ପ୍ରମୁଖ ଖବର

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ସରକାରୀ ଅଫିସ୍‌ରେ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ ବ୍ୟବହାର ମନା
ଇତିହାସ ରଚିଲା ଇସ୍ରୋ; ସଫଳତାର ସହ ଲଞ୍ଚ ହେଲା ବିଶ୍ବର ମହଙ୍ଗା ସାଟେଲାଇଟ୍‌ ‘ନିସାର’
ରୁଷର କାମଚଟକା ଉପଦ୍ୱୀପରେ ୮.୮ ତୀବ୍ରତାର ଏକ ସୁପରପାୱାର ଭୂମିକମ୍ପ ଅନୁଭୂତ
ଜମ୍ମୁକାଶ୍ମୀରରେ ଏନ୍‌କାଉଣ୍ଟର; ୨ ଆତଙ୍କବାଦୀ ନିପାତ
ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ୬ ଜଣ ଡାଟା ଏଣ୍ଟ୍ରି ଅପେରଟର ଗିରଫ
ଡାକ ବିଭାଗର ବଡ ନିଷ୍ପତ୍ତି, ସେପ୍ଟେମ୍ବର ୧ରୁ ବନ୍ଦ ହେବ ରେଜିଷ୍ଟର୍ଡ ପୋଷ୍ଟ
ଜମ୍ମୁକାଶ୍ମୀର: ନଦୀକୁ ଖସିଲା ସୁରକ୍ଷା କର୍ମୀଙ୍କୁ ନେଇ ଯାଉଥିବା ବସ୍

ଘୋଷଣା ହେଲା ପଦ୍ମ ପୁରସ୍କାର: ଓଡିଶାରୁ ୪ଜଣଙ୍କୁ ପଦ୍ମଶ୍ରୀ

0

ନୂଆଦିଲ୍ଲୀ: ସାଧାରଣତନ୍ତ୍ର ଦିବସ ପୂର୍ବ ସଂଧ୍ୟାରେ କେନ୍ଦ୍ର ସରକାର ୨୦୨୩ ବର୍ଷ ପାଇଁ ସମ୍ମାନଜନକ ପଦ୍ମ ପୁରସ୍କାର ଘୋଷଣା କରିଛନ୍ତି। ଏଥର ମୋଟ୍‌ ୧୦୬ ଜଣଙ୍କୁ ପଦ୍ମ ପୁରସ୍କାର ମିଳିଥିବା ବେଳେ ଓଡ଼ିଶାରୁ ଅଛନ୍ତି ୪ ଜଣ। ୬ ଜଣଙ୍କୁ ପଦ୍ମବିଭୂଷଣ, ୯ ଜଣଙ୍କୁ ପଦ୍ମଭୂଷଣ, ୯୧ ଜଣଙ୍କୁ ପଦ୍ମଶ୍ରୀ ସମ୍ମାନ ପ୍ରଦାନ କରାଯିବ।

କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏସଏମ କ୍ରୀଷ୍ଣାଙ୍କୁ ମିଳିବ ପଦ୍ମ ବିଭୂଷଣ ପୁରସ୍କାର । ସେହିପରି ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂ ଯାଦବଙ୍କୁ ମରୋଣତ୍ତର ଭାବେ ପଦ୍ମ ବିଭୂଷଣ ପୁରସ୍କାର ପ୍ରଦାନ କରାଯିବ । ସେହିପରି ୯ ଜଣ ପାଇବେ ପଦ୍ମଭୂଷଣ ପୁରସ୍କାର । ସମାଜସେବା କ୍ଷେତ୍ରରେ ବିଶେଷ ଅବଦାନ ପାଇଁ ସୁଧାମୂର୍ତ୍ତିଙ୍କୁ ମିଳିବ ପଦ୍ମଭୂଷଣ ସମ୍ମାନ । ସୁଧାମୂର୍ତ୍ତି ହେଉଛନ୍ତି ଇନଫୋସିସର ସହ ପ୍ରତିଷ୍ଠାତା । ସେହିପରି ୯୧ ଜଣ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହେବେ । ଅଭିନେତ୍ରୀ ରବିନା ଟଣ୍ଡନ ପାଇବେ ପଦ୍ମଶ୍ରୀ ପୁରସ୍କାର  ।

ସେହିପରି ଓଡ଼ିଶାରୁ ୪ ଜଣ ବିଶିଷ୍ଟ ବ୍ୟକ୍ତିତ୍ୱଙ୍କୁ ପଦ୍ମଶ୍ରୀ ସମ୍ମାନ ପ୍ରଦାନ କରାଯିବ । କଳା କ୍ଷେତ୍ରରେ ମାଗୁଣି ଚରଣ କୁଅଁର ଓ କ୍ରିଷ୍ଣା ପଟେଲଙ୍କୁ ପଦ୍ମଶ୍ରୀ ପୁରସ୍କାର ମିଳିବ । ଅନ୍ୟପକ୍ଷରେ ସାହିତ୍ୟ ଓ ଶିକ୍ଷା ପାଇଁ ଅନ୍ତର୍ଯ୍ୟାମୀ ମିଶ୍ର ଓ କୃଷି କ୍ଷେତ୍ରରେ ଅବଦାନ ପାଇଁ ପଟ୍ଟାୟତ ସାହୁଙ୍କୁ ପଦ୍ମଶ୍ରୀ ସମ୍ମାନ ପ୍ରଦାନ କରାଯିବ ।

Leave A Reply

Your email address will not be published.