ପ୍ରମୁଖ ଖବର

ଦିଲ୍ଲୀ ଏମ୍ସରେ ଅଗ୍ନିକାଣ୍ଡ
ଡିସିପି ଅଫିସରେ ଆତ୍ମସମର୍ପଣ ପରେ ଗିରଫ ହେଲେ ଜଗନ୍ନାଥ ପ୍ରଧାନ
ଦେବାଶିଷ ସିଂହ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତ
ସ୍କୁଲ ଗ୍ରେଡିଂ ସିଷ୍ଟମ: ଜାତୀୟ ସ୍ତରରେ ୫ମ ସ୍ଥାନରେ ଓଡ଼ିଶା
ଆଇଏଏସ ବିଷ୍ଣୁପଦ ସେଠୀଙ୍କୁ ହାଇକୋର୍ଟରୁ ମିଳିଲା ଆଶ୍ଵସ୍ତି
ଆସନ୍ତା ୬ରେ ହୀରାକୁଦରୁ ଛଡାଯିବ ପ୍ରଥମ ବନ୍ୟାଜଳ
ବଲାଙ୍ଗିର ଜିଲ୍ଲା ଟିଟିଲାଗଡ଼ର ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍
କଟକ: ଡ୍ୟୁଟି ସାରି ଫେରିବା ବେଳେ ମହିଳା ହୋମ୍‌ଗାର୍ଡଙ୍କ ଉପରେ ଚଢିଗଲା ଟ୍ରକ୍

ବିଜେପି ଛାଡିଲେ ଗିରିଧର ଓ ଶିଶିର ଗମାଙ୍ଗ ;ବିଆରଏସରେ ସାମିଲ ହେବା ନେଇ ଚର୍ଚ୍ଚା

0

ଭୁବନେଶ୍ବର; ଆଜି ବିଧିବଦ୍ଧ ଭାବେ ବିଜେପିରୁ ଇସ୍ତଫା ଦେଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆଦିବାସୀ ନେତା ଗିରିଧର ଗମାଙ୍ଗ ଓ ପୁଅ ଶିଶିର ଗମାଙ୍ଗ। ପ୍ରେସ୍ ମିଟ୍ କରି ଏନେଇ ସୂଚନା ଦେଇଛନ୍ତି। ଆଜି ବିଜେପି ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ପତ୍ର ଲେଖି ସେ ନିଜର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ତେବେ ଖୁବଶୀଘ୍ର ସେ କେ. ଚନ୍ଦ୍ରଶେଖର ରାଓଙ୍କ ଉପସ୍ଥିତିରେ ଶିଶିର ଗମାଙ୍ଗଙ୍କ ସହ ଗିରିଧର ଗମାଙ୍ଗ ଭାରତ ରାଷ୍ଟ୍ର ସମିତି ବା ବିଆରଏସରେ ଯୋଗ ଦେବେ ବୋଲି ଚର୍ଚ୍ଚା ହେଉଛି

ଗିରିଧର ଗମାଙ୍ଗ ନିଜ ଇସ୍ତଫା ପତ୍ରରେ ଲେଖିଛନ୍ତି ଯେ, ଓଡିଶାର ଲୋକଙ୍କ ପାଇଁ ଗଲା କିଛି ବର୍ଷ ଧରି ସେ ନିଜ ରାଜନୈତିକ, ସାମାଜିକ ଓ ନୈତିକ କର୍ତ୍ତବ୍ୟ କରିପାରିନାହାଁନ୍ତି । ସେଥିପାଇଁ ସେ ବିଜେପିରୁ ଇସ୍ତଫା ଦେଉଛନ୍ତି । ତେବେ ନିଜ ଇସ୍ତଫା ପତ୍ରରେ ପ୍ରଧାନମନ୍ତ୍ରୀ ମୋଦୀ, ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଧନ୍ୟବାଦ ଦେଇଛନ୍ତି ଗିରିଧର ଗମାଙ୍ଗୋ । ଅନ୍ୟପଟେ ତାଙ୍କ ପୁଅ ଶିଶିର ଗମାଙ୍ଗୋ ମଧ୍ୟ ବିଜେପି ଛାଡିଛନ୍ତି । ସେ କହିଛନ୍ତି, ୨୦୧୫ ମସିହାରେ ମୋଦୀଙ୍କ ନେତୃତ୍ୱ ଦକ୍ଷତା ଦେଖି ସେ ବିଜେପିରେ ସାମିଲ ହୋଇଥିଲେ । ହେଲେ ଏହି ସମୟ ଭିତରେ ସେ ତାଙ୍କ ଆଦିବାସୀ ସମ୍ପ୍ରଦାୟ ପାଇଁ କିଛି ବି କରିପାରିନାହାଁନ୍ତି । ସେଥିପାଇଁ ସେ ବିଜେପିରୁ ଇସ୍ତଫା ଦେଉଥିବା ସୂଚନା ଦେଇଛନ୍ତି ।

Leave A Reply

Your email address will not be published.