ପ୍ରମୁଖ ଖବର

ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ନୂଆ ରାସନ କାର୍ଡ
ୟୁନେସ୍କୋ ମେମୋରୀ ଅଫ ଦ ଓ୍ବର୍ଲ୍ଡ ରେଜିଷ୍ଟରରେ ସ୍ଥାନ ପାଇଲା ‘ଭଗବଦ ଗୀତା’ ଓ ‘ନାଟ୍ୟଶାସ୍ତ୍ର’
ମାଲେସିଆ ଗସ୍ତରେ ଯିବେ ଓଡ଼ିଶା ଚାଷୀ
ଛତିଶଗଡ଼ ସୁକମାରେ ୯ ମହିଳା ନକ୍ସଲଙ୍କ ସମେତ ୨୨ ଜଣଙ୍କ ଆତ୍ମସମର୍ପଣ କରିଛନ୍ତି
କ୍ରୀଡ଼ା ବିକାଶ ପାଇଁ ୪ ହଜାର କୋଟି ଟଙ୍କା ଖର୍ଚ୍ଚ କରିବେ ଓଡ଼ିଶା ସରକାର
ସଂସଦୀୟ ବ୍ୟାପାର ସଚିବ ଭାବେ ନିଯୁକ୍ତ ହେଲେ ଆଇଏଏସ ନିକୁଞ୍ଜ ବିହାରୀ ଧଳ
୩୫ଟି ଔଷଧ ଉପରେ କଟକଣା ଲଗାଇଲେ ସରକାର

ମାଲକାନଗିରିରୁ ଚାଣ୍ଟିକୁ ବାନ୍ଧିଲା ଏନଆଇଏ

0

କୋରାପୁଟ; ମାଲକାନଗିରି ସ୍ୱାଭିମାନ ଅଞ୍ଚଳରୁ ଦୁ଼ର୍ଦ୍ଦାନ୍ତ ନକ୍ସଲ ରଞ୍ଜୁ ଖିଲ ଓରଫ ଚାଣ୍ଟିକୁ ଗିରଫ କରିଛି ଏନ୍ଆଇଏ। ଗତକାଲି ସ୍ୱାଭିମାନ ଅଞ୍ଚଳରୁ ଓଡ଼ିଶା ପୁଲିସ ସହାୟତାରେ ଗିରଫ କରିଛି ଏନଆଇଏ। ୨୦୧୨ ମସିହା ଜୁଲାଇ ମାସରେ ବିଏସ୍ଏଫ ଯବାନଙ୍କ ଉପରେ ନକ୍ସଲମାନେ ଆକ୍ରମଣ କରିଥିଲେ। ଏଥିରେ ୪ ଜଣ ଯବାନ ସହିଦ ହୋଇଥିଲେ। ଏହି ଘଟଣାରେ ସାମିଲ ଥିଲା ଚାଣ୍ଟି। ତା’ ନାଁରେ ମାମଲା ରୁଜୁ କରି ତାକୁ ଖୋଜୁଥିଲା ଏନଆଇଏ।  ଚାଣ୍ଟି ନାଁରେ ୩ ଲକ୍ଷ ଟଙ୍କାର ପୁରସ୍କାର ରାଶି ଥିଲା। ପୂର୍ବରୁ ୨୦୧୩ ମସିହାରେ ମାଲକାନଗିରି ପୁଲିସ ଚାଣ୍ଟିକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।କିନ୍ତୁ ସେ ୨୦୧୮ ରେ ବେଲ ରେ ବାହାରିଥିଲା ଓ ପରେ ଆଉ କୋର୍ଟରେ ହାଜର ହୋଇନଥିଲା

କିଛିଦିନ ତଳେ ଏନଆଇଏ ପକ୍ଷରୁ ଚାଣ୍ଟି ସମେତ ୪ଟପ୍ କ୍ୟାଡର ନକ୍ସଲଙ୍କ ନାଁରେ ବିଭିନ୍ନ ସ୍ଥାନରେ ପୋଷ୍ଟର ମରାଯାଇଥିଲା। କୋରାପୁଟ ବସଷ୍ଟାଣ୍ଡରେ ୪ଜଣ ଟପ୍ କ୍ୟାଡର ନକ୍ସଲଙ୍କ ପୋଷ୍ଟର ଦେଖିବାକୁ ମିଳିଥିଲା। ସେମାନଙ୍କୁ ଧରାଇଦେଲେ ବା ସେମାନଙ୍କ ବିଷୟରେ ସୂଚନା ଦେଲେ ମୁଣ୍ଡପିଛା ୫ରୁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ପୁରସ୍କାର ରାଶି ଦିଆଯିବ ବୋଲି ପୋଷ୍ଟରରେ ଉଲ୍ଲେଖ ରହିଥିଲା।

Leave A Reply

Your email address will not be published.