ିଶା ଉପରେ ରହିଛି। ଦୁଇ ଦୁଇ ଥର ଆମେ ବିଶ୍ବକପ୍‌ ହକି ସଫଳତାର ସହ ଆୟୋଜନ କରିଛୁ। ଏହା ସାରା ଦେଶ, ପ୍ରତ୍ୟେକ ଓଡ଼ିଆଙ୍କ ପାଇଁ ଗର୍ବର କଥା। କେବଳ କ୍ରୀଡା ନୁହେଁ, ଆମର ଶିଳ୍ପ ବିକାଶର ଯାତ୍ରା- ‘୧୦ ଲକ୍ଷ କୋଟି ଟଙ୍କାର ପୁଞ୍ଜି ଓ ୧୦ ଲକ୍ଷ ନିଯୁକ୍ତି ସୁଯୋଗ’ ସୃଷ୍ଟି କରିଛି। ପବିତ୍ର ସାଧାରଣତନ୍ତ୍ର ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଏହା କହିଛନ୍ତି। ଆମର ମା’ମାନଙ୍କ ସଫଳତାର କାହାଣୀ–ସ୍ବୟଂ ସହାୟକ ଗୋଷ୍ଠୀରୁ କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗୀ ହେବାର ସୁଯୋଗ। ଶିକ୍ଷା ଓ ସ୍ବାସ୍ଥ୍ୟ କ୍ଷେତ୍ରରେ ଆମର ପ୍ରତିବଦ୍ଧତା- ୫ଟି ସ୍କୁଲ ଟ୍ରାନ୍‌ସଫରମେସନ ଓ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ବୋଲି ଶ୍ରୀ ପଟ୍ଟନାୟକ କହିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଚାଷୀଭାଇଙ୍କ କଲ୍ୟାଣ ଓ ସଶକ୍ତିକରଣ- କାଳିଆ, ବଳରାମ ଯୋଜନା ଓ ମିଲେଟ୍‌ ମିଶନ। ଏସବୁ ଆମ ପାଇଁ ନୂଆ ପରିଚୟ ସୃଷ୍ଟି କରିଛି । ଜନମାନସରେ ଏବେ ପରିବର୍ତ୍ତନ ଆସିଛି। ଓଡିଶାର ବିକାଶ ଧାରା ଦ୍ରୁତ ଭାବରେ ଆଗକୁ ବଢୁଛି । ରାଜନୀତି ନୁହେଁ, ବିକାଶର ବିଭିନ୍ନ ଦିଗ ଉପରେ ଏବେ ଲୋକମାନେ ଗୁରୁତ୍ବ ଦେଉଛନ୍ତି। ସବୁ ବର୍ଗ ମଧ୍ୟରେ ନୂଆ ଉତ୍ସାହ ଆସିଛି । ନିଜ ପାଇଁ, ସମାଜ ପାଇଁ କିଛି କରିବାର ଇଛା ବୃଦ୍ଧି ପାଇଛି । ଆମର ସାମର୍ଥ୍ୟ ଉପରେ ଭରସା ବଢିଛି । ସବୁ କ୍ଷେତ୍ରରେ ଶ୍ରେଷ୍ଠ ହେବା ପାଇଁ ଓଡିଶା ଉଦ୍ୟମ ଜାରି ରଖିଛି, ଏହା ହିଁ ରୂପାନ୍ତର। ସାଢ଼େ ଚାରି କୋଟି ଓଡ଼ିଶାବାସୀ, ସମସ୍ତେ ଜଣେ ଜଣେ ହେଉଛନ୍ତି ଏ ରୂପାନ୍ତରର ସାରଥୀ । ଏହି ଉତ୍ସାହ ନେଇ ଆମେ ଆଗକୁ ବଢିଲେ ୨୦୩୬ରେ ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶର ଶହେ ବର୍ଷ ପୂର୍ତ୍ତି ବେଳକୁ ଏକ ସଶକ୍ତ ଓଡିଶାର ସ୍ବପ୍ନ ନିଶ୍ଚୟ ସାକାର ହେବ।

Leave A Reply

Your email address will not be published.